Monday, May 11, 2026 10:27 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାଲି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବଲପୁର ଗସ୍ତ

ଏକାଧିକ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ

by Our Correspondent
02 Feb, 2024- 07:53 PM
in Latest News, News
1 min read
0
କାଲି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବଲପୁର ଗସ୍ତ

ଭୁବନେଶ୍ୱର: ଆସନ୍ତାକାଲି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ୍ ଉଦଘାଟନ ସହ ପ୍ରାୟ ୬୮ ହଜାର କୋଟି ଟଙ୍କାରୁ ଅଧିକ ମୁଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବିଜେପି ମହଲରେ ଉତ୍ସାହ ସୃଷ୍ଟି ହୋଇଛି । ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କର ଏହା ନିର୍ବାଚନ ପ୍ରଚାରର ଶୁଭାରମ୍ଭ ବୋଲି କୁହାଯାଉଛି ।

ଜଗଦୀଶପୁର-ହଳଦିଆ ଓ ବୋକାରୋ-ଧାମରା ପାଇପଲାଇନ ପ୍ରକଳ୍ପ (ଜେଏଚବିଡିପିଏଲ୍)ର ‘ଧାମରା-ଅନୁଗୁଳ ପାଇପଲାଇନ ସେକ୍ସନ୍’ (୪୧୨ କିଲୋମିଟର)’କୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ‘ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା’ ଅଧୀନରେ ୨୪୫୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଓଡ଼ିଶାକୁ ଜାତୀୟ ଗ୍ୟାସ୍ ଗ୍ରିଡ୍ ସହ ସଂଯୋଗ କରିବ । ପ୍ରଧାନମନ୍ତ୍ରୀ ମୁମ୍ବାଇ-ନାଗପୁର-ଝାରସୁଗୁଡ଼ା ପାଇପଲାଇନର ‘ନାଗପୁର ଝାରସୁଗୁଡ଼ା ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନ’ (୬୯୨ କିଲୋମିଟର)’ର ଶିଳାନ୍ୟାସ କରିବେ । ୨୬୬୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକଶିତ ହେବାକୁ ଥିବା ଏହି ପ୍ରକଳ୍ପ ଓଡ଼ିଶା, ମହାରାଷ୍ଟ୍ର ଓ ଛତିଶଗଡ଼ ଭଳି ରାଜ୍ୟରେ ପ୍ରାକୃତିକ ବାଷ୍ପ ଉପଲବ୍ଧତାରେ ଉନ୍ନତି ଆଣିବ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପ୍ରାୟ ୨୮,୯୮୦ କୋଟି ଟଙ୍କାର ଏକାଧିକ ବିଦ୍ୟୁତ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିବେ । ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨×୮୦୦ ମେଗାୱାଟ୍) ଏବଂ ଏନ୍ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧x୨୫୦ ମେଗାୱାଟ୍) ଅନ୍ତର୍ଭୁକ୍ତ। ସେ ଓଡ଼ିଶାର ଅନୁଗୁଳ ଜିଲ୍ଲାରେ ଏନଟିପିସି ତାଳଚେର ତାପଜ ବିଦ୍ୟୁତ ପ୍ରକଳ୍ପ ଷ୍ଟେଜ୍‌-୩ (୨×୬୬୦ ମେଗାୱାଟ)ର ଶିଳାନ୍ୟାସ କରିବେ । ଏହି ବିଦ୍ୟୁତ ପ୍ରକଳ୍ପ ଗୁଡ଼ିକ ଓଡ଼ିଶା ସମେତ ଅନ୍ୟ କେତେକ ରାଜ୍ୟକୁ ଶସ୍ତାରେ ବିଜୁଳି ଯୋଗାଣ କରିବ।

ପ୍ରଧାନମନ୍ତ୍ରୀ ୨୭,୦୦୦ କୋଟିରୁ ଅଧିକ ମୂଲ୍ୟର ନେଭେଲି ଲିଗ୍ନାଇଟ୍ କର୍ପୋରେସନ୍ (ଏନଏଲସି) ତଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପର ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତର ସ୍ୱପ୍ନକୁ ସୁଦୃଢ଼ କରିବା ପାଇଁ ଏହି ଅତ୍ୟାଧୁନିକ ପ୍ରକଳ୍ପ ଦେଶର ଶକ୍ତି ନିରାପତ୍ତା ଦିଗରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବା ସହ ଦେଶର ଆର୍ଥିକ ଅଭିବୃଦ୍ଧି ଓ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ବିଶ୍ୱସନୀୟ, ସୁଲଭ ଏବଂ ୨୪ ଘଣ୍ଟିଆ ବିଦ୍ୟୁତ ଶକ୍ତି ପ୍ରଦାନ କରିବ ।

ପ୍ରଧାନମନ୍ତ୍ରୀ ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡର କୋଇଲା ଭିତ୍ତିଭୂମି ପ୍ରକଳ୍ପକୁ ଉଦଘାଟନ କରିବେ, ଯେଉଁଥିରେ ଅନୁଗୁଳ ଜିଲ୍ଲାର ତାଳଚେର କୋଲଫିଲ୍ଡରେ ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱରୀ ଏଫଏମସି ପ୍ରକଳ୍ପ ଏବଂ ଲାଜକୁରା ରାପିଡ୍ ଲୋଡିଂ ସିଷ୍ଟମ (ଆରଏଲଏସ) ଅନ୍ତର୍ଭୁକ୍ତ । ପାଖାପାଖି ୨୧୪୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାରୁ ଶୁଷ୍କ ଇନ୍ଧନର ଗୁଣବତ୍ତା ଏବଂ ଯୋଗାଣକୁ ପ୍ରୋତ୍ସାହିତ କରିବ।

ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲାରେ ୫୫୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ଇବ୍ ଭ୍ୟାଲି ୱାଶେରୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ଏହା ଗୁଣବତ୍ତା ପାଇଁ କୋଇଲା ପ୍ରକ୍ରିୟାକରଣରେ ଏକ ଆଦର୍ଶ ପରିବର୍ତ୍ତନକୁ ଚିହ୍ନିତ କରିବ, ଯାହା ଅଭିନବତା ଏବଂ ସ୍ଥାୟିତ୍ୱକୁ ସୂଚିତ କରିବ । ୮୭୮ କୋଟି ଟଙ୍କା ନିବେଶ ସହିତ ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ ଦ୍ୱାରା ନିର୍ମିତ ଝାରସୁଗୁଡ଼ା-ବରପାଲି-ସରଡେଗା ରେଳ ଲାଇନ୍ ଫେଜ୍-୧ର ୫୦ କିଲୋମିଟର ଲମ୍ବା ଦ୍ୱିତୀୟ ଟ୍ରାକ୍‌କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ।

ପାଖାପାଖି ୨୧୧୦ କୋଟି ଟଙ୍କା ବ୍ୟୟରେ ବିକଶିତ ଜାତୀୟ ରାଜପଥର ତିନୋଟି ସଡ଼କ କ୍ଷେତ୍ର ପ୍ରକଳ୍ପକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଜାତୀୟ ରାଜପଥ ୨୧୫ (ନୂତନ ଜାତୀୟ ରାଜପଥ ନଂ ୫୨୦)ର ରିମୁଳି-କୋଇଡା ସେକ୍ସନକୁ ୪ ଲେନ୍, ଜାତୀୟ ରାଜପଥ ୨୩ (ନୂଆ ଜାତୀୟ ରାଜପଥ ନଂ ୧୪୩)ର ବୀରମିତ୍ରପୁର-ବ୍ରାହ୍ମଣୀ ବାଇପାସ୍ ଏଣ୍ଡ ସେକ୍ସନର ୪ ଲେନ୍ ଏବଂ ୨୩ ନମ୍ବର ଜାତୀୟ ରାଜପଥ (ନୂଆ ଜାତୀୟ ରାଜପଥ ନଂ ୧୪୩)ର ବ୍ରାହ୍ମଣୀ ବାଇପାସ୍ ଏଣ୍ଡ-ରାଜାମୁଣ୍ଡା ସେକ୍ସନକୁ ୪ ଲେନ୍ କରିବା ଆଦି ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପଗୁଡ଼ିକ ଯୋଗାଯୋଗ ବୃଦ୍ଧି କରିବା ସହ ଅଞ୍ଚଳର ଆର୍ଥିକ ବିକାଶ ଦିଗରେ ମଧ୍ୟ ସହାୟକ ହେବ।

ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ପ୍ରାୟ ୨୧୪୬ କୋଟି ଟଙ୍କାର ରେଳ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିବେ। ଶୈଳଶ୍ରୀ ପ୍ୟାଲେସ ଦ୍ୱାରା ଅନୁପ୍ରାଣିତ ସମ୍ବଲପୁର ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ଶ୍ରୀ ମୋଦୀ ଶିଳାନ୍ୟାସ କରିବେ । ସମ୍ବଲପୁର-ତାଳଚେର ଦୋହରୀକରଣ ରେଳ ଲାଇନ (୧୬୮ କିଲୋମିଟର) ଏବଂ ଝାରତରଭା ସୋନପୁର ନୂଆ ରେଳଲାଇନ (୨୧.୭ କିଲୋମିଟର)କୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ, ଯାହା ଏହି ଅଞ୍ଚଳର ରେଳ ଯାତ୍ରୀଙ୍କ ପାଇଁ ଯୋଗାଯୋଗରେ ଉନ୍ନତି ଆଣିବ ।

ପ୍ରଧାନମନ୍ତ୍ରୀ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଉଦଘାଟନ କରିବେ । ଏହାବ୍ୟତୀତ ସେ ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ।

Previous Post

ଝାଡୁଦାରଙ୍କୁ କୋଳେଇ ଚର୍ଚ୍ଚାରେ ଡିଜିପି ଅରୁଣ ଷଡ଼ଙ୍ଗୀ

Next Post

ଆରମ୍ଭ ହେଲା ଓଡ଼ିଆ ଭାଷାର ମହୋତ୍ସବ

Next Post
ଆରମ୍ଭ ହେଲା ଓଡ଼ିଆ ଭାଷାର ମହୋତ୍ସବ

ଆରମ୍ଭ ହେଲା ଓଡ଼ିଆ ଭାଷାର ମହୋତ୍ସବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA