Tuesday, June 30, 2026 03:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବରମୁଣ୍ଡା ବସ୍ ଟର୍ମିନାଲ୍ ଉଦଘାଟିତ

ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

by Our Correspondent
01 Mar, 2024- 08:05 PM
in Latest News, News
1 min read
0
ବରମୁଣ୍ଡା ବସ୍ ଟର୍ମିନାଲ୍ ଉଦଘାଟିତ

ଭୁବନେଶ୍ୱର: ଚମିକିଛି ରାଜଧାନୀର ବରମୁଣ୍ଡା ବସ୍ ଷ୍ଟାଣ୍ଡ । ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହୋଇଥିବା ଏହି ବସ୍ ଷ୍ଟାଣ୍ଡ ୫-ଟି ଉପକ୍ରମରେ ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କୁ ରୂପାନ୍ତରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଏହାକୁ ଉଦଘାଟନ କରିଛନ୍ତି । 

ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍‌ ଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସ୍‌ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍‌ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ବରମୁଣ୍ଡା ବସ୍‌ଷ୍ଟାଣ୍ଡର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ବିକାଶ କରାଯାଇଛି । ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶ୍ରୀ ପାଣ୍ଡିଆନ ଅନେକ ଥର ନିର୍ମାଣ ସ୍ଥଳକୁ ଯାଇ କାର୍ଯ୍ୟର ଆଗ୍ରଗତି ସଂପର୍କରେ ସମୀକ୍ଷା କରୁଥିଲେ । ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ ଏବଂ ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡିଶାରେ ଏକ ନୂଆ ପରିଚୟ ହେବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍‌ ଟର୍ମିନାଲ ଓଡିଶା ସରକାର ନାମିତ କରିଛନ୍ତି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି।

୫-ଟି ଉପକ୍ରମରେ ହୋଇଥିବା ଏହି ବସ୍‌ ଟର୍ମିନାଲ ବସ୍‌ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ଏହି ବସ୍‌ ଟର୍ମିନାଲ୍ ରେ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସବୁ ପ୍ରକାର ସୁବିଧା କରାଯାଇଛି। ଏଠାରେ ଜରୁରୀ କାଳୀନ ଚିକିତ୍ସାଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତିକ୍ଷାଳୟ, ପୋଲିସ୍‌ ଫାଣ୍ଡି, ଡ୍ରାଇଭରମାନଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଆଦି ସମସ୍ତ ସୁବିଧା ରହିଛି। ଏୟାରପୋର୍ଟ ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇ ପାରିବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଏହି ବସ୍‌ ଟର୍ମିନାଲର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।

କାର୍ଯ୍ୟକ୍ରମରେ ପତାକା ଦେଖାଇ ବସ୍‌ ଚଳାଚଳର ଶୁଭାରମ୍ଭ କରିବା ସହିତ ଆହାର କେନ୍ଦ୍ରରେ ଯାତ୍ରୀ ମାନଙ୍କୁ ଖାଦ୍ୟ ପରସିଥିଲେ ମୁଖ୍ୟମନ୍ତ୍ରୀ।

୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ଥିଲେ ।

Previous Post

ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢ଼ିଲା

Next Post

ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେ ମନମୋହନ

Next Post
ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେ ମନମୋହନ

ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେ ମନମୋହନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA