Friday, June 26, 2026 11:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୦୨୪ରେ ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ୍

'ମୁଁ କ୍ଷମତା ପାଇଁ ଆସିନି, ସେବା ପାଇଁ ଆସିଛି'

by Our Correspondent
15 Dec, 2023- 04:08 PM
in Latest News, News, Politics
1 min read
0
୨୦୨୪ରେ ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ୍

ଭୁବନେଶ୍ୱର: ଆଜି ଅନୁଷ୍ଠିତ ବିଜେଡିର ପରିବର୍ଦ୍ଧିିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଉପରେ ସମସ୍ତଙ୍କ ନଜର ଥିଲା । ଆଇଏଏସ୍ ଚାକିରି ଛାଡ଼ି ବିଜେଡିରେ ଯୋଗଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଅତି ବିଶ୍ୱସ୍ତ ତଥା ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଦଳରେ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ମିଳିପାରେ ବୋଲି ସମସ୍ତେ ଅନୁମାନ କରୁଥିଲେ । ଦଳର ସଭାପତିଙ୍କ ମୁହଁରୁ ଏଭଳି କିଛି ଘୋଷଣା ହୋଇପାରେ ବୋଲି ସବୁ ମହଲରୁ ଅପେକ୍ଷା ଥିଲା । ମାତ୍ର ସେଭଳି କିଛି ହୋଇନାହିଁ । ଅଫିସରରୁ ରାଜନେତା ବନିଥିବା ପାଣ୍ଡିଆନ୍ ବିଜେଡିର ଜଣେ କର୍ମୀ ଭାବେ ଆଜି ଦଳର କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇଥିଲେ ।

ଖାଲି ସେତିକି ନୁହେଁ, ସେ ନିର୍ବାଚନ ଲଢ଼ିବେ ନାହିଁ ବୋଲି ମଧ୍ୟ ସ୍ପଷ୍ଟ କରିଛନ୍ତି । ବିଜେଡି ନେତା ଓ କର୍ମୀଙ୍କୁ ସମ୍ବୋଧିତ କରି ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୋର କୌଣସି ପଦପଦବୀ ଆଶା ନାହିଁ। ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ ଠିଆ ହେବେ। ଆଉ ମୁଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପଛରେ ୧୪୭ ନିର୍ବାଚନମଣ୍ଡଳୀରେ ଠିଆ ହେବି ।

ଶ୍ରୀ ପାଣ୍ଡିଆନ୍ କହିଛନ୍ତି ଯେ ମୁଁ ଦୁଇଟି ଆଶୀର୍ବାଦ ପାଇଛି। ଗୋଟିଏ ହେଉଛି ମହାପ୍ରଭୁ ଜଗନ୍ନାଥଙ୍କ ସେବା ଓ ଅନ୍ୟଟି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇଛି ଓ ତାଙ୍କ ପ୍ରତି ମୁଁ ସମ୍ପୂର୍ଣ୍ଣ ସମର୍ପିତ। ମୁଁ ମୋର ଭବିଷ୍ୟତ ମହାପ୍ରଭୁ ଜଗନ୍ନାଥ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସମର୍ପଣ କରି ଦେଇଛି। ସର୍ବଭାରତୀୟ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପରେ ଅନେକ ମୋ ସମ୍ପର୍କରେ ଅନେକ ଅତ୍ୟଧିକ ଉତ୍ସୁକତା ପ୍ରକାଶ କରିଛନ୍ତି। ମୁଁ ନିର୍ବାଚନ ଲଢ଼ିବି କି ନାହିଁ; ଯଦି ଲଢ଼ିବି କେଉଁଠୁ ଲଢ଼ିବି ତାକୁ ନେଇ ଚର୍ଚ୍ଚା ହେଉଛି। ମୋତେ ମଧ୍ୟ ଅନେକ ଏ ସମ୍ପର୍କରେ ପଚାରିଛନ୍ତି। ଦଳରେ ମୋତେ କି ପଦ ମିଳିବ ତାକୁ ନେଇ ଅନେକ ଆଲୋଚନା ଚାଲିଛି। କେହିକେହି ମୋତେ ବିଭିନ୍ନ ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିବା ନିମନ୍ତେ ପ୍ରସ୍ତାବ ମଧ୍ୟ ଦେଇଛନ୍ତି।

ମାତ୍ର ଏ ସମ୍ପର୍କରେ ଆପଣ ସମସ୍ତଙ୍କୁ ମୁଁ ଅତ୍ୟନ୍ତ ବିନମ୍ର ଭାବରେ ଗୋଟିଏ ଉତ୍ତର ଦେବି। ମୁଖ୍ୟମନ୍ତ୍ରୀଙ୍କ ନିକଟରେ କାମ କରିବାକୁ ମୋର ସୌଭାଗ୍ୟ ମନେ କରୁଛି। ଆଗାମୀ ନିର୍ବାଚନରେ ରାଜ୍ୟର ସବୁ ୧୪୭ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ତାଙ୍କ ସହ ଠିଆ ହେବି। ବିଜୁ ଜନତା ଦଳକୁ ଅଧିକ ସୁଦୃଢ଼ କରି ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବାକୁ କାର୍ଯ୍ୟ କରିବି। ଏହି ପରିବାରରେ ମୁଁ ଓଡ଼ିଶା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କାର୍ଯ୍ୟ କରିବାର ପ୍ରତ୍ୟକ୍ଷ ସୁଯୋଗ ପାଇଛି। ଦଳର ଲକ୍ଷଲକ୍ଷ କର୍ମୀଙ୍କ ପାଇଁ କାମ କରିବାକୁ କେବେ ସୁଯୋଗ ମିଳି ନ ଥିଲା, ଏବେ ତାହା ମୋତେ ମିଳିଛି। ଏବେ ସରକାର ଓ ଲୋକଙ୍କ ସେବାରେ ଯେଉଁ ରୂପାନ୍ତରୀକରଣ ଆସିଛି ତାହା ସୁଉଚ୍ଚ ହେବାର ପ୍ରତିଶ୍ରୁତି ଦେଉଛି । ମୁଁ କ୍ଷମତା ପାଇଁ ଆସିନି, ସେବା ପାଇଁ ଆସିଛି ବୋଲି ଶ୍ରୀ ପାଣ୍ଡିଆନ୍ କହିଛନ୍ତି ।

 

Previous Post

ଷଷ୍ଠ ଥର ପାଇଁ ବିଜେଡିର ତୟାରି

Next Post

ଗରିବଙ୍କୁ ଆଉ ୫ ବର୍ଷ ମାଗଣା ଚାଉଳ

Next Post
ଗରିବଙ୍କୁ ଆଉ ୫ ବର୍ଷ ମାଗଣା ଚାଉଳ

ଗରିବଙ୍କୁ ଆଉ ୫ ବର୍ଷ ମାଗଣା ଚାଉଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA