Friday, June 26, 2026 06:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଧର୍ମେନ୍ଦ୍ରଙ୍କ ଆରୋପ, ବବିଙ୍କ ପ୍ରତ୍ୟାରୋପ

by Our Correspondent
09 Apr, 2024- 09:27 PM
in Latest News, News, Politics
1 min read
0
ଧର୍ମେନ୍ଦ୍ରଙ୍କ ଆରୋପ, ବବିଙ୍କ ପ୍ରତ୍ୟାରୋପ

ଭୁବନେଶ୍ୱର: ସମ୍ବଲପୁର ଲୋକସଭା ଆସନର ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଲଢ଼େଇ ହେଉଛି ବିଜେଡି ପ୍ରାର୍ଥୀ ତଥା ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) । ଉଭୟ ପକ୍ଷ ନିର୍ବାଚନ ପ୍ରଚାର ଆରମ୍ଭ କରିସାରିଥିବା ବେଳେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି ।

ଯୁଯୁମରା ବ୍ଲକ୍ ର ଏକ ଗାଁରେ ଜଣେ ରୋଗୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବା ଘଟଣାରେ ଧର୍ମେନ୍ଦ୍ର କଡ଼ା ପ୍ରତିକ୍ରିୟା ରଖିଛନ୍ତି । ସ୍ୱାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରୁନି । ନୂଆପିଢିର ପିଲା ଅପପୁଷ୍ଟିର ଶିକାର ହେଉଛନ୍ତି । ସରକାରୀ ଡାକ୍ତରଖାନାରେ ଡାକ୍ତର ନାହାନ୍ତି । ଏହା ୨୫ ବର୍ଷ ଶାସନର ରୂପାନ୍ତରଣ କି ବୋଲି ପ୍ରଶ୍ନ କରିଛନ୍ତି ।  

ଅନ୍ୟପକ୍ଷେ  ଶାସକ ଦଳର କୁହାଳିଆ ନେତା ମାନେ ଓଡ଼ିଶାକୁ ଏକ ନମ୍ବର କରିବାର ମିଛ ପ୍ରଚାର କରୁଛନ୍ତି । ଏହି ଘଟଣା ରାଜ୍ୟର ସ୍ୱାସ୍ଥ୍ୟବସ୍ଥାର ବାସ୍ତବ ସ୍ଥିତିକୁ ପଦାରେ ପକାଇଛି । କୁହାଳିଆ ନେତାଙ୍କ ମିଛ ପ୍ରଚାର ଉପରେ ପ୍ରଶ୍ନ ଚିହ୍ନ ଲଗାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ସେ ଆହୁରି କହିଛନ୍ତି, ଦେଶରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ଜନକଲ୍ୟାଣକାରୀ ସରକାର ଚାଲିଛି । ଅନ୍ୟ ରାଜ୍ୟମାନେ ଏହାକୁ ଗ୍ରହଣ କଲେଣି । ଓଡ଼ିଶାବାସୀ ମଧ୍ୟ ପୁଣି ଥରେ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ କରିବା ସହ ଡବଲ ଇଞ୍ଜିନ ସରକାର ଆଣିବାକୁ ମନସ୍ଥ କଲେଣି ।

ସେପଟେ ଧର୍ମେନ୍ଦ୍ରଙ୍କୁ ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ ରେ ଜବାବ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ(ବବି) । କହିଛନ୍ତି,

ଧର୍ମେନ୍ଦ୍ର ଭାଇ, ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ ର ଦୂରାବସ୍ଥା ଯୋଗୁଁ ୨୦୦ ରୁ ଅଧିକ ଦୁର୍ଘଟଣାରେ ୪୦୦ ରୁ ଅଧିକ ବହୁମୂଲ୍ୟ ଜୀବନ ଚାଲିଯାଇଛି । କାହା ପାଇଁ? କାହାର ଅପାରଗତା ଓ ସ୍ଥାଣୁତା ଯୋଗୁଁ? ଆପଣ ୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ସାମାନ୍ୟ ରାସ୍ତା କାମଟିଏ ସାରିପାରିଲେ ନାହିଁ । ଏହାଠାରୁ ବଡ଼ ବିଫଳତା ଆଉ କ’ଣ ହୋଇପାରେ? କେଉଁ ମୁହଁ ନେଇ ଆପଣ ସମ୍ବଲପୁରବାସୀଙ୍କୁ ସାମ୍ନା କରିବେ । ଯାହାଙ୍କ ଜୀବନରେଖାକୁ ଆପଣ ବିପର୍ଯ୍ୟସ୍ତ କରି ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଭାବେ ଆପଣଙ୍କର ୧୦ ବର୍ଷର ବିଫଳତାର ଚିଠା ସମ୍ବଲପୁରବାସୀଙ୍କ ପାଖରେ ଅଛି । ଜନସାଧାରଣ ଆପଣଙ୍କୁ ଉଚିତ୍ ଜବାବ ଦେବେ ।

Previous Post

UN Praises Odisha Govt

Next Post

ବିଜେଡ଼ିରେ ଭଦ୍ରକ ପୌରପାଳିକା ପୌରାଧ୍ୟକ୍ଷା ଗୁଲମକ୍କି

Next Post
ବିଜେଡ଼ିରେ ଭଦ୍ରକ ପୌରପାଳିକା ପୌରାଧ୍ୟକ୍ଷା ଗୁଲମକ୍କି

ବିଜେଡ଼ିରେ ଭଦ୍ରକ ପୌରପାଳିକା ପୌରାଧ୍ୟକ୍ଷା ଗୁଲମକ୍କି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA