Saturday, June 27, 2026 12:44 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୯ରେ ଓଡ଼ିଶା ଆସିବେ ଖଡ୍‌ଗେ

by Our Correspondent
27 Jan, 2024- 07:40 PM
in Latest News, News, Politics
1 min read
0
୨୯ରେ ଓଡ଼ିଶା ଆସିବେ ଖଡ୍‌ଗେ

ଭୁବନେଶ୍ୱର : ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଆସନ୍ତା ୨୯ ତାରିଖରେ ‘ଓଡ଼ିଶା ବଂଚାଅ’ ସମାବେଶରେ ଯୋଗଦେବେ । ସେ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ପରିପ୍ରେକ୍ଷୀରେ କଂଗ୍ରେସ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଥିଲେ ଯେ ଶ୍ରୀଯୁକ୍ତ ଖଡ୍‌ଗେ ତଳସ୍ତରରୁ ଜଣେ ସାଧାରଣ କଂଗ୍ରେସ କର୍ମୀଭାବେ ଜୀବନ ଆରମ୍ଭ କରି ନିଜର ଚେଷ୍ଟା, ନିଷ୍ଠା ଓ ସମର୍ପଣ ପାଇଁ ଏବେ ସେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରିଛନ୍ତି । ସେ ଜଣେ ଅନୁଭବୀ ନେତା ଭାବେ ଦେଶକୁ ଅତି ନିକଟରୁ ଦେଖିଥିବାବେଳେ ଓଡ଼ିଶାର ଅବସ୍ଥାକୁ ମଧ୍ୟ ଭଲଭାବେ ବୁଝିଛନ୍ତି ।

ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେଡି ଶାସନର ୨୪ ବର୍ଷ ପରେ ମଧ୍ୟ ୫୨% ଲୋକ ଆଜି ବି ଗରିବ । ରାଜ୍ୟରେ ହାରାହାରି ୨ଲକ୍ଷ ସରକାରୀ ପଦବୀ ଖାଲି ପଡ଼ିଥିବାବେଳେ ୧୦ଲକ୍ଷ ପଞ୍ଜୀକୃତ ବେକାର ଶିକ୍ଷିତ ଯୁବକଯୁବତୀ ବେସାହାରା ହୋଇପଡ଼ିଛନ୍ତି । ଆଜି ବି ସାଧାରଣ ଲୋକ ମୌଳିକ ସୁବିଧା ସୁଯୋଗରୁ ବଂଚିତ ହେଉଛନ୍ତି । ଅପରପକ୍ଷରେ ଓଡ଼ିଆ ଜାତିକୁ ଧ୍ୱଂସ କରିବାକୁ ରୀତିମତ ଷଡଯନ୍ତ୍ର ରଚାଯାଉଛି । ଏପରିକି ଅଣଓଡ଼ିଆଙ୍କ ହାତକୁ ଶାସନ କ୍ଷମତା ଟେକି ଦେବାପାଇଁ ମସୁଧା ଚାଲିଛି, ଯାହାକୁ କଂଗ୍ରେସ କେବେ ବରଦାସ୍ତ କରିବ ନାହିଁ । ଓଡ଼ିଶାରେ ଓଡ଼ିଆଙ୍କ ହକ୍ ରହିଛି । ଏହି ହକ୍ ଉପରେ ଆକ୍ରମଣ ହେଲେ ଓଡ଼ିଶା କଂଗ୍ରେସ କେବେ ଚୁପ୍ ହୋଇ ବସିବ ନାହିଁ ।

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଏଆଇସିସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ନିଯୁକ୍ତ ଅଧ୍ୟକ୍ଷ ତଥା ପିସିସିର ପୂର୍ବତନ ସଭାପତି ଜୟଦେବ ଜେନା କହିଛନ୍ତି ଯେ ରାଜ୍ୟରେ ଭ୍ରଷ୍ଟାଚାର, ଦୁର୍ନୀତି ଓ ଅତ୍ୟାଚାର ସୀମା ଟପିଛି । ବିଜେଡି-ବିଜେପି ଅଘୋଷିତ ମେଂଟ ଏବେ ସାର୍ବଜନୀନ ହୋଇଛି । ଏମାନଙ୍କର ଦୌରାତ୍ମ୍ୟରୁ ରାଜ୍ୟକୁ ମୁକ୍ତ କରିବା ପାଇଁ ‘ଓଡ଼ିଶା ବଂଚାଅ’ ସମାବେଶରେ ଯୋଗଦେବାକୁ ଖଡ୍‌ଗେଜୀ ଓଡ଼ିଶା ଆସୁଛନ୍ତି । ସ୍ୱତଃପ୍ରବୃତ ଭାବେ ‘ଓଡ଼ିଶା ବଂଚାଅ’ କାର୍ଯ୍ୟକ୍ରମରେ ଯୋଗଦେବାକୁ ଶ୍ରୀ ଜେନା ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ।

ସାମ୍ବାଦିକମାନଙ୍କୁ ସମ୍ବୋଧନ କରି ପିସିସିର ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ କହିଛନ୍ତି ଯେ ୨୦୨୪ ମସିହାରେ ହେବାକୁ ଥିବା ଅଷ୍ଟାଦଶ ଲୋକସଭା ଓ ସପ୍ତଦଶ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇସିସି ସଭାପତିଙ୍କ ଓଡ଼ିଶାଗସ୍ତ କାର୍ଯ୍ୟକ୍ରମ ଦୁଇଟି ଦିଗରୁ ମହତ୍ୱପୂର୍ଣ୍ଣ । ସେ ଆହୁରି କହିଥିଲେ ଯେ ଉଭୟ ବିଜେଡି ଓ ବିଜେପିଙ୍କ ଚୋରା ପୀରତି ଧରାପଡ଼ିଯାଇଛି । ୧୦ ବର୍ଷ ମିଶି ସରକାର କରିବା ପରେ ଲିଭ୍‌ଇନ୍ ରିଲେସନ୍‌ସିପ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି । ଉଭୟଙ୍କ ଚିତ୍ର ଓ ଚରିତ୍ରକୁ ରାଜ୍ୟବାସୀ ବୁଝି ଗଲେଣି ଏବେ ବିଜେଡି ଓ ବିଜେପିକୁ ହଟାଇବାର ସମୟ ଆସିଛି ।

ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଡଃ ବିଶ୍ୱରଂଜନ ମହାନ୍ତି କହିଥିଲେ ଯେ ଓଡ଼ିଶା ଓ ଓଡ଼ିଆ ଅସ୍ମିତା ପାଇଁ ହେଉଥିବା ଲଢେଇକୁ ଶକ୍ତିଶାଳୀ କରିବ ‘ଓଡ଼ିଶା ବଂଚାଅ’ ସମାବେଶ । ଏହି ସମ୍ମିଳନୀରେ ଏଆଇସିସିର ସମ୍ପାଦକ ତଥା ଓଡ଼ିଶାର ସହପ୍ରଭାରୀ ସାହାନାୱାଜ ଚୌଧୁରୀ ଏବଂ ପିସିସି ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଅମୀୟ ପାଣ୍ଡବ ଉପସ୍ଥିତ ଥିଲେ ।

Previous Post

ସମ୍ ସର୍ଜନଙ୍କ ସଫଳ ଚିକିତ୍ସା, ଲାରିଙ୍ଗୋମାଲାସିଆରେ ପୀଡ଼ିତ ଶିଶୁ ସୁସ୍ଥ ହେଲା

Next Post

ସୁବିଧାବାଦରେ ରେକର୍ଡ କଲେ ନୀତୀଶ କୁମାର

Next Post
ସୁବିଧାବାଦରେ ରେକର୍ଡ କଲେ ନୀତୀଶ କୁମାର

ସୁବିଧାବାଦରେ ରେକର୍ଡ କଲେ ନୀତୀଶ କୁମାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA