Friday, June 26, 2026 06:24 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୟୁରଭଞ୍ଜ ଦଖଲ ଅଭିଯାନରେ ପାଣ୍ଡିଆନ୍ !

କହିଲେ, ମ୍ୟାଜିକ୍ କରିବ ମୟୁରଭଞ୍ଜ

by Our Correspondent
19 Dec, 2023- 06:19 PM
in Latest News, News
1 min read
0
ମୟୁରଭଞ୍ଜ ଦଖଲ ଅଭିଯାନରେ ପାଣ୍ଡିଆନ୍ !

ଭୁବନେଶ୍ୱର: ୨୦୧୯ ନିର୍ବାଚନରେ ମୟୁରଭଞ୍ଜ ଲୋକସଭା ଆସନ ସମେତ ଜିଲ୍ଲାର ୯ଟି ବିଧାନସଭା ଆସନରୁ ୬ ଟି ଆସନ ଦଖଲ କରିଥିଲା ବିଜେପି । ତେବେ ଅଢ଼େଇ ବର୍ଷ ପରେ ଅନୁଷ୍ଠିତ ଜିଲ୍ଲା ପରିଷଦ ନିର୍ବାଚନରେ ବିଜେଡି ଚମତ୍କାର ପ୍ରଦର୍ଶନ କରିଥିଲା । ଜିଲ୍ଲାରେ ୫୬ ଟି ଜିଲ୍ଲା ପରିଷଦ ଆସନରୁ ୫୩ ଜିଲ୍ଲା ପରିଷଦ ଆସନ ଜିତିଥିଲା । ଆଗାମୀ ଦିନରେ ୫୬ ରୁ ୫୬ ଆସନ ବିଜେଡି ପାଖକୁ ଆସି ମ୍ୟାଜିକ୍ ହେବ ବୋଲି ଆଜି ମୟୁରଭଞ୍ଜ ଗ୍ରାଉଣ୍ଡ ଜିରୋରୁ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ।

ଆଜି ମୟୁରଭଞ୍ଜ ଗସ୍ତ କରିଥିବା ଶ୍ରୀ ପାଣ୍ଡିଆନ୍ ବାରିପଦା ଛଉ ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ଅଧିକ ସୁଦୃଢ଼ ହୋଇଛି । ଓଡ଼ିଶାବାସୀଙ୍କ ପାଇଁ ନବୀନ ପଟ୍ଟନାୟକଙ୍କ ସମର୍ପଣର ସେ ବିଭିନ୍ନ ଉଦାହରଣ ଦେଇଥିଲେ । ୭୭ ବର୍ଷ ବୟସରେ ମଧ୍ୟ ଚଳଚଞ୍ଚଳ ମୁଖ୍ୟମନ୍ତ୍ରୀ ଲୋକଙ୍କ କଲ୍ୟାଣ ପାଇଁ ଅହରହ ପରିଶ୍ରମ କରୁଛନ୍ତି । ତାଙ୍କୁ ୨୪ ଘଣ୍ଟା ଦେଖି ଦେଖି ସେ ନିଜେ ପ୍ରେରଣା ପାଇଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ କହିବା ସହ କର୍ମୀମାନେ ଏକଜୁଟ୍ ହୋଇ ନିଷ୍ଠାପର ଭାବେ କାମ କଲେ ଜିଲ୍ଲାର ବିକାଶ ଅଧିକରୁ ଅଧିକ ତ୍ୱରାନ୍ୱିତ ହେବ ବୋଲି କହିଥିଲେ ।

ଗଞ୍ଜାମ ଓ କେନ୍ଦ୍ରାପଡ଼ା ପରେ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସେ ସମୀକ୍ଷା କରିବା ସହିତ ସ୍ଥାନୀୟ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କ ସହ ମତ ବିନିମୟ କରିଥିଲେ ।

ବାରିପଦା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ । ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି । ଏହି କାର୍ଯ୍ୟକ୍ରମ ଦ୍ୱାରା ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହିତ ସେମାନଙ୍କର ସାମଗ୍ରିକ ବ୍ୟକ୍ତିତ୍ୱର ବିକାଶରେ ମଧ୍ୟ ସହାୟକ ହେବ । ଏଥିସହ ପାଠପଢ଼ାରେ ମଧ୍ୟ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ ।

 

ଏହାପରେ ସେ ମୟୁରଭଞ୍ଜ ଜିଲ୍ଲାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ୧୦,୨୧୦ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ୱାରା ୨,୭୦,୯୦୦ ଏକର ଚାଷଜମି ଜଳସେଚିତ ହୋଇପାରିବ। ୨୦୨୪ ମଇ ସୁଦ୍ଧା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଶେଷ ହେବ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଜୁନ ୨୦୨୮ ସୁଦ୍ଧା ସଂପୂର୍ଣ୍ଣ ହେବ।

 

ଏହି ଅବସରରେ ଶ୍ରୀ ପାଣ୍ଡିଆନ ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର ବୃହତ ଉଠାଜଳସେଚନ ପ୍ରକଳ୍ପ ଆଦି ପ୍ରମୁଖ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ୩୨୮୨ କୋଟି ଟଙ୍କା ବିନିଯୋଗ ହେଉଥିବା ବେଳେ, ଏହାଦ୍ୱାରା ୧,୧୬,୫୦୦ ଏକର ଜମି ଜଳସେଚିତ ହୋଇପାରିବ। ଏହିସବୁ ପ୍ରକଳ୍ପ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।

ଏହାପରେ ସେ ବାରିପଦାରେ ବୁଢାବଳଙ୍ଗ ଉପରେ ନିର୍ମାଣାଧୀନ ନଦୀ ବନ୍ଧ ଏବଂ ରିଂଗ ରୋଡ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିପାଇଁ ୧୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାସହିତ ୭୨.୬୩ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ଘାଟି ରାସ୍ତା, ବାରିପଦାରେ ୪୮ କୋଟି ଟଙ୍କା ବ୍ୟୟରେ ବୁଢାବଳଙ୍ଗ ନଦୀ ଉପରେ ବୃହତ ସେତୁର ନିର୍ମାଣ, ୩୦୬ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ବାରିପଦା ଠାରେ ୪୭.୩୫ କୋଟି ଟଙ୍କା ବ୍ୟୟରେ ଏକ କ୍ୟାନସର ହସ୍‌ପିଟାଲ ନିର୍ମାଣ ଆଦି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରି ସମସ୍ତ ପ୍ରକଳ୍ପକୁ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

Previous Post

ବିଜେବି କଲେଜ ପୁରାତନ ଛାତ୍ରସଂଘ ‘ବିଜେବି ଫ୍ରେଣ୍ଡସ୍’ ର ବନ୍ଧୁ ମିଳନ

Next Post

ଫେବ୍ରୁଆରୀରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

Next Post
ଫେବ୍ରୁଆରୀରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଫେବ୍ରୁଆରୀରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA