Saturday, June 27, 2026 12:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମୃଦ୍ଧ ଓଡ଼ିଶାର ସଂକଳ୍ପ ନେବା: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ

by Our Correspondent
15 Aug, 2023- 12:03 PM
in Latest News, News
1 min read
0
ସମୃଦ୍ଧ ଓଡ଼ିଶାର ସଂକଳ୍ପ ନେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍ ରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ପ୍ରଗତି ଉପରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିବା ସହ ଏକ ସମୃଦ୍ଧ ଓଡ଼ିଶା, ଏକ ରୂପାନ୍ତର ଓଡ଼ିଶା ଗଠନ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି ।

ପଢ଼ନ୍ତୁ ମୁଖ୍ୟମନ୍ତ୍ରୀଙ୍କର ସମ୍ପୂର୍ଣ୍ଣ ଭାଷଣ..

ଆଜି ୧୫ ଅଗଷ୍ଟ । ସ୍ୱାଧୀନତା ଦିବସ। ଏହି ପବିତ୍ର ଦିବସରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ।

ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାଏକ, ଶହୀଦ ବିର୍ସା ମୁଣ୍ଡା, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କୁ ମୋର ସମ୍ମାନ ଜଣାଉଛି।

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱ ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା। ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି। ବିଭିନ୍ନ କ୍ଷେତ୍ରରେ ବିକାଶ ଆମର ଆତ୍ମବିଶ୍ୱାସ ବୃଦ୍ଧି କରିଛି। ଚନ୍ଦ୍ରଯାନ-୩ ମହାକାଶ ଗବେଷଣା କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି।

ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି। ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ବିକାଶର ସବୁ କ୍ଷେତ୍ରରେ ୫-ଟି ଉପକ୍ରମର ପ୍ରୟୋଗ ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ଲୋକ- ଧନୀ, ଗରିବ, ମଧ୍ୟବିତ୍ତ, ସମସ୍ତେ ଏ ରୂପାନ୍ତରରେ ସାମିଲ ହୋଇଛନ୍ତି। ଓଡିଶାର ଅର୍ଥନୀତି ମଜବୁତ ହେଉଛି। ଗରିବୀ କମିଛି। ଓଡିଶାକୁ ଏବେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସିଛି।

ସଶକ୍ତିକରଣ ପାଇଁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଜରୁରୀ। ରାଜ୍ୟରେ ୪୩୭୩ ଅଣବ୍ୟାଙ୍କ ପଞ୍ଚାୟତରେ ରାଜ୍ୟ ସରକାର ବ୍ୟାଙ୍କିଙ୍ଗ ଆଉଟଲେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ରାଜ୍ୟର ସବୁ ପଞ୍ଚାୟତ ର ଲୋକ ମାନେ ବ୍ୟାଙ୍କିଙ୍ଗ ସେବା ପାଇପାରିବେ। ଏହାଦ୍ୱାରା ସବୁଠାରୁ ଅଧିକ ଉପକାର ପାଇବେ ବରିଷ୍ଠ ନାଗରିକ , ଆମର ମା ମାନେ ଏବଂ ଭିନ୍ନକ୍ଷମ ଭାଇ ଭଉଣୀ ମାନେ।

ଆପଣ ଜାଣନ୍ତି, ମଧୁବାବୁ ପେନ୍‌ସନ ଯୋଜନାରେ ନିକଟରେ ଆଉ ୪ ଲକ୍ଷରୁ ଅଧିକ ଲୋକଙ୍କୁ ସାମିଲ କରାଯାଇଛି । ଆଜିଠାରୁ ନୂଆ ହିତାଧିକାରୀ ମାନେ ପେନ୍‌ସନ ପାଇବେ।

ପ୍ରତି ଜୀବନ ମୂଲ୍ୟବାନ। ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏ ଦିଗରେ ସଫଳତାର ସହ ସେବା ଯୋଗାଉଛି। ଉତ୍ତମ ସ୍ୱାସ୍ଥ୍ୟ ସେବା ନିଶ୍ଚିତ କରିଛି । BSKY ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ ରୂପାନ୍ତର ଆଣିଛି।

ମା ମାନେ ହେଉଛନ୍ତି – face of development. ମିଶନ ଶକ୍ତି ଆଜି ମା ମାନଙ୍କ ରୂପାନ୍ତରର ଇଂଜିନ ହୋଇଛି। ସେମାନେ ଏବେ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚିଛନ୍ତି।

ଚାଷୀ ଆମର ଗୌରବ .ଚାଷୀର ବିକାଶ ସବୁବେଳେ ଆମର ଫୋକସ୍ ହୋଇ ରହିଛି .ଚାଷୀ ଭାଇ ର ଫସଲ ବୀମା ପ୍ରିମିୟମ୍ ଦାୟିତ୍ଵ ଏବେ ରାଜ୍ୟ ସରକାର ନେଇଛନ୍ତି।

ଯୁବ ସମାଜକୁ employable କରିବା ପାଇଁ ଆମେ ପ୍ରତିବର୍ଷ ଏକ ଲକ୍ଷ ୟୁଥ୍ ମାନଙ୍କୁ NUA ଯୋଜନାରେ ତାଲିମ ଦେବୁ । ଜଗନ୍ନାଥ ସଂସ୍କୃତିର ସୁରକ୍ଷା ସହ ପ୍ରତି ଗାଁ ରେ ମଡର୍ଣ୍ଣ ଡିଜିଟାଲ ଇନଫ୍ରାଷ୍ଟ୍ରକଚର ଭିତ୍ତିର ବିକାଶ ଆମର ଲକ୍ଷ୍ୟ। ଏଥିପାଇଁ ଆମେ ଚାରି ହଜାର କୋଟି ଟଙ୍କାର ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଆରମ୍ଭ କରିଛୁ ।

ଗରିବ ଲୋକ , ଚାଷୀ ,ମହିଳା,ଜନଜାତି, କଳାକାର, ଯୁବ ସମାଜ ସମାଜ ର ସବୁ ବର୍ଗର ଲୋକଙ୍କୁ ସାଥିରେ ନେଇ ଓଡିଶା ଆଜି ଆଗକୁ ବଢୁଛି .ସମସ୍ତ ଙ୍କ ବିକାଶ ହିଁ ପ୍ରକୃତ ବିକାଶ।

ଆସନ୍ତୁ, ଏକ ସମୃଦ୍ଧ ଓଡିଶା, ଏକ transformed Odisha ଗଠନ ପାଇଁ ସମସ୍ତେ ମିଳିମିଶି କାମ କରିବା ।

ଜୟହିନ୍ଦ

Previous Post

ରାଜଧାନୀ ଏକ୍ସପ୍ରେସର ନୂଆ ରୂପ

Next Post

ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ

Next Post
ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ

ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA