Saturday, June 27, 2026 02:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଷଷ୍ଠ ଥର ପାଇଁ ବିଜେଡିର ତୟାରି

ଦଳର କାର୍ଯ୍ୟକାରିଣୀ ବୈଠକରେ ନବୀନଙ୍କ ଗୁରୁମନ୍ତ୍ର

by Our Correspondent
15 Dec, 2023- 03:39 PM
in Latest News, News, Politics
1 min read
0
ଷଷ୍ଠ ଥର ପାଇଁ ବିଜେଡିର ତୟାରି

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କଲା ବିଜୁ ଜନତା ଦଳ । ଆଜି ଦଳର ପରିବର୍ଦ୍ଧିିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରଣନୀତି ତିଆରି ହୋଇଛି । ଓଡ଼ିଶା ପ୍ରତି କେନ୍ଦ୍ରର ଅବିଚାର ତଥା ବିରୋଧୀଙ୍କ ମିଥ୍ୟା ଅପପ୍ରଚାରକୁ ତୃଣମୂଳସ୍ତରୁ ଦୃଢ଼ ମୁକାବିଲା କରିବା ସହ ରାଜ୍ୟ ସରକାରଙ୍କ ବିକାଶର ବାର୍ତ୍ତାକୁ ଓଡ଼ିଶାର ଘରେ ଘରେ ପହଞ୍ଚାଇବାକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ଆହ୍ୱାନ ଦେଇଛନ୍ତି ।

ଆଗାମୀ ୨୬ ତାରିଖରେ ଦଳର ପ୍ରତିଷ୍ଠା ଦିବସକୁ ଜୋରଦାର ପାଳନ କରାଯିବ । ଏହାପରେ ଶଙ୍ଖ ଭବନରେ ପ୍ରତି ନିର୍ବାଚନ ମଣ୍ଡଳୀ ୱାରୀ ପ୍ରଶିକ୍ଷଣ ଓ ତାପରେ ଜୋନାଲ ପ୍ରଶିକ୍ଷଣ ତଥା ପଞ୍ଚାୟତସ୍ତରୀୟ ସମ୍ମିଳନୀ ଏବଂ ଜାନୁଆରୀ ୨୩ ନେତାଜୀ ଜୟନ୍ତୀଠାରୁ ବିଜୁ ଜୟନ୍ତୀ ମାର୍ଚ୍ଚ ୫ ଯାଏଁ ନବୀନ ସରକାରର ସଫଳତା ତଥା ବିକାଶର ଆଭିମୁଖ୍ୟ ତୃଣମୂଳସ୍ତରରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଅଭିଯାନ ଆରମ୍ଭ କରାଯିବ ।

ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନଠାରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକାରିଣୀକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଥିଲେ ଯେ ବିରୋଧୀଙ୍କ ପାଖାରେ କିଛି ପ୍ରସଙ୍ଗ ନାହିଁ। ଓଡ଼ିଶାର ରୂପାନ୍ତରଣ ସେମାନଙ୍କ ପାଇଁ ବଡ଼ ସକ୍ ହୋଇଛି। ତେଣୁ ସେମାନେ ମିଛ କହିବେ ,ଅପପ୍ରଚାର କରିବେ। ତୃଣମୂଳସ୍ତରରୁ ଆମକୁ ଏହାର ଦୃଢ଼ ମୁକାବିଲା କରିବାକୁ ହେବ। ସୋସିଆଲ୍ ମିଡିଆ ରେ ଏହାକୁ ବିରୋଧ କରିବାକୁ ହେବ। ତା ସହିତ ବିକାଶ ର ବାର୍ତ୍ତାକୁ ଓଡ଼ିଶାର ଘରେ ଘରେ ପହଞ୍ଚିବାକୁ ହେବ। ଓଡିଶା ବାସୀ ଜାଣନ୍ତି ହଜାରେ ମିଛ କେବେ ସତ ହେବନାହିଁ। ସତ୍ୟର ଜୟ ହେବ ବିକାଶ ର ଜୟ ହେବ ..ନୂଆ ଓଡିଶା ଓ ସଶକ୍ତ ଓଡିଶା ଗଠନ ହେବ।

ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୈଠକର ସଂଚାଳନ କରିଥିଲେ । ବିଭିନ୍ନ ଏଜେଣ୍ଡା ଉପରେ ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଭିଭାଷଣ ଦେବା ପରେ ଅନ୍ୟତମ ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ଦ୍ୱାରା ଆଗତ ସାଂଗଠନିକ ପ୍ରସ୍ତାବ ସର୍ବସମ୍ମତିକ୍ରମେ ପାରିତ ହୋଇଥିଲା । ଏହାପରେ ୧୧ଟି ରାଜନୈତିକ ପ୍ରସ୍ତାବ ଓ ୧୬ ଟି ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହୋଇ ପାରିତ କରାଯାଇଥିଲା 

ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାର୍ଯ୍ୟ ଦାବି ଯଥା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା ଦାବି ହାସଲ ପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହା ସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନିରବତା ନେଇ ବୈଠକରେ ଦୁଃଖ ପ୍ରକାଶ କରାଯାଇଥିଲା ଓ ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଥିଲା । କୋଇଲା ରୟାଲଟି, ସେସ୍, ପ୍ରଦାନ କ୍ଷେତ୍ରରେ ଓଡିଶା ର ଦାବୀ ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ଯ୍ୟ ତ୍ୱରାନିତ କରିବା ଏବଂ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ଉପରୁ ଜିଏସଟି ବୋଝ ଦୂର କରିବା , ଖାଉଟି ଦର ବୃଦ୍ଧି ଓ ଏହା ଯୋଗୁଁ ଘର ଚଳାଇବାରେ ମହିଳା ମାନେ ସମ୍ମୁଖିନ ହେଉଥିବା କଷ୍ଟକର ପରିସ୍ଥିତି ବିଷୟରେ ଆଲୋଚନା କରାଯାଇ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକମ ର ସଫଳ କାର୍ଯ୍ୟକାରିତା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ନିଷ୍ପତ୍ତି ପାରିତ ହୋଇଥିଲା।

ଦଳର ସାଂଗଠନିକ ପ୍ରସ୍ତାବରେ ଦଳର କେନ୍ଦ୍ରୀୟ ନିଜସ୍ୱ କାର୍ଯ୍ୟାଳୟ ଶଙ୍ଖ ଭବନର ଠିକଣା ପରିବର୍ତନ ସଂପର୍କରେ ଏବଂ ସାଂଗଠନିକ ନିର୍ବାଚନକୁ ଗୋଟିଏ ବର୍ଷ ଘୁଂଚାଇବା ପାଇଁ ତଥା ଆଗାମୀ ଦିନର ସାଂଗଠନିକ କାର୍ଯ୍ୟକ୍ରମ ପାଇଁ ସର୍ବସମ୍ମତ କ୍ରମେ ଆଗତ ପ୍ରସ୍ତାବ ଆଲୋଚନା କରାଯାଇ ଗୃହୀତ ହୋଇଥିଲା ।

୨୦୦୦ ମସିହାରୁ ବିଭିନ୍ନ ବିଧାନସଭା, ଲୋକସଭା, ନିର୍ବାଚନ, ଉପ ନିର୍ବାଚନ, ସମବାୟ ନିର୍ବାଚନ ବିଶେଷ କରି ପଂଚାୟତ ଓ ପୈାର ନିର୍ବାଚନରେ ବିଜୁ ଜନତା ଦଳର ଲଗାତାର ବିଜୟ ପାଇଁ ଓଡିଶାର ଜନ ସାଧାରଣଙ୍କୁ ଦଳ ପକ୍ଷରୁ କୃତଜ୍ଞତା ଅର୍ପଣ କରା ଯାଇଥିଲା । କୋଟି ଓଡିଆଙ୍କର ହୃଦୟର ନେତା ବିଜେଡିର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ନେତୃତ୍ୱ ଲଗାତର ଭାବେ ଆମର ଆଂଚଳିକ ଦଳକୁ ବିପୁଳ ସଫଳତା ଆଣି ଦେଇଥିବାରୁ କାର୍ଯ୍ୟକାରିଣୀ ଶ୍ରୀଯୁକ୍ତ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଇଥିଲା ।

ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଅଭିନବ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ରୂପାୟନ ପାଇଁ ତଥା ଓଡିଶାର ବିଭିନ୍ନ ପ୍ରାନ୍ତରେ ଯଥା ଶ୍ରୀ ଲିଙ୍ଗରାଜ, ମା ସମଲେଇ, ତାରାତାରିଣୀ ସହିତ ବିଭିନ୍ନ ଉପାସନା ପୀଠ ଓ ଐତିହ୍ୟର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ ନେଇଥିବା ପଦକ୍ଷେପ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଜି ସଂଜୀବନୀ ହୋଇଛି । ଯାହାକି ଭାରତବର୍ଷରେ ଅଭିନବ ଓ ଅନନ୍ୟ । ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଥିଲା ।

ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗର ର ସଂପ୍ରସାରଣ କରାଯାଇଥିବାରୁ, ଏବଂ ପୁଂଜିନିବେଶରେ ଓଡିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଥିଲା ।

କ୍ରୀଡା ଭିତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦୃତ ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା । ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା ।

ଅନୁସୁଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମକୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଥିଲା ।

ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ରୂପାନ୍ତରୀକରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଂଜୁରୀ କରାଯାଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା ।

ଆଜି ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟର ଅଭିବୃଦ୍ଧିର ହାର ବଢିବା, ମୁଣ୍ଡପିଛା ଆୟରେ ବୃଦ୍ଧି ତଥା ଋଣ ଭାର କମିବା ସହିତ ଆର୍ଥିକ ପରିଚାଳନାରେ ସଫଳତା ପାଇଥିବାରୁ ଧନ୍ୟବାଦ ଦିଆଯାଇଥିଲା ।

୫-ଟି ଉପକ୍ରମରେ ଭିତିଭୂମି ବିିକାଶ ଠାରୁ ଆରମ୍ଭ କରି ଆମ ସମ୍ବଳକୁ ମୁଲ୍ୟଯୁକ୍ତ କରିବା ପାଇଁ ବିକାଶର ଧାରାରେ ଆଗରେ ଥିବା ଓଡିଶାକୁ ପୂର୍ଣ୍ଣ ବିକଶିତ ରାଜ୍ୟରେ ରେ ପରିଣତ କରିବା ପାଇଁ ହେଉଥିବା ପ୍ରୟାସକୁ ରାଜ୍ୟ କାର୍ଯ୍ୟକାରିଣୀ ସ୍ୱାଗତ କରିଥିଲା ।

କାର୍ଯ୍ୟକାରିଣୀରେ ମୋଟ୍ ୩୨ଟି ପ୍ରସ୍ତାବ ଦଳର ବରିଷ୍ଠ ନେତା ଆଗତ କରିଥିଲେ ଏବଂ ଅନ୍ୟ ବରିଷ୍ଠ ନେତା ଏହାକୁ ସମର୍ଥନ କରିଥିଲେ ।

ଆମେ ଗଢ଼ିବା ନୂଆ ଓଡିଶା ଓ ସଶକ୍ତ ଓଡିଶା ଶପଥ ସହ ବୈଠକ ଶେଷ ହୋଇଥିଲା। ଶେଷରେ ଦଳର ବରିଷ୍ଠ ଉପ ସଭାପତି ଅନଙ୍ଗ ଉଦୟ ସିଂହଦେଓ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

କୋରାପୁଟ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍

Next Post

୨୦୨୪ରେ ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ୍

Next Post
୨୦୨୪ରେ ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ୍

୨୦୨୪ରେ ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA