Wednesday, August 19, 2026 06:42 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୫-ଟି ସଚିବଙ୍କ ଜିଲ୍ଲାଗସ୍ତର ଜବାବ ଦେଲେ ମୁଖ୍ୟମନ୍ତ୍ରୀ

'ମୋ ନିର୍ଦ୍ଦେଶରେ ସିଏମଓ ଲୋକଙ୍କ ପାଖକୁ ଗଲା'

by Our Correspondent
25 Sep, 2023- 02:13 PM
in Latest News, News
1 min read
0
୫-ଟି ସଚିବଙ୍କ ଜିଲ୍ଲାଗସ୍ତର ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଜିଲ୍ଲାଗସ୍ତକୁ ନେଇ ବିରୋଧୀମାନେ ତୁମ୍ବିତୋଫାନ କରିଥିଲେ । ଅପରାଜିତା ଷଡ଼ଙ୍ଗୀଙ୍କଠାରୁ ଆରମ୍ଭ କରି ସୌମ୍ୟରଞ୍ଜନ ପଟ୍ଟନାୟକ ପର୍ଯ୍ୟନ୍ତ ସମସ୍ତଙ୍କ ନିଶାନାରେ ଥିଲେ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ସେମାନେ ଜବାବ ମାଗିଥିଲେ । ଆଉ ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏହାର ଜବାବ ଦେଇଛନ୍ତି । ମୋ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକେନ୍ଦ୍ରିତ ଅଭିଯୋଗ ଶୁଣାଣି ପରିଚାଳନା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ହେଲିକପ୍ଟର ବ୍ୟବହାରରେ ମାତ୍ରାଧିକ ଖର୍ଚ୍ଚ ସଂକ୍ରାନ୍ତୀୟ ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ଓ ଅଭିସନ୍ଧିମୂଳକ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ କହିଛନ୍ତି । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ବିରୋଧୀ ବିଜେପି ଓ କଂଗ୍ରେସ ଦଳ ସମାଲୋଚନା କରିଛନ୍ତି ।

ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିବୃତି

ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି। କୋଭିଡ ମହାମାରୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁବନେଶ୍ୱରରେ ଜନସାଧାରଣଙ୍କର ଅଭିଯୋଗ ଶୁଣାଣୀ କରି ସମାଧାନ ପାଇଁ ପଦକ୍ଷେପ ନେଉଥିଲେ।

ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସେମାନଙ୍କ ଅଭିଯୋଗ ଦାଖଲ କରୁଥିଲେ ଏବଂ ଆମର ସୁଦୃଢ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଜରିଆରେ ସେଗୁଡିକର ସମାଧାନ କରାଯାଉଥିଲା । ରାଜ୍ୟର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ ଜଣାଇବା ବ୍ୟବସ୍ଥା ଲୋକମାନଙ୍କ ମନରେ ବ୍ୟବସ୍ଥା ପ୍ରତି ଆସ୍ଥା ସୃଷ୍ଟି କରୁଥିଲା।

କୋଭିଡ ସମୟରେ କଟକଣା ଯୋଗୁ ପ୍ରାୟ ୨ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା । ପରିସ୍ଥିତି ସ୍ବାଭାବିକ ହେବା ପରେ ଏହା ପୁଣି ଥରେ ତାର କାର୍ଯ୍ୟ ଆରମ୍ଭ କରିଥିଲା । ସେ ଯାହା ହେଉ ନା କାହିଁକି, କୋଭିଡ ପରବର୍ତ୍ତୀ ସମୟରେ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଲୋକଙ୍କ ସଂଖ୍ୟା ତଥା ଅଭିଯୋଗର ହାରାହାରି ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହେଲା ।

୨ ବର୍ଷ ଧରି କୋଭିଡ କଟକଣା ଲାଗୁ ରହିବା ଫଳରେ ଅଭିଯୋଗ ସମାଧାନରେ ସମସ୍ୟା ଦେଖାଦେଲା ଏବଂ ଲୋକଙ୍କ ଘର ପାଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନେଇ ପହଞ୍ଚାଇବା ପାଇଁ ମୁଁ ଚିନ୍ତା କଲି। ରାଜ୍ୟର ସବୁ ବ୍ଲକ ଓ ସବୁ ସହରାଞ୍ଚଳରେ କମ୍ ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କିପରି ପହଞ୍ଚି ପାରିବ ସେ ଦିଗରେ ଆମେ ପଦକ୍ଷେପ ନେଲୁ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପରିଚାଳିତ ଏବଂ ମୋ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକେନ୍ଦ୍ରିତ ଅଭିଯୋଗ ଶୁଣାଣି ପରିଚାଳନା କଲେ ।

୬ ମାସ ମଧ୍ୟରେ ରାଜ୍ୟର ୧୯୦ ରୁ ଅଧିକ ସ୍ଥାନରେ ଏହି ଅଭିଯୋଗ ଶୁଣାଣୀ ଆୟୋଜନ କରାଗଲା। ପ୍ରତ୍ୟେକ ଦିନ ୩ ରୁ ୫ଟି ସ୍ଥାନରେ ଅଭିଯୋଗ ଶୁଣାଣୀ ହେଲା ଏବଂ ଏହି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କ ଠାରୁ ୫୭୪୪୨ଟି ଦରଖାସ୍ତ ଗ୍ରହଣ କରିଥିଲା ଏବଂ ଆଜି ପର୍ଯ୍ୟନ୍ତ ୪୩୫୩୬ ଦରଖାସ୍ତର ଫୈସଲା କରାଯାଇଛି। ଏହି ସମ୍ପୂର୍ଣ୍ଣ ବ୍ୟବସ୍ଥା ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ଦ୍ୱାରା ସ୍ୱଚ୍ଛତାର ସହ ସମ୍ପାଦନ କରାଯାଇଛି। ଏହି ସମସ୍ତ ଦରଖାସ୍ତ ଏବଂ ତା ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ତଥା ଫୈସଲାର ବିଭିନ୍ନ ପର୍ଯ୍ୟାୟର ସମ୍ପୂର୍ଣ୍ଣ ବିବରଣୀ ଜନଶୁଣାଣି ପୋର୍ଟାଲରେ ସ୍ଥାନିତ ହୋଇଛି।

ଉତ୍ତରୀଧିକାର ସତ୍ତ୍ୱ ସଂକ୍ରାନ୍ତୀୟ ବିଷୟଗୁଡିକ ବାରମ୍ବାର ଆଲୋଚନା ଜରିଆରେ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି ଏବଂ ଦୀର୍ଘ ଦିନ ଧରି ପଡି ରହିଥିବା ଏହି ଐତିହାସିକ ସମସ୍ୟା ଗୁଡିକର ଆଗାମୀ ୨ ରୁ ୩ ମାସ ମଧ୍ୟରେ ସମାଧାନ ହୋଇଯିବ ବୋଲି ଆମେ ଆଶାବାଦୀ ।

ଅଭିଯୋଗକାରୀ ମାନଙ୍କୁ ଲିଖିତ ଉତ୍ତର ଦିଆଯାଉଛି ଏବଂ ମୋ ସରକାର ଜରିଆରେ ଫୋନ କରାଯାଇ ସେମାନଙ୍କ ଠାରୁ ସେମାନଙ୍କ ମତାମତ ମଧ୍ୟ ସଂଗ୍ରହ କରାଯାଉଛି । ମୁଁ ଦୃଢତାର ସହ କହିପାରେ ଯେ ଦେଶର ଯେ କୌଣସି ସରକାରଙ୍କ ଦ୍ବାରା ପରିଚାଳିତ ଜନସାଧାରଣଙ୍କ ଅଭିଯୋଗର ସମାଧାନ ନିମନ୍ତେ ଥିବା ବ୍ୟବସ୍ଥା ମଧ୍ୟରେ ଏହା ହେଉଛି ସର୍ବୋତ୍କୃଷ୍ଟ ବ୍ୟବସ୍ଥା । ଆପଣମାନଙ୍କର ମନେ ଥାଇପାରେ ଯେ କୋଭିଡ ସମୟରେ କୋଭିଡ ପରାଚାଳନା ସଂପର୍କରେ ତଦାରଖ କରିବା ପାଇଁ ବରିଷ୍ଠ ଅଧିକାରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସେହି ଟିମ୍‌କୁ ବିଭିନ୍ନ ସ୍ଥାନକୁ ମୁଁ ପଠାଇଥିଲି। ଯେତେବେଳେ ସମସ୍ତେ ଘର ଭିତର ଆବଦ୍ଧ ଥିଲେ, ସେତେବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଟିମ୍ ନିଜ ଜୀବନକୁ ବିପନ୍ନ କରି ବରିଷ୍ଠ ଅଧିକାରୀ ମାନଙ୍କ ସହ ଜିଲ୍ଲାରୁ ଜିଲ୍ଲାକୁ ବୁଲି କୋଭିଡ ପରିସ୍ଥିତିର ତଦାରଖ କରୁଥିଲେ ଏବଂ ଲୋକମାନଙ୍କର ମତାମତ ନେଉଥିଲେ । ଏହି ବ୍ୟବସ୍ଥା ଆମକୁ ତ୍ବରିତ ନିଷ୍ପତ୍ତି ନେବାରେ ସହାୟକ ହୋଇଥିଲା ଏବଂ ଆମେ ଆମ ରାଜ୍ୟବାସୀଙ୍କର ଅମୂଲ୍ୟ ଜୀବନ ରକ୍ଷା କରିବା ସହିତ ଅନ୍ୟ ରାଜ୍ୟ ଗୁଡିକୁ ମଧ୍ୟ ସାହାଯ୍ୟ କରିଆସିଥିଲୁ ।

ବର୍ତ୍ତମାନ ଏହି ବ୍ୟବସ୍ଥା ସମ୍ପର୍କରେ ଆପଣମାନଙ୍କର ରାଜନୈତିକ ସମାଲୋଚନା ଉପରେ ମୁଁ କିଛି କହିବାକୁ ଚାହୁଁଛି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ପରିଚାଳିତ ଏବଂ ଭୁବନେଶ୍ବରରେ ମାନ୍ୟବର ମନ୍ତ୍ରୀ ମାନଙ୍କର ଏହି ବ୍ୟବସ୍ଥାରେ ସାମିଲ ହେବାରେ କୌଣସି ଆବଶ୍ୟକତା ପଡିନାହିଁ। ଗୋଟିଏ ଅଭିଯୋଗ ଦରଖାସ୍ତ ମିଳିବା ପରେ ଏହାକୁ ସଂପୃକ୍ତ ବିଭାଗକୁ ପଠାଯାଇଥାଏ । ତେଣୁ ଏଥିରେ ମାନ୍ୟବର ମନ୍ତ୍ରୀ ବନାମ ଅଫିସର ପ୍ରସଙ୍ଗ ଉଠୁଛି କେଉଁଠି ?

ଅଭିଯୋଗ ଦରଖାସ୍ତର ବିଭାଗୀୟ ସ୍ତରୀୟ ସମାଧାନରେ ବିଭାଗର ମୁଖ୍ୟ ଭାବରେ ମାନ୍ୟବର ମନ୍ତ୍ରୀମାନେ ସବୁବେଳେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛନ୍ତି । ଏହା ସର୍ବୋଚ୍ଚ ସ୍ତରରେ ଟିମ୍‌ ୱାର୍କ ଅଟେ ଏବଂ ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ବୃତ୍ତିଗତ ଭାବରେ ଏହା କରାଯାଇଥାଏ। ଲୋକଙ୍କ ଅଭିଯୋଗର ଯେଭଳି ଠିକ୍‌ ଭାବରେ ସମାଧାନ ହେବ ଏବଂ ଜନସାଧାରଣ ଯେପରି ସର୍ବୋତ୍ତମ ସନ୍ତୁଷ୍ଟି ଲାଭ କରିବେ, ତାହା ହିଁ ଆମର ଲକ୍ଷ୍ୟ ।

ଯଦି ସମସ୍ତ ୫୭ ହଜାର ଅଭିଯୋଗକାରୀ (ତନ୍ମଧ୍ୟରୁ ସଂଖ୍ୟାଧିକ ହେଉଛି ଗୋଷ୍ଠୀଗତ ଅଭିଯୋଗ) ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥାନ୍ତେ, ଯିବା ଆସିବା ଓ ରହଣୀରେ ସେମାନଙ୍କର କେତେ ଖର୍ଚ୍ଚ ହୋଇଥାନ୍ତା ? ସେମାନେ କେତେ ମଜୁରୀ ହରାଇ ଥାନ୍ତେ? ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଜନସାଧାରଣଙ୍କ ଘରପାଖକୁ ଯାଇ ଅଭିଯୋଗ ସଂଗ୍ରହ କରିଥିବାରୁ, ଜନସାଧାରଣଙ୍କ ଅର୍ଥ ଓ ସମୟ ବଞ୍ଚିପାରିଛି ।

ହେଲିକପ୍ଟର ବ୍ୟବହାର ସଂପର୍କରେ –

ମୁଁ ଏଠାରେ ସ୍ପଷ୍ଟ କରିଦେବାକୁ ଚାହେଁ ଯେ ଆମେ ଯଦି ହେଲିକପ୍ଟର ବ୍ୟବହାର ନ କରି ସଡକ ପଥରେ ଯାଇଥାନ୍ତୁ, ତେବେ ଏଥିପାଇଁ ଆମକୁ ଦେଢ ବର୍ଷ ସମୟ ଲାଗିଥାନ୍ତା । ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ ୩ ରୁ ୫ଟି ସଭା କରିବା ଏବଂ ତା ପୁଣି ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୦ଟାରୁ ୩ଟା ମଧ୍ୟରେ କରିବା ଯେକୌଣସି ମଣିଷ ପାଖରେ ଅସମ୍ଭବ ଅଟେ ।

ଗତ ସାଢେ ତିନି ବର୍ଷ ମଧ୍ୟରେ ଆମେ ହେଲିକପ୍ଟର ବ୍ୟବହାରରେ ୪୦ କୋଟି ଟଙ୍କା ଖର୍ଚ୍ଚ କରିଛୁ। ହାରାହାରୀ ଭାବରେ ପ୍ରତି ମାସରେ ହେଲିକପ୍ଟର ବ୍ୟବହାର ବାବଦକୁ ଏକ କୋଟିରୁ ଦେଢ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଗତ ୬ ମାସ ମଧ୍ୟରେ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ବ୍ୟାପକ ଭାବରେ ହେଲିକପ୍ଟର ବ୍ୟବହାର କରାଯାଇଛି, ଯାହାର କି ହାରାହାରି ଖର୍ଚ୍ଚ ମାସ ପିଚ୍ଛା କୋଟିଏ ରୁ ଦେଢ କୋଟି ଟଙ୍କା ମଧ୍ୟରେ ହୋଇଛି । ହେଲିକପ୍ଟର ବ୍ୟବହାରରେ ମାତ୍ରାଧିକ ଖର୍ଚ୍ଚ ସଂକ୍ରାନ୍ତୀୟ ଅଭିଯୋଗ ସଂପୂର୍ଣ୍ଣ ମିଥ୍ୟା ଓ ଅଭିସନ୍ଧିମୂଳକ ।

ସଂପୂର୍ଣ୍ଣ ବୃତ୍ତିଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଅଭିଯୋଗ ଶୁଣାଣୀ କରିଛି । ଏହି ଶୁଣାଣୀ ସମୟରେ ଲୋକଙ୍କୁ ସରକାରଙ୍କର ବିଭିନ୍ନ ଯୋଜନା ସଂପର୍କରେ ଅବଗତ କରାଯାଇଛି। ସଂପୃକ୍ତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଏ ସେଥିପାଇଁ ହୋଇଥିବା ଅର୍ଥ ମଂଜୁରୀ ସଂପର୍କରେ ସୂଚନା ଦିଆଯାଇଛି । ଲୋକଙ୍କ ଅଭିଯୋଗର ସମାଧାନ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ମୁଁ ସ୍ବତନ୍ତ୍ର ଭାବରେ ନିର୍ଦ୍ଦେଶ ଦେଇଥିଲି।

ଲୋକଙ୍କ ଅଭିଯୋଗ ଶୁଣାଣୀ ନିମନ୍ତେ ବିଭିନ୍ନ ସ୍ଥାନରେ ଯେଭଳି ବୃତ୍ତିଗତ ଭାବରେ ଦକ୍ଷତାର ସହ ପଦକ୍ଷପ ଗ୍ରହଣ କରାଗଲା, ସେଥିପାଇଁ ମୁଁ ମାନ୍ୟବର ମନ୍ତ୍ରୀଗଣ, ଜିଲ୍ଲା ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସରକାରଙ୍କ ବିଭିନ୍ନ ବିଭାଗ ତଥା ଏଥିରେ ସଂପୃକ୍ତ ଥିବା ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି ।

ସେମାନଙ୍କ ଅଞ୍ଚଳରେ ଅନେକ ଅଭିଯୋଗର ସମାଧାନ କରାଯାଇଥିବାରୁ, ବିରୋଧୀ ଦଳର ସଦସ୍ୟ ମାନେ ମଧ୍ୟ ଖୁସି ହେବା ଉଚିତ। ମୁଁ ବୁଝିପାରୁ ନାହିଁ, ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପକୁ କିଏ କିପରି ବିରୋଧ କରିପାରିବ ? ଏଭଳି ବିରୋଧ ଜନବିରୋଧୀ ଏବଂ ଜନସାଧାରଣ ଏଭଳି ମନୋବୃତ୍ତିକୁ ଉଚିତ ଜବାବ ଦେବେ ।

ସେ ଯାହା ହେଉ ନା କାହିଁକି, ଆମ ସମସ୍ତେ ଜନତାର ସେବକ । ଜନସାଧାରଣଙ୍କ ଅଭିଯୋଗର ଶୁଣାଣୀ ଆମର ସର୍ବୋଚ୍ଚ ପ୍ରାଥମିକତା ।

ଜନସାଧାରଣ ଖୁସି
ଲୋକ ପ୍ରତିନିଧିମାନେ ଖୁସି

ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେବା ଉଚିତ ନୁହେଁ । ମୋ ସରକାର ପାଇଁ, ଜନସାଧାରଣ ହେଉଛନ୍ତି ପ୍ରଥମ । ଲୋକଙ୍କ ସମସ୍ୟା ସମାଧାନ ଆମର ସର୍ବୋcଚ୍ଚ ପ୍ରାଥମିକତା ଏବଂ ଏହାକୁ ସର୍ବୋତ୍ତମ ଭାବରେ ସଂପାଦନ କରିବା ପାଇଁ ମୁଁ କାମ କରିଚାଲିବି ।

Previous Post

ସୌମ୍ୟ ପଟ୍ଟନାୟକ, ସୁଧାଂଶୁ ପରିଡ଼ା ବିଜେଡିରୁ ବହିଷ୍କୃତ

Next Post

MS Swaminathan, father of India’s ‘Green Revolution,’ passes away at 98

Next Post
MS Swaminathan, father of India’s ‘Green Revolution,’ passes away at 98

MS Swaminathan, father of India’s ‘Green Revolution,’ passes away at 98

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA