Thursday, May 7, 2026 10:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଳାହାଣ୍ଡିରେ ପାଣ୍ଡିଆନ୍ ଙ୍କ ମାରାଥନ କାର୍ଯ୍ୟକ୍ରମ

ଦୁଇଦିନିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ

by Our Correspondent
19 May, 2023- 10:31 PM
in Latest News, News
1 min read
0
କଳାହାଣ୍ଡିରେ ପାଣ୍ଡିଆନ୍ ଙ୍କ ମାରାଥନ କାର୍ଯ୍ୟକ୍ରମ

ଭୁୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ତିନିଦିନିଆ କଳାହାଣ୍ଡି ଓ ନୂଆପଡ଼ା ଗସ୍ତରେ ଯାଇଛନ୍ତି । ଆଜି ଗସ୍ତର ପ୍ରଥମ ଦିନରେ ଉତ୍କେଳା, ମଦନପୁର ଓ ଭାବନୀପାଟଣା ଯାଇ ବିଭିନ୍ନ ବିକାଶ କାମ ବୁଲି ଦେଖିବା ସହ ଛାତ୍ରଛାତ୍ରୀ, ମହିଳା, କ୍ରୀଡ଼ାବିତ୍ ଓ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ପାଣ୍ଡିଆନ୍ ଙ୍କ ଏହି ଗସ୍ତ ପାଇଁ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । 

ପ୍ରଥମେ ଶ୍ରୀ ପାଣ୍ଡିଆନ୍ ଉତ୍କେଳା ବିମାନଘାଟିର ବିକାଶ କାମ ଅନୁଧ୍ୟାନ କରିଥିଲେ । କଳାହାଣ୍ଡିକୁ ବିମାନ ସଂଯୋଗୀକରଣର ବିକାଶ ପାଇଁ ଏହି ବିମାନଘାଟିର ସମ୍ପ୍ରସାରଣ କାର୍ଯ୍ୟ ଚଳିତବର୍ଷ ଡିସେମ୍ବର ସୁଦ୍ଧା ଶେଷ କରିବାକୁ ପରାମର୍ଶ ଦେଇଥିଲେ । ଏହାପରେ ସେ ବେଲଖଣ୍ଡିର ପ୍ରସିଦ୍ଧ ଉମା ମହେଶ୍ୱର ଧବଳେଶ୍ୱର ଶିବ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ମନ୍ଦିର ବିକାଶ ସମ୍ପର୍କରେ ସେବାୟତ ଓ କମିଟି ସଭ୍ୟମାନଙ୍କ ସହ ଆଲୋଚନା କରିଥିଲେ । ମନ୍ଦିର ବିକାଶ ପାଇଁ ୧୫ ଦିନ ଭିତରେ ଡିପିଆର ପ୍ରସ୍ତୁତି ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ ।

ମଦନପୁର ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ରୂପାନ୍ତର କାମ ବୁଲି ଦେଖିବା ସହ ଆମ ହସ୍ପିଟାଲ କାମ ଆଗାମୀ ଛ ମାସ ମଧ୍ୟରେ ଶେଷ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ନିରାମୟ କେନ୍ଦ୍ର ରେ ମାଗଣା ଔଷଧ ବଣ୍ଟନ କାମ ଅନୁଧ୍ୟାନ କରିଥିଲେ।

ତେଲ ନଦୀ ଉପରେ ନିର୍ମାଣ ହେଉଥିବା ସାନ୍ଦୁଲ ବ୍ୟାରେଜ୍ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିବା ସହ କାମ ଶୀଘ୍ର ଶେଷ କରିବାକୁ ପରାମର୍ଶ ଦେଇଥିଲେ। ୨୦୨୪ ମାର୍ଚ୍ଚ ସୁଦ୍ଧା କାମ ଶେଷ କରିବାକୁ ଲକ୍ଷ୍ୟ ଥିବା ବିଷୟ ବିଭାଗୀୟ କର୍ତ୍ତୁପକ୍ଷ ତାଙ୍କୁ ଅବଗତ କରିଥିଲେ। ଏହି ବ୍ୟାରେଜ୍ କାମ ଶେଷ ହେଲେ ନର୍ଲା ,କର୍ଲାମୁଣ୍ଡା ଓ କେସିଙ୍ଗା ବ୍ଲକ ର୨୯ ଟି ଗାଆଁ ର ଚାଷ ଜମିକୁ ଅଣ୍ଡରଗ୍ରାଉଣ୍ଡ ପାଇପ୍ ଦ୍ଵାରା ପାଣି ମିଳିପାରିବ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ନର୍ଲା ଷ୍ଟାଡିୟମ୍ ଓ ମିଶନ ଶକ୍ତି କାଫେ ଯାଇ ଖେଳାଳି ଓ ମିଶନ ଶକ୍ତି ମା ମାନଙ୍କ ସହ ଆଲୋଚନା କରିଥିଲେ। ଭବାନୀପାଟଣା ରେ ୫-ଟି ସଚିବ ପୁଲିସ ହାଇସ୍କୁଲ ଯାଇ ଶିକ୍ଷକ ଓ ପିଲାମାନଙ୍କ ସହ ସ୍କୁଲ ରୂପାନ୍ତର ସୁବିଧା ବିଷୟରେ ଆଲୋଚନା କରିଥିଲେ। ଏହି ହାଇସ୍କୁଲ ତୃତୀୟ ପର୍ଯ୍ୟାୟ ରୂପାନ୍ତର କାର୍ଯ୍ୟକ୍ରମ ରେ ସାମିଲ ହଉଛି। ପରେ ଶ୍ରୀ ପାଣ୍ଡିଆନ୍ ଆଶା ସାଗର ବୁଲି ଦେଖିଥିଲେ ଏବଂ ଏହାର ଉନ୍ନୟନ ପାଇଁ ୩୦ ଦିନ ଭିତରେ ଡିପିଆର ପ୍ରସ୍ତୁତି ପାଇଁ ପରାମର୍ଶ ଦେଇଥିଲେ।

ସେଠାରୁ ଭବାନୀପାଟଣା ବଷ୍ଟରମିନାଲ କୁ ଯାଇ କାମ ର ଅଗ୍ରଗତି ସମୀକ୍ଷା କରି ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଗସ୍ତ ଅବସରରେ ଶ୍ରୀ ପାଣ୍ଡିଆନ୍ କଳାହାଣ୍ଡି ମେଡିକାଲ କଲେଜ ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁ ଯାଇ ବୁଲି ଦେଖିଥିଲେ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ବିଭିନ୍ନ ସମସ୍ୟା ଓ ବିକାଶ ବିଷୟରେ ଆଲୋଚନା କରିଥିଲେ। କଳାହାଣ୍ଡି ବିଶ୍ୱବିଦ୍ୟାଳୟ ରେ ସ୍ମାର୍ଟ କ୍ଲାସରୁମ୍ ,ଇ ଲାଇବ୍ରେରୀ ଓ ଉନ୍ନତ ଲାବରେଟୋରି ର ବିକାଶ କରାଯିବ ବୋଲି ୫-ଟି ସଚିବ ସୂଚନା ଦେଇଥିଲେ।

କଳାହାଣ୍ଡି ଟାଉନ ହଲ୍ ରେ ୫-ଟି ସଚିବ ମିଶନ ଶକ୍ତି ମାନଙ୍କୁ ଭେଟିଥିଲେ।

ଜୁନାଗଡ ଠାରେ ପ୍ରସିଦ୍ଧ ଲଙ୍କେଶ୍ଵରୀ ମନ୍ଦିର ର ବିକାଶ ସମ୍ପର୍କରେ ମନ୍ଦିର କମିଟି ସହ ଆଲୋଚନା କରିଥିଲେ ଓ ଶୀଘ୍ର ଉନ୍ନୟନ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ଜିଲ୍ଲା ପାଳ ଙ୍କୁ ପରାମର୍ଶ ଦେଇଥିଲେ। ଜୁନାଗଡ ର ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ କାମ ଅଗ୍ରଗତି ର ଶ୍ରୀ ପାଣ୍ଡିଆନ୍ ସମୀକ୍ଷା ମଧ୍ୟ କରିଥିଲେ।

Previous Post

ବଜାରରୁ ହଟିଯିବ ୨୦୦୦ ଟଙ୍କିଆ ନୋଟ୍

Next Post

ସୋମବାର ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ

Next Post
ସୋମବାର ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ

ସୋମବାର ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA