Sunday, June 28, 2026 07:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନୂଆ ରୂପ ପାଇବ ରାୟଗଡ଼ା

ଉନ୍ନୟନ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ପାଣ୍ଡିଆନ୍

by Our Correspondent
07 Jun, 2023- 11:09 PM
in Latest News, News
1 min read
0
ନୂଆ ରୂପ ପାଇବ ରାୟଗଡ଼ା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ରାୟଗଡା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମୀକ୍ଷା କରିଛନ୍ତି । ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ସହିତ ସେମାନଙ୍କ ସମସ୍ୟା ଦୂରୀକରଣ ପାଇଁ ପଦକ୍ଷେପ ନେଇଛନ୍ତି ।

ଶ୍ରୀ ପାଣ୍ଡିଆନ ପ୍ରଥମେ ରାୟଗଡାସ୍ଥିତ ନବନିର୍ମିତ ବିଜୁ ପଟ୍ଟନାୟକ ଅଡିଟୋରିୟମ ପରିଦର୍ଶନ କରି ଥିଲେ। ସେଠାରେ ସେ ଜିଲ୍ଲାର ବିଭିନ୍ନ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହିତ ମତ ବିନିମୟ କରି ୫-ଟି ଉପକ୍ରମରେ ଶିକ୍ଷାର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ । ଶ୍ରେଣୀଗୃହ ଶିକ୍ଷାର ଗୁରୁତ୍ୱ, ଶିକ୍ଷାର ଗୁଣାତ୍ମକମାନ ଆଦି ବିଭିନ୍ନ ବିଷୟରେ ପିଲାମାନଙ୍କ ଚିନ୍ତାଧାରା ସମ୍ପର୍କରେ ଆଲୋଚନା କରିଥିଲେ ।

କଠିନ ପରିଶ୍ରମର ବିକଳ୍ପ ନାହିଁ ବୋଲି ମତ ଦେଇ ପିଲାମାନଙ୍କୁ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ । ଶିକ୍ଷା ଜରିଆରେ ନିଜର ଉନ୍ନତିକରି ନିଜ ପରିବାର ଓ ଦେଶ ପାଇଁ ସୁନାମ ଆଣିବାକୁ ସେ ଆହ୍ୱାନ ଦେଇଥିଲେ । ଜିଲ୍ଲାର ସବୁ ସ୍କୁଲ ଓ କଲେଜର ଭିତ୍ତିଭୂମି ସମ୍ପର୍କରେ ଏକ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆବଶ୍ୟକତା ଅନୁସାରେ ପ୍ରତ୍ୟେକ ଶିକ୍ଷାନୁଷ୍ଠାନର ଉନ୍ନତି ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଜିଲ୍ଲାର ସ୍କୁଲ କଲେଜଗୁଡିକର ଭିତ୍ତିଭୂମିର ଉନ୍ନତିପାଇଁ ୧୪.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ୫-ଟି ସଚିବ କହିଥିଲେ ।

ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ସେଠାରେ ସେ ରୋଗୀ, ଡାକ୍ତର ସହିତ ଆଲୋଚନା କରି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଆମ ହସ୍ପିଟାଲ ଯୋଜନାରେ ହସ୍ପିଟାଲର ଉନ୍ନତିକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ୨୦୧୯ରୁ ଆଜି ପର୍ଯ୍ୟନ୍ତ ରାୟଗଡା ଜିଲ୍ଲା ହସ୍ପିଟାଲ କାୟାକଳ୍ପ ପୁରସ୍କାର ପାଇ ଆସୁଥିବାରୁ ତଥା ଶିଶୁରୋଗରେ ଉଭୟ ଅନ୍ତଃବିଭାଗ ଓ ବର୍ହିଃବିଭାଗ ଚିକିତ୍ସାରେ ମୁସ୍କାନ ପ୍ରମାଣପତ୍ର ପାଇଥିବାରୁ ସେ ଜିଲ୍ଲାର ମେଡିକାଲ ଟିମ୍‌କୁ ଅଭିନନ୍ଦନ ଜଣାଇଥିଲେ ।

ହସ୍ପିଟାଲରେ ନିୟୋଜିତ ଥିବା ମା ମଙ୍ଗଳା ମିଶନ ଶକ୍ତି ଗୋଷ୍ଠୀ ସଦସ୍ୟାମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କ କାମର ସମୀକ୍ଷା କରିଥିଲେ । ରୋଗୀ ମାନଙ୍କୁ ଦିଆଯାଉଥିବା ଖାଦ୍ୟ, ପରିସ୍କାର ପରିଛନ୍ନତା, ସ୍ୱଚ୍ଛ ପାନୀୟ ଜଳ ତଥା ଅନ୍ୟାନ୍ୟ ସେବାର ଗୁଣାତ୍ମକ ମାନ ଯେପରି ସବୁ ବେଳେ ଉଚ୍ଚ ସ୍ତରରେ ରହିବ ସେଥିପାଇଁ ସେ ମିଶନ ଶକ୍ତିର ସଦସ୍ୟାମାନଙ୍କୁ ଉତ୍ସାହିତ କରିବା ସହିତ ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡାରେ ନିର୍ମାଣାଧିନ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପରିଦର୍ଶନ କରି ଏହାର କାମକୁ ତ୍ୱରାନ୍ୱିତ କରିବା ସହିତ କାମ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାରେ କ୍ରୀଡାର ବିକାଶ ପାଇଁ କ୍ରୀଡାବିତମାନଙ୍କ ସହିତ ଆଲୋଚନା କରିଥିଲେ । ଦେଶ ଓ ରାଜ୍ୟ ପାଇଁ ସୁନାମ ଆଣିବାକୁ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ସେ ପରାମର୍ଶ ଦେଇଥିଲେ । ରାଜ୍ୟ ସରକାର କ୍ରୀଡାବିତମାନଙ୍କୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବାପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଥିଲେ ।

ଶେଷରେ ଶ୍ରୀ ପାଣ୍ଡିଆନ ମା ମଝିଆଘରଣୀ ମନ୍ଦିର ପରିଦର୍ଶନକରି ସେଠାରେ ସେ ମା’ଙ୍କୁ ପୂଜାର୍ଚ୍ଚନା କରିଥିଲେ । ମନ୍ଦିର କମିଟି ସଦସ୍ୟମାନଙ୍କ ସହିତ ମନ୍ଦିରର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ପଠାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Previous Post

ପୁଣି ଅଘଟଣ: ଟ୍ରେନ୍ ପବନରେ ଗଡ଼ି ୬ ଶ୍ରମିକଙ୍କ ଜୀବନ ନେଲା

Next Post

ପାଣ୍ଡିଆନଙ୍କ ରାୟଗଡ଼ା ଗସ୍ତର ଦ୍ୱିତୀୟ ଦିନ

Next Post
ପାଣ୍ଡିଆନଙ୍କ ରାୟଗଡ଼ା ଗସ୍ତର ଦ୍ୱିତୀୟ ଦିନ

ପାଣ୍ଡିଆନଙ୍କ ରାୟଗଡ଼ା ଗସ୍ତର ଦ୍ୱିତୀୟ ଦିନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA