Tuesday, June 30, 2026 05:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ସେବା ଆରମ୍ଭ

ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Our Correspondent
18 Jan, 2024- 07:55 PM
in Latest News, News
1 min read
0
ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ସେବା ଆରମ୍ଭ
  • ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍‌ସେବା ଆରମ୍ଭ 

  • ଜିଲ୍ଲା ସଦରମହକୁମାରୁ ଭୁବନେଶ୍ଵର ଦେଇ ପୁରୀ ଯିବ 

  • ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ଚାଲିବ

  • ମହିଳାମାନଙ୍କ ପାଇଁ ଟିକେଟ୍ ର ମୂଲ୍ୟ ୫୦ ପ୍ରତିଶତ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା । ଲକ୍ଷ୍ମୀ ଯୋଜନା ଅନ୍ତର୍ଗତ ଏହି ବସ୍ ଗୁଡ଼ିକ ଜିଲ୍ଲା ସଦର ମହକୁମାରୁ ଭୁବନେଶ୍ୱର ଦେଇ ପୁରୀ ସହ ଯୋଡି ହେବ । ପ୍ରଥମ ପର୍ଯ୍ୟାୟରେ ୧୨ ଟି ଜିଲ୍ଲାରୁ ପୁରୀକୁ ଗଡ଼ିଛି ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ୍ ଯୋଗେ ବସ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍ ଏହି ଯୋଜନାରେ ଚଳାଚଳ କରିବ । ଏହି ସବୁ ବସ୍ ରେ ମହିଳାମାନଙ୍କ ପାଇଁ ଟିକେଟ୍ ର ମୂଲ୍ୟ ୫୦ ପ୍ରତିଶତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ବଲାଙ୍ଗୀର, ବରଗଡ଼, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ବସ୍ ସେବା ଆରମ୍ଭ ହୋଇଛି । ରାଜ୍ୟବାସୀ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଉଦ୍ୟମ । ଆପଣମାନେ ସମସ୍ତେ ଏହାର ସୁଯୋଗ ନିଅନ୍ତୁ ଓ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗତକାଲି ଲୋକାର୍ପଣ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହିତା ପରିବେଶକୁ ଆହୁରି ଭକ୍ତିମୟ କରିଛି। ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆପଣମାନଙ୍କ ପାଇଁ ଆରାମଦାୟକ ବସ୍‌ସେବା ଆରମ୍ଭ ହେଲା। ଆପଣମାନେ ସୁବିଧାରେ ପୁରୀ ଆସି ମହାପ୍ରଭୁଙ୍କ କୃପା ଲାଭ କରିବେ ବୋଲି ମୋର ବିଶ୍ୱାସ ।

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଏବେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରସାର ପାଇଁ ପଦକ୍ଷେପ ନିଆଯାଉଛି। ଆମର ଲୋକପ୍ରିୟ ଲକ୍ଷ୍ମୀ ବସ ଯୋଜନାରେ ଆମେ ପଞ୍ଚାୟତକୁ ବ୍ଲକ ସଦର ମହକୁମା ସହିତ ଯୋଡ଼ିଛୁ। ଯୋଗାଯୋଗ କ୍ଷେତ୍ରରେ ଲକ୍ଷ୍ମୀ ବସ ଏବେ ରୂପାନ୍ତର ଆଣିଛି। ଜିଲ୍ଲା ସଦରମହକୁମାରୁ ଶ୍ରୀକ୍ଷେତ୍ରକୁ ସିଧା ସଳଖ ବସ୍‌ ବ୍ୟବସ୍ଥା ଦ୍ୱାରା ରାଜ୍ୟର ଗମନାଗମନ ଓ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭକରିବାର ସୌଭାଗ୍ୟ ଅର୍ଜନ କରିବାରେ ଏହି ବସ୍‌ସେବା ସହାୟତା ପ୍ରଦାନ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ଓଡିଶା ବିକାଶର ଶିଖରରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀରରୁ ଯୋଡ଼ି ହୋଇଥିଲେ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ।

୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଭୂପିନ୍ଦର ସିଂହ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

୨୨ରେ ପ୍ରଭୁ ଶ୍ରୀରାମଙ୍କ ପାଇଁ ଦୀପ ଜାଳିବାକୁ ନିବେଦନ

Next Post

ଲୋକସଭା କ୍ଷେତ୍ର ପାଇଁ କଂଗ୍ରେସ ସଂଯୋଜକ ନିଯୁକ୍ତ

Next Post
ଲୋକସଭା କ୍ଷେତ୍ର ପାଇଁ କଂଗ୍ରେସ ସଂଯୋଜକ ନିଯୁକ୍ତ

ଲୋକସଭା କ୍ଷେତ୍ର ପାଇଁ କଂଗ୍ରେସ ସଂଯୋଜକ ନିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA