Friday, June 26, 2026 12:23 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଳାହାଣ୍ଡିରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମା ମାଣିକେଶ୍ୱରୀଙ୍କ ନାଁରେ ନାମିତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

by Our Correspondent
01 Nov, 2023- 06:16 PM
in Latest News, News
1 min read
0
କଳାହାଣ୍ଡିରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ଆଜି ଜିଲ୍ଲାରେ ଗଡ଼ିଛି ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ୬୩ ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍ ଯିବ । ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କରିବା ସହ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଥିଲେ ।

କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପଡ଼ିଆରେ ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗତିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍ ଚାଲିବ । ମୁଖ୍ୟମନ୍ତ୍ରୀ ବସ୍ ରେ ବସି ବଳରାମପୁର ପର୍ଯ୍ୟନ୍ତ ଯାଇଥିଲେ । ତାଙ୍କ ସାଙ୍ଗରେ ଥିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ନାମିତ କରାଗଲା ବୋଲି ଘୋଷଣା କରିଥିଲେ ।

ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରିଥିଲେ । କହିଥିଲେ, ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ଆଜି କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟିତ ହେଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ, ଲୋକସଭା ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ କୁମାର, ବିଧାୟକ ଭୂପିନ୍ଦର ସିଂ, ଦିବ୍ୟଶଂକର ମିଶ୍ର, ମୌଷଧି ବାଗ, ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ । ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। 

ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।

Previous Post

ବିଶ୍ୱସ୍ତରୀୟ ହେବ କିଟ୍ ପଲିଟେକନିକ୍

Next Post

କନେଷ୍ଟବଳଙ୍କ ପାଖରୁ ମିଳିଲା ୬ ଲକ୍ଷ ବଟି ଟଙ୍କା!

Next Post
କନେଷ୍ଟବଳଙ୍କ ପାଖରୁ ମିଳିଲା ୬ ଲକ୍ଷ ବଟି ଟଙ୍କା!

କନେଷ୍ଟବଳଙ୍କ ପାଖରୁ ମିଳିଲା ୬ ଲକ୍ଷ ବଟି ଟଙ୍କା!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA