ଭୁବନେଶ୍ୱର: ନବୀନ ନିବାସରେ ଆଜି ଥିଲା ଏକ ଆଧ୍ୟାତ୍ମିକ ପରିବେଶ । ଜୟ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେଉଥିଲା ପୂରା ପରିବେଶ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନିମନ୍ତେ ନିମନ୍ତ୍ରଣ ପତ୍ର ବଣ୍ଟନର ଇଏ ଥିଲା ପର୍ବ । ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କୁ ନେଇ ଏକ ୫୦ ଜଣିଆ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ ।







