Thursday, June 25, 2026 02:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଯୋରନ୍ଦାରେ ମୁଖ୍ୟମନ୍ତ୍ରୀ: ମହିମା ପୀଠର ରୂପାନ୍ତର ପାଇଁ ଭୂମିପୂଜନ

ବିରୋଧୀଙ୍କୁ ପାଣ୍ଡିଆନଙ୍କ ତେରେଛା ବାଣ

by Our Correspondent
22 Dec, 2023- 04:31 PM
in Latest News, News
1 min read
0
ଯୋରନ୍ଦାରେ ମୁଖ୍ୟମନ୍ତ୍ରୀ: ମହିମା ପୀଠର ରୂପାନ୍ତର ପାଇଁ ଭୂମିପୂଜନ

ଭୁବନେଶ୍ୱର: ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୁବ ଶୀଘ୍ର କାମ ଆରମ୍ଭ ହେବା ସହିତ ୩ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଶେଷ ହେବ ।

ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି । ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ ପ୍ରସିଦ୍ଧି ଆଣି ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛି। ଏଭଳି ପବିତ୍ର ମାଟିକୁ ଆସି ଓ ଆପଣମାନଙ୍କ ସହିତ ମିଶିବାର ସୁଯୋଗ ପାଇ ମୁଁ ବହୁତ ଖୁସି । ସାରା ବିଶ୍ୱକୁ ଏକ ପରିବାର ଭାବରେ ଗ୍ରହଣ କରି ମହିମା ଧର୍ମ ସରଳ ଜୀବନ, ସମ୍ୟତା ଓ ଜଗତକଲ୍ୟାଣରେ ବିଶ୍ୱାସ କରେ । ମହିମା ଧର୍ମର ମହାନ ସନ୍ଥ ଭୀମ ଭୋଇଙ୍କ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା । ଜଗତକଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗ କରିବାର ଚିନ୍ତାଧାରା ଆମକୁ ମହିମା ଧର୍ମ ଶିକ୍ଷା ଦେଇଛି ବୋଲି କହି ମହିମା ଧର୍ମପୀଠର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଯୋଗଦେଇ କହିଲେ ଯେ ବହୁତ ଲୋକଙ୍କ ବିରୋଧ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଏହି ପୀଠର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି। ଦୁନିଆକୁ ସରଳତା, ସ୍ୱଚ୍ଛତା, ସେବା ଓ ନିସ୍ୱାର୍ଥପରତାର ବାର୍ତ୍ତା ଦେଉଥିବା ଏହି ମହିମା ଧର୍ମକୁ ଆଗେଇ ନେବାକୁ ହେବ। ଆମ ମୁଖ୍ୟମନ୍ତ୍ରୀ ଶ୍ରେୟ ପାଇଁ ନୁହେଁ, ସେବା ମନୋବୃତ୍ତି ନେଇ କାମ କରିଥାନ୍ତି ବୋଲି କହି ଏହି ପୀଠ ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ମହିମା ପୀଠର ବିକାଶ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ତାଙ୍କ ହୃଦୟରେ ସ୍ଥାନ ଦେଇଛନ୍ତି। ଏଥି ସହିତ ଓଡିଶାର ସମସ୍ତ ମହିମା ପୀଠର ବିକାଶ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ସାଂସଦ ମହେଶ କୁମାର ସାହୁ, ବିଧାୟକ ସୁଧିର କୁମାର ସାମଲ, ବିଧାୟକ ଡ. ନୃସିଂହ ଚରଣ ସାହୁ, ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଅର୍ଚ୍ଚନା ପୁହାଣ ପ୍ରମୁଖ ଯୋଗ ଦେଇଥିଲେ।

ବିରୋଧୀଙ୍କୁ ପାଣ୍ଡିଆନଙ୍କ ତେରେଛା ବାଣ

ବହୁତ ଲୋକ ଅଛନ୍ତି ଶ୍ରେୟ ନେବା ପାଇଁ କାମ କରନ୍ତି । କିଛି ଲୋକ ଅଛନ୍ତି ଅନ୍ୟ ଲୋକ ଯେପରି ଶ୍ରେୟ ପାଇପାରିବେନି ସେଥିପାଇଁ କାମ ବନ୍ଦ କରିବାକୁ ଚେଷ୍ଟା କରନ୍ତି । ଓଡ଼ିଶାବାସୀ ସେମାନଙ୍କୁ ଠିକ ଚିହ୍ନି ପାରିବେ । କିନ୍ତୁ ଦୁନିଆରେ ବହୁତ କମ୍ ଲୋକ ଅଛନ୍ତି, ଯେଉଁମାନେ ଶ୍ରେୟ ନେବା ପାଇଁ ନୁହେଁ, ବରଂ ସେବା ମନୋଭାବ ନେଇ କାମ କରନ୍ତି । ସେହି ବହୁତ କମ ଲୋକଙ୍କ ମଧ୍ୟରେ ଜଣେ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିକାଶ ବିରୋଧୀଙ୍କୁ ଏପରି ତେରେଚ୍ଛା ତୀର ମାରିଛନ୍ତି ଫାଇଭ-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଯୋରନ୍ଦା ମହିମାପୀଠର ରୂପାନ୍ତରଣ ପାଇଁ ଆୟୋଜିତ ଭୂମିପୂଜନ ଉତ୍ସବରେ ଓଡ଼ିଶାର ବିକାଶକୁ ବିରୋଧ କରୁଥିବା ବ୍ୟକ୍ତିଙ୍କୁ ସମାଲୋଚନା କରିଛନ୍ତି ।

ଫାଇଭ ଟି ଅଧ୍ୟକ୍ଷ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଗତ ମେ ୨୯ ତାରିଖରେ ମହିମାଗାଦିର ଉନ୍ନତୀକରଣ ପାଇଁ ଏଠାକୁ ଆସି ସ୍ଥିତି ଅନୁଧ୍ୟାନ କରିଥିଲେ ଓ ଆଲୋଚନା କରିଥିଲେ । ମହିମାଗାଦିର ଉନ୍ନତି ପାଇଁ କ’ଣ କ’ଣ ଆବଶ୍ୟକ ସେନେଇ ଜାଣିବାକୁ ଚାହିଁଥିଲେ । ପରେ ତିନି ଥର ମହିମା ସାଧୁମାନେ ଭୁବନେଶ୍ବର ନବୀନ ନିବାସ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଆସି ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ସାଧୁମାନଙ୍କ ଇଚ୍ଛାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିମାଗାଦିର ରୂପାନ୍ତରଣର ପାଇଁ ପ୍ରାୟ ୧୬୦ କୋଟି ଟଙ୍କା ମଂଜୁର କରିଛନ୍ତି । ପ୍ରକଳ୍ପର ଅଟକଳ ୧୧୨ କୋଟି ରହିଥିବା ବେଳେ ଅନ୍ୟାନ୍ୟ ଖର୍ଚ୍ଚ ମିଶି ମୋଟ୍ ୧୬୦ କୋଟି ଟଙ୍କା ହେବ ।

ମହିମାଗାଦିର ଉନ୍ନତୀକରଣ ପରିପ୍ରେକ୍ଷୀରେ ସେ କହିଥିଲେ, ଯେବେ ଗୋଟେ ବଡ଼ କାମ କରିବାକୁ ପଡ଼େ କିଛି ଲୋକ କାମକୁ ବିରୋଧ କରନ୍ତି । ଏଠାରେ ମଧ୍ୟ ବିକାଶ କାମକୁ ବିରୋଧ କରି ଏହି କାମ କରାଇ ନଦେବାକୁ ଚେଷ୍ଟା କରିଥିଲେ । ଏତେ ଖର୍ଚ୍ଚ କରି ବିକାଶ ନକରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଚିଠି ମଧ୍ୟ ଲେଖିଥିଲେ । କାହିଁକି ଏତେ ଖର୍ଚ୍ଚ ହେବ ଏବଂ କାମ ହେଲେ କ’ଣ ଲାଭ ହେବ ବୋଲି କହି କାମ ବନ୍ଦ କରିବାକୁ ଚେଷ୍ଟା କରିଥିଲେ । ହେଲେ ମହିମା ଧର୍ମକୁ ବହୁତ ଭଲ ପାଉଥିବା ଓ ବହୁତ ସମ୍ମାନ ଦେଉଥିବା ମୁଖ୍ୟମନ୍ତ୍ରୀ ଏସବୁକୁ ଗୁରୁତ୍ୱ ନଦେଇ ଓଡ଼ିଶା ମାଟିରେ ଜନ୍ମ ନେଇ ଦୁନିଆକୁ ସ୍ୱଚ୍ଛତା, ସରଳତା, ସମାନତା ଏବଂ ନିଃସ୍ୱାର୍ଥ ସେବା ବାର୍ତ୍ତା ଦେଇଥିବା ମହିମା ଧର୍ମକୁ ଆଗେଇ ନେବାକୁ ନିଷ୍ପତ୍ତି ନେଇଥିଲେ । ଏହି ଚାରିଟି ଯାକ ‘ସ’ର ପ୍ରତୀକ ହେଉଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୋଲି ମଧ୍ୟ ସେ କହିଥିଲେ । ଏହାକୁ ଲକ୍ଷ୍ୟରେ ରଖି ଯୋରନ୍ଦା ମହିମା ଗାଦି ସହ ଏହି ପ୍ରକଳ୍ପ ଅନୁମୋଦନ କରିଥିଲେ ମୁଖ୍ୟମନ୍ତ୍ରୀ।

ସାରା ରାଜ୍ୟରେ ରହିଥିବା ୧୦୫ଟି ମହିମା ମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୮୩୦ ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର କରିଛନ୍ତି । ମହିମା ମନ୍ଦିରର ରୂପାନ୍ତରଣକୁ ପ୍ରାଥମିକତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ ଯେବେ ଯେବେ ଜିଲ୍ଲା ଗସ୍ତରେ ଯାଇଥାଆନ୍ତି ମୁଖ୍ୟମନ୍ତୀ ପଚାରନ୍ତି ସେହି ସବୁ ଜିଲ୍ଲାରେ ମହିମା ମନ୍ଦିର ପାଇଁ କିଛି ପ୍ରସ୍ତାବ ଆସିଛି କି ! ଶୁଣିସାରିବା ପରେ ତୁରନ୍ତ ପଦକ୍ଷେପ ନେଇଥାଆନ୍ତି । ସବୁ ଜାଗାରେ ଥିବା ମହିମା ମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

୨୨ରେ ଦେଶବ୍ୟାପୀ ପ୍ରତିବାଦ: ଏକାଠି ହେଲେ ଇଣ୍ଡିଆ ମେଣ୍ଟଭୁକ୍ତ ଓଡ଼ିଶାର ବିରୋଧି ଦଳ

Next Post

କାମିଆ ନୁହଁନ୍ତି, ଟାର୍ଗେଟ୍ ପାଣ୍ଡିଆନ୍!

Next Post
କାମିଆ ନୁହଁନ୍ତି, ଟାର୍ଗେଟ୍ ପାଣ୍ଡିଆନ୍!

କାମିଆ ନୁହଁନ୍ତି, ଟାର୍ଗେଟ୍ ପାଣ୍ଡିଆନ୍!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA