ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ଆଜି ତା’ର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି । ପ୍ରଭାରୀ ଡ. ଅଜୟ କୁମାର, ସଭାପତି ଶରତ ପଟ୍ଟନାୟକ ଏବଂ ଅନ୍ୟାନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଇସ୍ତାହାର ଫର୍ଦ୍ଦ ଉନ୍ମୋଚିତ ହୋଇଛି । ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି ବିଜେପି ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ ବୋଲି କୁହାଯାଇଛି । ଏଥିରେ ଓଡ଼ିଶାବାସୀଙ୍କୁ ୯ ଟି ଗ୍ୟାରେଣ୍ଟି ଦିଆଯାଇଛି ।
୧. ବୋନସ୍ ସହ ଧାନର କ୍ରୟ ମୂଲ୍ୟ କୁଇଣ୍ଟାଲ ପ୍ରତି ୩ ହଜାର ଟଙ୍କା ।
– କୃଷି ଋଣ ଛାଡ଼ ।
– କୃଷକ ପାଇଁ ମାସିକ ପେନସନ୍ ୨ ହଜାର ଟଙ୍କା ।
୨. ପ୍ରତ୍ୟେକ ଘରୋଇ ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍ ବିଦ୍ୟୁତ ଦେୟ ଛାଡ଼ ।
୩. ୫ ଲକ୍ଷ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା ।
– ବେକାରୀ ଭତ୍ତା ମାସିକ ୩ ହଜାର ଟଙ୍କା ।
୪.ସମସ୍ତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଛାଡ଼ ।
୫. ଗୃହଲକ୍ଷ୍ମୀ ଯୋଜନାରେ ପ୍ରତ୍ୟେକ ଘରର ମୁଖ୍ୟ(ମହିଳା)ଙ୍କୁ ମାସିକ ଭତ୍ତା ୨ହଜାର ଟଙ୍କା ।
୬. ପ୍ରତି ପରିବାରକୁ ମାସକୁ ୫୦୦ ଟଙ୍କାରେ ଗୋଟିଏ ସିଲିଣ୍ଡର ।
୭. ସରକାରୀ କର୍ମଚାରୀଙ୍କ ସମେତ ସମସ୍ତଙ୍କ ପାଇଁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ମାଗଣା ଚିକିତ୍ସା ।
୮. ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତା ମାସିକ ୨ ହଜାର ଟଙ୍କା ।
୯. ରାଜ୍ୟରେ ଜାତିଭିତ୍ତିକ-ସାମାଜିକ ଓ ଆର୍ଥିକ ସର୍ଭେ ପୂର୍ବରୁ ତୁରନ୍ତ ଶିକ୍ଷାନୁଷ୍ଠାନ ଓ ଚାକିରି କ୍ଷେତ୍ରରେ ପଛୁଆ ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ।