Saturday, June 27, 2026 08:50 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ରଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଧର୍ମେନ୍ଦ୍ର- ସସ୍ମିତ୍ ବାକଯୁଦ୍ଧ

by Our Correspondent
15 Apr, 2024- 07:42 PM
in Latest News, News, Politics
1 min read
0
କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ରଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି । ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ସେ ଗୋଟିଏ ବି ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ଗଣମାଧ୍ୟମରେ ମତ ରଖି ଏହା କହିଛନ୍ତି ବିଜେଡି ସାଂସଦ ତଥା ରାଷ୍ଟ୍ରୀୟ ମୁଖପାତ୍ର ଡ. ସସ୍ମିତ ପାତ୍ର ।

ଡକ୍ଟର ପାତ୍ର କହିଛନ୍ତି ଯେ ଢେଙ୍କାନାଳ ଓ ସମ୍ବଲପୁରବାସୀ ବାରମ୍ବାର ୫୫ ନମ୍ବର ଜାତୀୟ ରାଜପଥ ପ୍ରସଙ୍ଗ ଉଠାଇବା ସହିତ ଏହି ସଡକର ଅବସ୍ଥା ଅତ୍ୟନ୍ତ ବିପଜ୍ଜନକ ଥିବାରୁ କିଭଳି ଶହ ଶହ ମୂଲ୍ୟବାନ ଜୀବନ ଯାଉଛନ୍ତି, ତାହା ଦର୍ଶାଇ ଆସୁଛନ୍ତି । ହେଲେ ସେ ବାରମ୍ବାର ଏହି ସମସ୍ୟାର ସମାଧାନ କରିବାକୁ କିମ୍ବା ଏହି ପ୍ରସଙ୍ଗରେ କହିବାକୁ ମନା କରିଦିଅନ୍ତି । ଏବେ ସେ ସମ୍ବଲପୁରରୁ ନିର୍ବାଚନ ଲଢୁଥିବା ବେଳେ ଏଭଳି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ କିଭଳି ସାମ୍ନା କରିବେ ସେ ନେଇ ଡକ୍ଟର ପାତ୍ର ପ୍ରଶ୍ନ କରିଛନ୍ତି ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିନାହାନ୍ତି । ଏପରିକି ନିଜ ଗାଁରେ ଗୋଟିଏ ବି ସ୍ମାର୍ଟ କ୍ଲାସ୍ ରୁମ୍ ନିର୍ମାଣ କରିପାରିନାହାନ୍ତି । ସେଥିପାଇଁ ତାଙ୍କ ନିଜ ଗାଁରେ ପଞ୍ଚାୟତ ନିର୍ବାଚନରେ ବିଜେପି ପରାଜିତ ହୋଇଥିଲା ।

ଅପରପକ୍ଷରେ ବିଜେଡି ସରକାର ସ୍ମାର୍ଟ କ୍ଲାସରୁମ୍, ଡିଜିଟାଲ୍ ଲାଇବ୍ରେରୀ ଏବଂ ଅତ୍ୟାଧୁନିକ ଭିତ୍ତିଭୂମି ମାଧ୍ୟମରେ ହାଇସ୍କୁଲ ଶିକ୍ଷାକୁ ୫-ଟି କାର୍ଯ୍ୟକ୍ରମ ମାଧ୍ୟମରେ ରୂପାନ୍ତରଣ କରିଛନ୍ତି । ସେ ସବୁ ରୂପାନ୍ତରଣ ତାଙ୍କୁ ଦେଖାଯାଉ ନାହିଁ । ୫-ଟି ଅଭିଯାନ ରେ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନ’ ଅଧୀନରେ ଓଡ଼ିଶାକୁ ‘ଆୱାର୍ଡ ଅଫ୍ ଏକ୍ସଲେନ୍ସ’ ପୁରସ୍କାର ପ୍ରଦାନ କରାଯାଇଥିବାରୁ ଶ୍ରୀ ପ୍ରଧାନ ପ୍ରକୃତରେ ଦୁଃଖିତ ବୋଲି ଡ. ପାତ୍ର କହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଯୋଗାଯୋଗ ଅବ୍ୟବସ୍ଥା ଓ ପାନୀୟ ଜଳ ସଂକଟ ନେଇ କେନ୍ଦ୍ରମନ୍ତ୍ରୀଙ୍କ କ୍ଷୋଭ ପ୍ରକାଶ କରିଥିଲେ । ଡିଏମଏଫ ଅର୍ଥରେ ସରକାରୀ ଅଧିକାରୀ ବ୍ୟୟବହୁଳ ଗାଡି କିଣୁଥିବା ବେଳେ ରାସ୍ତା ନିର୍ମାଣ ନ ହେବା କ୍ଷୋଭ ଓ ପରିତାପର ବିଷୟ ବୋଲି କହିଥିଲେ ।

ଧର୍ମେନ୍ଦ୍ର କହିଥିଲେ,

• ଡିଏମଏଫ ଅର୍ଥରେ ସୁନ୍ଦରଗଡ଼ ସର୍କିଟ ହାଉସର ପାଚେରୀ ନିର୍ମାଣ ହେଉଥିବା ବେଳେ ଲହୁଣୀପଡା ବ୍ଲକ ଅନ୍ତର୍ଗତ ବଡପୁରୁଣାପାଣି ପଞ୍ଚାୟତ କପଣ୍ଡ ଗ୍ରାମରେ ରାସ୍ତା ନିର୍ମାଣ ହୋଇପାରୁନାହିଁ
• ଖଣି ସମୃଦ୍ଧ ଅଞ୍ଚଳ ସୁନ୍ଦରଗଡ଼କୁ ଡିଏମଏଫରେ ମୋଟ ୬,୪୦୫ କୋଟି ଟଙ୍କା ଆସିଥିବା ବେଳେ ମାତ୍ର ୮୬୦ କୋଟି ବ୍ୟୟ ହୋଇଛି
• ସରକାର ତଥା ଜିଲ୍ଲା ପ୍ରଶାସନ ନିଜ ଦାୟିତ୍ୱରୁ ଓହରିଯିବା କେତେଦୂର ଯୁକ୍ତିଯୁକ୍ତ ?
• ଯେଉଁ ଖଣି ଅଞ୍ଚଳର ଅଧିବାସୀ ମାନଙ୍କ ପାଇଁ ଡିଏମଏଫ ପାଣ୍ଠି ଉଦ୍ଧିଷ୍ଟ, ସେମାନେ ସର୍ବନିମ୍ନ ନାଗରିକ ସୁବିଧା ପାଇବାରୁ ବଞ୍ଚିତ ହେବା କ’ଣ ଦୀର୍ଘ ୨୫ ବର୍ଷ ଶାସନର ରୂପାନ୍ତରଣ  ?
• କେନ୍ଦ୍ରାପଡାର ମହାକାଳପଡା ଅଞ୍ଚଳରେ “ପାଣି ନ ଦେଲେ ଭୋଟ୍ ଦେବୁ ନାହିଁ” ବୋଲି ମାତୃଶକ୍ତିମାନେ ସ୍ୱର ଉଠାଇଛନ୍ତି
• ଓଡ଼ିଶାର ଗ୍ରାମାଞ୍ଚଳରେ ମୋଟ ୮୮.୭୬ ଲକ୍ଷ ପରିବାର ମଧ୍ୟରୁ ପ୍ରାୟ ୨୩.୮୯ ଲକ୍ଷ ପରିବାର ଟ୍ୟାପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ଅଛନ୍ତି ।
• ପ୍ରାୟ ୫୬.୧୨ ପ୍ରତିଶତ ଗ୍ରାମବାସୀ ଏବେ ବି ଦୂଷିତ ପାଣି ବ୍ୟବହାର କରୁଛନ୍ତି
• ରାଜ୍ୟରେ ୧୫ଟି ଜିଲ୍ଲାର ୪୦ ପ୍ରତିଶତରୁ ଅଧିକ ପରିବାର ପାଇଁ ବିଶୁଦ୍ଧ ପାନୀୟ ଜଳ ଉପଲବ୍ଧ ହୋଇନାହିଁ, ସହରାଞ୍ଚଳରେ ମଧ୍ୟ ୩୧.୨ ପ୍ରତିଶତ ପରିବାର ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ଅଛନ୍ତି

Previous Post

ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ

Next Post

କିମ୍‍ସରେ ଖୋଲିଲା ଅତ୍ୟାଧୁନିକ ଷ୍ଟ୍ରୋକ୍‍ ସେଣ୍ଟର

Next Post
କିମ୍‍ସରେ ଖୋଲିଲା ଅତ୍ୟାଧୁନିକ ଷ୍ଟ୍ରୋକ୍‍ ସେଣ୍ଟର

କିମ୍‍ସରେ ଖୋଲିଲା ଅତ୍ୟାଧୁନିକ ଷ୍ଟ୍ରୋକ୍‍ ସେଣ୍ଟର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA