Sunday, June 28, 2026 12:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ

by Our Correspondent
08 Dec, 2023- 09:55 PM
in Latest News, News
1 min read
0
ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି। ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସଂଖ୍ୟା ବଢିଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଜି ଯେଉଁ ରୂପାନ୍ତର ଆସିଛି ତାହା ଲୋକମାନଙ୍କ ସହଯୋଗ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଥିଲେ ଏବଂ ଏଥିପାଇଁ ସେ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଲେ ଯେ ଏହି ହସ୍ପିଟାଲ ତାଳଚେର ଓ ଅନୁଗୋଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବହୁ ଉପଯୋଗୀ ହେବ । ଏହି ହସ୍ପିଟାଲ ପାଇଁ କୋଲ ଇଣ୍ଡିଆର ବହୁ ଅବଦାନ ରହିଛି ଏବଂ ଆଗାମୀ ଦିନରେ ଏହି ହସ୍ପିଟାଲକୁ ମେଡିକାଲ୍‌ କଲେଜରେ ପରିଣତ କରିବା ପାଇଁ କୋଲ ଇଣ୍ଡିଆ ସମସ୍ତ ସହଯୋଗ ଦେବ। ଏହି ହସ୍ପିଟାଲ ପାଇଁ ସମସ୍ତ ସହାୟତା ଓ ସହଯୋଗ ଯୋଗାଇ ଦେଇଥିବାରୁ ଓଡିଶା ସରକାର ବିଶେଷକରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇବା ସହିତ ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍.ସି.ଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଥିଲେ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇ ରହିବ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍ ଶୀଘ୍ର ମେଡିକାଲ୍‌ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏ ଦିଗରେ ଆମକୁ ଅଧିକ ପ୍ରେରଣା ଯୋଗାଉଛି।

ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ କୋଲ ଇଣ୍ଡିଆ ଅଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ମହାନଦୀ କୋଲ ଫିଲ୍ଡର ସି.ଏମ୍.ଡି ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

୧୫ରେ ବିଜେଡିର ବଡ଼ ନିଷ୍ପତ୍ତି !

Next Post

ଯୁଆଡ଼େ ଦରାଣ୍ଡିଲେ ପୁଳା ପୁଳା ଟଙ୍କା

Next Post
ଯୁଆଡ଼େ ଦରାଣ୍ଡିଲେ ପୁଳା ପୁଳା ଟଙ୍କା

ଯୁଆଡ଼େ ଦରାଣ୍ଡିଲେ ପୁଳା ପୁଳା ଟଙ୍କା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA