Thursday, May 7, 2026 09:12 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନୂଆପଡ଼ାରେ ୫-ଟି ସଚିବ ପାଣ୍ଡିଆନ୍

ଜିଲ୍ଲାରେ ମାରାଥନ୍ କାର୍ଯ୍ୟକ୍ରମ

by Our Correspondent
21 May, 2023- 09:00 PM
in Latest News, News
1 min read
0
ନୂଆପଡ଼ାରେ ୫-ଟି ସଚିବ ପାଣ୍ଡିଆନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଳାହାଣ୍ଡି ଓ ନୂଆପଡାକୁ ତିନି ଦିନିଆ ଗସ୍ତରେ ଯାଇଥିବା ୫-ଟି ସଚିବ ଭି କେ ପାଣ୍ଡିଆନ ଆଜି ତୃତୀୟ ଦିନରେ ନୂଆପଡ଼ା, ସିନାପାଲି, ଖରିଆର, ବୋଡ଼େନ, କୋମନା ଆଦି ବ୍ଲକ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କ ସହିତ ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଛନ୍ତି।

ଶ୍ରୀ ପଣ୍ଡିଆନ ପ୍ରଥମେ ଗଡରମାଲ ଠାରେ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କରି ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରକଳ୍ପରେ ୮୧୯ ହେକ୍ଟର ଜମି କୁ ପାଣି ଦିଆ ଯାଉଥିବା ବେଳେ ୧୬୩୦ ଚାଷୀ ପରିବାର ଏହାଦ୍ବାରା ଉପକୃତ ହେଉଛନ୍ତି। ପାରମ୍ପରିକ ଚାଷକୁ ଛାଡି ମକା, ବାଦାମ, କାଜୁ, ଓ ପନିପରିବା ଚାଷ ପାଇଁ ଚାଷୀଙ୍କୁ ଉତ୍ସାହିତ କରିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ। ଏହି ପ୍ରକଳ୍ପକୁ ଆହୁରି ସମ୍ପ୍ରସାରଣ କରାଯାଇ ଚାଷୀ ମାନଂକୁ କିପରି ଅଧିକ ଜଳ ସେଚନ ସୁବିଧା ଦିଆ ଯାଇ ପାରିବ, ଶ୍ରୀ ପାଣ୍ଡିଆନ ସେ ସଂପର୍କରେ ଜଳ ସେଚନ ବିଭାଗ ଯନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ। ଏ ସଂପର୍କରେ ଏକ ରିପୋର୍ଟ ପ୍ରସ୍ତୁତ କରି ତୁରନ୍ତ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି କୋନବିରା ରେ ଜଳ ସେଚନ ସମ୍ଭାବନାକୁ ଦୃଷ୍ଟିରେ ରଖି ସେ ସ୍ଥାନୀୟ ଲୋକ ଓ ଜଳ ସେଚନ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ସେଠାରେ ଏକ ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ନୂଆପଡ଼ାର କେତକ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ର ବିକାଶ ପାଇଁ ମଧ୍ୟ ଶ୍ରୀ ପାଣ୍ଡିଆନ ନିଷ୍ପତ୍ତି ନେଇଛନ୍ତି। ପାଟୋରା ସ୍ଥିତ ଯୋଗେଶ୍ଵର ମହାଦେବ ମନ୍ଦିରର ରୂପାନ୍ତର ସଂପର୍କରେ ସେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ମନ୍ଦିରର ରୁପାନ୍ତର ଓ ସୌନ୍ଦର୍ଯ୍ୟ କରଣ ସହିତ ସେଠାରେ ପର୍ଯ୍ୟଟନ ଓ ଜଳ କ୍ରୀଡା ସୁବିଧାର ବିକାଶ ନିମନ୍ତେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ପାତାଲଗଙ୍ଗା ଠାରେ ସେ ଜଗନ୍ନାଥ ମନ୍ଦିର ଓ ରାଧକୃଷ୍ଣ ମନ୍ଦିର ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ଏହାର ଉନ୍ନତି ସଂପର୍କରେ ସବିଶେଷ ତଥ୍ୟ ନେଇଥିଲେ। ଏହାର ରୁପାନ୍ତର ପାଇଁ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସୁନାବେଡ଼ା ର ସୁନଦେଇ ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ସେବାୟତ ଓ ସ୍ଥାନୀୟ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନେ ମନ୍ଦିର ସହିତ ସ୍ଥାନୀୟ ଅଞ୍ଚଳର ସାମଗ୍ରୀକ ବିକାଶ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ତେଣୁ ସୁନାବେଡ଼ା ପାର୍ବତ୍ୟଞ୍ଚଳର ସାମଗ୍ରୀକ ବିକାଶ ପାଇଁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇ ରିପୋର୍ଟ ପ୍ରଦାନ କରିବାକୁ କହିଥିଲେ।

ବୋଡ଼େନ ଠାରେ ମିଶନ ଶକ୍ତି କେଫ ପରିଦର୍ଶନ କରି ସେଠାରେ ମିଶନ ଶକ୍ତି ର ସଦସ୍ୟା ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରି ସେମାନଙ୍କୁ ଅଧିକ ସୁବିଧା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଲିତିସର୍ଗୀ ଠାରେ ସେ ରୂପାନ୍ତରିତ ଗୋପୀନାଥ ହାଇ ସ୍କୁଲ୍ ପରିଦର୍ଶନ କରି ଛାତ୍ର, ଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ପୁରାତନ ଛାତ୍ର ମାନଙ୍କ ସହ ଆଲୋଚନା କରିଥିଲେ। ପିଲା ମାନଙ୍କ ପାଇଁ ଆଧୁନିକ ଶିକ୍ଷାର ସୁବିଧା ହୋଇ ଥିବାରୁ ସେମାନେ ଖୁସି ପ୍ରକାଶ କରିଥିଲେ। ପିଲା ମାନେ ଭଲ ପାଠ ପଢି ଓଡ଼ିଶାର ଉନ୍ନତି ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମର ସମୀକ୍ଷା କରି ବ୍ୟବସ୍ଥାର ବିଭିନ୍ନ ମାପଦଣ୍ଡ ସଂପର୍କରେ ଅନୁଧ୍ୟାନ କରିଥିଲେ। ରୋଗୀ ମାନଙ୍କ ସହ ଆଲୋଚନା କରି ସେମାନେ ଏହି ବ୍ୟବସ୍ଥା ଦ୍ବାରା କେତେ ସୁବିଧା ପାଉଛନ୍ତି, ସେମାନେ ଖୁସି ଅଛନ୍ତି ନା ନାହିଁ, ସେ ସଂପର୍କରେ ପଚାରି ବୁଝିଥିଲେ ଓ ସ୍ଵାସ୍ଥ୍ୟ ଅଧିକାରୀ ମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ

ଖଡିଆଳ ସବଡିଭିଜିନାଲ୍ ହସ୍ପିଟାଲ ରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମ ସମୀକ୍ଷା କରି ରୋଗୀ ମାନଙ୍କୁ ସେମାନଙ୍କୁ ମିଳୁଥିବା ସୁବିଧା ସଂପର୍କରେ ପଚାରି ବୁଝି ଥିଲେ। ବ୍ୟବସ୍ଥାର ଉନ୍ନତି ପାଇଁ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ସିଲଦା ଠାରେ ସେ ମିଶନ ଶକ୍ତି ସଦସ୍ୟା, ଗ୍ରାମ ପଞ୍ଚାୟତ ଫେଡେରସନ, ବ୍ଲକ୍ ସ୍ତରୀୟ ଫେଡେରସନ ଓ ଜିଲ୍ଲା ସ୍ତରୀୟ ଫେଡେରସନ ର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପରେ ମହିଳା ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ନୂଆପଡ଼ା ଠାରେ ନିର୍ମାଣାଧୀନ ମଡେଲ ବସ ଷ୍ଟାଣ୍ଡ ପରିଦର୍ଶନ କରି ଏହାକୁ ନିର୍ଦ୍ଧାରତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପରିଶେଷରେ ସେ ନୂଆପଡ଼ା ନ୍ୟାସନାଲ୍ କଲେଜ ପ୍ରାଙ୍ଗଣରେ ସ୍ଥାନୀୟ ଲୋକ ମାନଙ୍କ ସୁବିଧା ଅସୁବିଧା ଓ ଅଭିଯୋଗ ଶୁଣିଥିଲେ। ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ସହିତ ଯେଉଁ ସବୁ କାର୍ଯ୍ୟ ପାଇଁ ସରକାରଂକ ଅନୁମତି ଆବଶ୍ୟକ ସେସବୁ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଇବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଏହି ଗସ୍ତ ସମୟରେ ସ୍ୱାସ୍ଥ୍ୟ ବିଭାଗ ସଚିବ ଶ୍ରୀମତୀ ଶାଲୀନି ପଣ୍ତିତ, କ୍ରୀଡା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା, ଜିଲ୍ଲାପାଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ବିକ୍ରମ, ସୁଦାମ, ସାରଦା ନୂଆ ମନ୍ତ୍ରୀ

Next Post

ଶପଥ ନେଲେ ୩ ନୂଆ ମନ୍ତ୍ରୀ

Next Post
ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଶପଥ ନେଲେ ୩ ନୂଆ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA