Sunday, June 28, 2026 06:24 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିଶୋରଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସମସ୍ତ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି

by Our Correspondent
17 Oct, 2023- 06:58 PM
in Latest News
1 min read
0
କିଶୋରଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ।

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବର୍ଦ୍ଧନା ଉତ୍ସବରେ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଥିଲେ।

ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ସୂଚନାଯୋଗ୍ୟ, ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀ ବ୍ରହ୍ମଗିରିର ଏହି ଜାଭେଲିନ୍ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି। ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି। ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଡାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ୱୀକୃତି ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି ।

Previous Post

ମୟୂରଭଂଜ, ବରଗଡ ଓ ଦେବଗଡକୁ ୨୭୨ କୋଟି

Next Post

ବିବାଦରେ ମନ୍ତ୍ରୀ ସାରଦା ନାୟକ

Next Post
ବିବାଦରେ ମନ୍ତ୍ରୀ ସାରଦା ନାୟକ

ବିବାଦରେ ମନ୍ତ୍ରୀ ସାରଦା ନାୟକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA