Tuesday, June 23, 2026 11:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦ୍‌ଘାଟିତ

୭୫୦ ଶଯ୍ୟା, ଦୈନିକ ୩୦୦ ରୋଗୀଙ୍କୁ ଅତ୍ୟାଧୁନିକ ରେଡିଓଥେରାପି, ୧୫୦ରୁ ଉର୍ଦ୍ଧ୍ୱ ରୋଗୀଙ୍କ ପାଇଁ କେମୋଥେରାପିର ସୁବିଧା

by Our Correspondent
15 Feb, 2024- 07:58 PM
in Latest News, News
1 min read
0
ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦ୍‌ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଉଦଘାଟିତ ହୋଇଛି ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ୍ ଓ ଗବେଷଣା ପ୍ରତିଷ୍ଠାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାକୁ ଉଦଘାଟନ କରିଛନ୍ତି । ଦେଶର ଅନ୍ୟତମ ଅଗ୍ରଣୀ କ୍ୟାନସର ଚିକିତ୍ସା ପ୍ରତିଷ୍ଠାନ ବାଙ୍ଗାଲୋରର ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ସହଯୋଗରେ ଏହା ପ୍ରତିଷ୍ଠା କରାଯାଇଛି। ୭୫୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ଦୈନିକ ୩୦୦ ରୋଗୀଙ୍କୁ ଅତ୍ୟାଧୁନିକ ରେଡିଓଥେରାପି ସହିତ ୧୫୦ରୁ ଉର୍ଦ୍ଧ୍ୱ ରୋଗୀଙ୍କ ପାଇଁ କେମୋଥେରାପି ନେବାର ସୁବିଧା କରାଯାଇଛି। ଏହି ହସ୍ପିଟାଲ ହେଉଛି ସୁବ୍ରତ ବାଗ୍‌ଚୀ ଓ ସୁସ୍ମିତା ବାଗ୍‌ଚୀଙ୍କର ଓଡିଶା ପାଇଁ ମହତ୍ୱପୂର୍ଣ୍ଣ ଅବଦାନ।

ଉଦ୍‌ଘାଟନ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ହସ୍ପିଟାଲ ଓଡିଶା ତଥା ପୂର୍ବ ଭାରତରେ କ୍ୟାନସର ରୋଗୀଙ୍କୁ ଗୁଣାତ୍ମକ ମାନର ଓ ସୁଲଭ ଖର୍ଚ୍ଚରେ ଚିକିତ୍ସା ପ୍ରଦାନ କରି କ୍ୟାନସର ଚିକିତ୍ସା କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିବ ଏବଂ ଏହି ହସ୍ପିଟାଲ ମାଧ୍ୟମରେ ରାଜ୍ୟର ଏକ ତୃତୀୟାଂଶ କ୍ୟାନସର ରୋଗୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ।

ବାଗ୍‌ଚୀ ପରିବାର ଓ ଶ୍ରୀ ଶଙ୍କର କ୍ୟାନସର ସେଣ୍ଟରର ଏହି ମହତ୍ୱପୂର୍ଣ୍ଣ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୋ ସରକାର ନିରନ୍ତର ଉଦ୍ୟମ କରି ଆସୁଛି। ବିଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ପୂର୍ବ ଭାରତରେ ଏକ ଅଗ୍ରଣୀ ସ୍ୱାସ୍ଥ୍ୟସେବା କ୍ଷେତ୍ର ଭାବେ ପରିଗଣିତ ହୋଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ନୂଆ ମେଡିକାଲ କଲେଜ ଖୋଲା ଯାଇଛି। ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରୁ ଆରମ୍ଭ କରି ସମସ୍ତ ସ୍ୱାସ୍ଥ୍ୟ ସେବା କ୍ଷେତ୍ରଗୁଡିକୁ ସୁଦୃଢ କରାଯାଇଛି। ନିୟମିତ ଭାବେ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି। ଚଳିତ ବର୍ଷ କେବଳ ପ୍ରାୟ ୪୦୦୦ ଡାକ୍ତର ରାଜ୍ୟରେ ନିଯୁକ୍ତି ପାଇଛନ୍ତି।

ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମଗ୍ର ଦେଶରେ ସ୍ୱାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ଏକ ବେଞ୍ଚମାର୍କ ସ୍ଥାପନ କରିଛି। ଏବେ ୫-ଟି ଉପକ୍ରମରେ ରାଜ୍ୟର ସବୁ ହସ୍ପିଟାଲଗୁଡିକର ଭିତ୍ତିଭୂମି ରୂପାନ୍ତର କାର୍ଯ୍ୟ ଜାରି ରହିଛି। ‘ଆମ ହସ୍ପିଟାଲ’ ଯୋଜନାରେ ଉନ୍ନତ ଭିତ୍ତିଭୂମି ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସହିତ ରୋଗୀଙ୍କ ସହାୟକମାନଙ୍କ ସୁବିଧାକୁ ମଧ୍ୟ ଦୃଷ୍ଟି ଦିଆଯାଉଛି।

ରାଜ୍ୟରେ କ୍ୟାନସର ସେବା ବିଷୟରେ ସୂଚନା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ଜିଲ୍ଲାରେ କ୍ୟାନସର ଚିକିତ୍ସା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ଆମେ ସମସ୍ତେ କ୍ୟାନସର ପରି ରୋଗ ବିଷୟରେ ସଚେତନ ହେବା ଆବଶ୍ୟକ। ଆମ ଜୀବନଶୈଳୀକୁ ପରିବର୍ତ୍ତନ କରିବା ଜରୁରୀ। ଆମେ ସମସ୍ତେ ଯଦି ସୁସ୍ଥ ଜୀବନଶୈଳୀ ଅବଲମ୍ବନ କରିବା କ୍ୟାନସରଠାରୁ ଆମେ ଦୂରରେ ରହି ପାରିବା ବୋଲି କହି ସମସ୍ତେ ସୁସ୍ଥ ରହିଲେ ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ସ୍ୱପ୍ନ ପୂରଣ ହୋଇପାରିବ ବୋଲି ସେ କହିଥିଲେ।

ଅନ୍ୟତମ ଅତିଥି ଭାବେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ କହିଥିଲେ ଯେ ପୂର୍ବରୁ ମାତ୍ର ୩ଟି ମେଡିକାଲ କଲେଜ ରାଜ୍ୟରେ ରହିଥିଲା। ୧୦ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅନେକ ନୂଆ ନୂଆ ମେଡିକାଲ କଲେଜ ଆରମ୍ଭ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି। ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ରାଜ୍ୟବାସୀଙ୍କୁ କ୍ୟାନସର ସେବା କ୍ଷେତ୍ରରେ ଅତ୍ୟାଧୁନିକ ସେବା ଯୋଗାଇଦେବ ବୋଲି ସେ କହିଥିଲେ।

ଉଦ୍‌ଘାଟନ ଅବସରରେ ସୁବ୍ରତ ବାଗ୍‌ଚୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଓ ଆନ୍ତରିକତା ଯୋଗୁ ଆମେ ଏହି ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ସକ୍ଷମ ହୋଇଛୁ। ଆମ ରାଜ୍ୟର କ୍ୟାନସର ରୋଗୀମାନଙ୍କୁ ବିଶ୍ୱମାନର ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ରାଜ୍ୟ ସରକାର ୨୨ ଏକର ଜମି ଯୋଗାଇ ଦେଇଛନ୍ତି। ଓଡିଶାର କ୍ୟାନସର ରୋଗୀ ଆଉ ରାଜ୍ୟ ବାହରକୁ ଯିବେ ନାହିଁ। ଏଠାରେ ରହି କ୍ୟାନସର ଚିକିତ୍ସା କ୍ଷେତ୍ରରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇବେ। ଏହି ହସ୍ପିଟାଲ ହେବ ମାନବସେବାର ଏକ ଅଦ୍ୱିତୀୟ କେନ୍ଦ୍ର ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ ୪୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ହସ୍ପିଟାଲରେ ଉନ୍ନତ ଭିତ୍ତିଭୂମି ସହିତ ଅତ୍ୟାଧୁନିକ ମେଡିକାଲ ଟେକ୍‌ନଲୋଜି ଓ ଟ୍ରିଟମେଣ୍ଟର ସୁବିଧା ରହିଛି। କ୍ୟାନସର ସେବା କ୍ଷେତ୍ରରେ ଦେଶରେ ପ୍ରସଦ୍ଧି ଅର୍ଜନ କରିଥିବା ଡାକ୍ତର ଓ ନର୍ସିଂ ଷ୍ଟାଫଙ୍କ ଜରିଆରେ ରୋଗୀମାନେ ଏଠାରେ ଅତ୍ୟାଧୁନିକ ଓ ଫଳପ୍ରଦ ଚିକିତ୍ସା ସେବା ପାଇପାରିବେ। ଏହି ହସ୍ପିଟାଲ ମଧ୍ୟ ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନୁବନ୍ଧିତ ହୋଇଛି।

କାର୍ଯ୍ୟକ୍ରମରେ ଡ. ବି. ଏସ୍‌. ଶ୍ରୀନାଥ ସ୍ୱାଗତ ଭାଷଣ ଦେଇଥିଲେ ଓ ଡ. ବି. ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବୌଦ୍ଧ ଆରଟିଓଙ୍କ ଜମିଦାରୀ ସମ୍ପତ୍ତି

Next Post

ପାରାଦ୍ୱୀପରେ ବିଶ୍ୱର ଅନ୍ୟତମ ବୃହତ୍ତମ ଷ୍ଟିଲ୍ କାରଖାନା

Next Post
ପାରାଦ୍ୱୀପରେ ବିଶ୍ୱର ଅନ୍ୟତମ ବୃହତ୍ତମ ଷ୍ଟିଲ୍ କାରଖାନା

ପାରାଦ୍ୱୀପରେ ବିଶ୍ୱର ଅନ୍ୟତମ ବୃହତ୍ତମ ଷ୍ଟିଲ୍ କାରଖାନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA