Friday, June 26, 2026 06:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନବୀକରଣ ହେବ ହରେକୃଷ୍ଣ ମହତାବ ଲାଇବ୍ରେରୀ

ବାପୁଜୀ ନଗରରେ ଖୋଲିବ ଜନ ଲାଇବ୍ରେରୀ

by Our Correspondent
26 May, 2023- 07:32 PM
in Latest News, News
1 min read
0
ନବୀକରଣ ହେବ ହରେକୃଷ୍ଣ ମହତାବ ଲାଇବ୍ରେରୀ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ସ୍ଥାନୀୟ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ । ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ ।

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର ଏବଂ ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ତଥା ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି । ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ । ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ। ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ । ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ।

ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ competitive magazine ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ IT Enabled Smart Management ଦ୍ୱାରା ପରିଚାଳିତ କରାଯିବ। ଏତ୍‌ଦବ୍ୟତୀତ Career Counseling ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ୱାରା Motivational Talkର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।

ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ। ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ। ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ ଓଡ଼ିଶା ଖଣି ନିଗମ (ଓଏମସି) ଦ୍ୱାରା କାର୍ଯ୍ୟକାରୀ କରାଯିବ।

୫-ଟି ସଚିବଙ୍କ ଗସ୍ତ ସମୟରେ ଓଏମସିର ପରିଚାଳନା ନିର୍ଦ୍ଦେଶକ,ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ବ୍ୟକ୍ତିଗତ ଆକ୍ରୋଶରୁ ନବ ଦାସଙ୍କୁ ହତ୍ୟା କରିଥିଲା ଗୋପାଳ

Next Post

ଏଫବିଆଇ ପାଇଁ ଚିଠି ଲେଖିଥିଲା କ୍ରାଇମବ୍ରାଞ୍ଚ

Next Post
ଏଫବିଆଇ ପାଇଁ ଚିଠି ଲେଖିଥିଲା କ୍ରାଇମବ୍ରାଞ୍ଚ

ଏଫବିଆଇ ପାଇଁ ଚିଠି ଲେଖିଥିଲା କ୍ରାଇମବ୍ରାଞ୍ଚ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA