Friday, June 26, 2026 07:04 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୧୪୦ କୋଟିର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପ ଆରମ୍ଭ

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ୍ ମଡେଲ୍ କରିବୁ- ମୁଖ୍ୟମନ୍ତ୍ରୀ

by Our Correspondent
30 Nov, 2023- 08:02 PM
in Health, Latest News, News
1 min read
0
୧୧୪୦ କୋଟିର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପ ଆରମ୍ଭ

ଭୁବନେଶ୍ୱର: ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସ୍ ଯୋଗେ ଏହାର ଶୁଭାରମ୍ଭ କରିଛନ୍ତି । ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ ଟି ପ୍ରକଳ୍ପ ଉଦଘାଟନ କରିଥିଲା ବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ୫-ଟି ଉପକ୍ରମରେ ବିଭିନ୍ନ ପଦକ୍ଷେପ ଦ୍ୱାରା ସରକାରୀ ହସ୍ପିଟାଲଗୁଡ଼ିକରେ ରୂପାନ୍ତର ଆସିପାରିଛି । ଏହାଦ୍ୱାରା ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରସା ବଢ଼ିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି । ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଉଛନ୍ତି । ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି । ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାକୁ ଏକ ରୋଲ୍ ମଡେଲ୍ କରିବା ଆମର ଲକ୍ଷ୍ୟ ।

ଆଜିର ପ୍ରକଳ୍ପଗୁଡିକ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଲକ୍ଷ୍ୟ ହେଉଛି ‘ସୁସ୍ଥ ଓଡିଶା ସୁଖୀ ଓଡିଶା’। ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ରାଜ୍ୟର ସରକାରୀ ହସ୍ପିଟାଲଗୁଡିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି। ଏସ୍.ସି.ବି. ମେଡିକାଲ୍ କଲେଜ୍‌କୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଚାଲିଛି। ନୂଆ ନୂଆ ମେଡିକାଲ କଲେଜ୍ ଖୋଲୁଛି। ବିଭିନ୍ନ ହସ୍ପିଟାଲରେ ନୂଆ ସୁବିଧାର ବିକାଶ ହେଉଛି। ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସ୍ତରରେ- ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ବାହାରେ ରହୁଥିବା ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ୱତନ୍ତ୍ର ହେଲ୍‌ପ ଲାଇନ୍‌- ୧୮୦୦ ୧୨୦ ୧୨୦ ୧୦୪ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ’। ଏହି ମନ୍ତ୍ରକୁ ଆଗରେ ରଖି କାମ କରୁଛୁ ଓ କରି ଚାଲିବୁ ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କହିଲେ ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡିଶା ସୁଖୀ ଓଡିଶା ଓ ପ୍ରତି ଜୀବନ ମୂଲ୍ୟବାନ ନୀତିକୁ ଆଧାର କରି ଆମେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଆଗକୁ ବଢୁଛୁ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀମାନେ ଅନ୍‌ଲାଇନ୍‌ରେ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ।

Previous Post

ନବରଙ୍ଗପୁରରେ ଗଡ଼ିଲା ଲକ୍ଷ୍ମୀ ବସ୍

Next Post

ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ପରିବାରର ୮ ଜଣଙ୍କ ଜୀବନ ଚାଲିଗଲା

Next Post
ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ପରିବାରର ୮ ଜଣଙ୍କ ଜୀବନ ଚାଲିଗଲା

ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ପରିବାରର ୮ ଜଣଙ୍କ ଜୀବନ ଚାଲିଗଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA