Friday, May 8, 2026 07:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୪ ରୁ ହାଇ ଭୋଲଟେଜ୍ ପ୍ରଚାର

ହିଞ୍ଜିଳିରୁ ନବୀନ, ସୋନପୁରରୁ ଶାହ, ସାଲେପୁରରୁ ରାହୁଲ

by Our Correspondent
22 Apr, 2024- 08:08 PM
in Latest News, News, Politics
1 min read
0
୨୪ ରୁ ହାଇ ଭୋଲଟେଜ୍ ପ୍ରଚାର

ଭୁବନେଶ୍ୱର: ଓଡ଼ିଶାରେ ପ୍ରାର୍ଥୀମାନଙ୍କ ନିର୍ବାଚନ ପ୍ରଚାର ଜୋର୍ ହୋଇ ଆସୁଥିବା ବେଳେ ହେଭିୱେଟ୍ ନେତାଙ୍କ ହାଇ ଭୋଲଟେଜ୍ ପ୍ରଚାର ପର୍ବ ଆରମ୍ଭ ହେବାକୁ ଯାଉଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୪ ତାରିଖରେ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ । ୨୫ ରେ ଗୃହମନ୍ତ୍ରୀ ଅମିତ୍ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସୋନପୁରରେ ପ୍ରଚାର କରିବେ । ୨୮ ତାରିଖରେ ରାହୁଲ ଗାନ୍ଧୀ ସାଲେପୁରରେ ପ୍ରଚାର କରିବେ । ଆଗକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡ଼ଗେ, ପ୍ରିୟଙ୍କା ଗାନ୍ଧୀ ପ୍ରମୁଖ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ନିର୍ବାଚନମଣ୍ଡଳୀ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ଦଳୀୟ ପ୍ରଚାର ଆରମ୍ଭ କରିବେ । ଶେରଗଡ଼ରେ ମଧ୍ୟ ଏକ ଜନସଭାକୁ ଉଦବୋଧନ ଦେବେ । ଏହାପରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେଉଥିବା କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଲୋକସଭା ଆସନ ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଗତଥର ଭଳି ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ବସ୍ ରେ ସାରା ରାଜ୍ୟ ବୁଲି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।

ଅନ୍ୟପକ୍ଷରେ ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ୨୫ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଥମେ ସୋନପୁରରେ ନିର୍ବାଚନ ପ୍ରଚାର କରିବେ । ସଂଧ୍ୟାରେ ଭୁବନେଶ୍ୱର ଫେରି ଦଳୀୟ ନେତାଙ୍କ ସହ ସ୍ୱତନ୍ତ୍ର ରଣନୀତି ନେଇ ଆଲୋଚନା କରି ସକାଳୁ ଦିଲ୍ଲୀ ଫେରିଯିବେ । ମେ ପ୍ରଥମ ସପ୍ତାହରୁ ପର୍ଯ୍ୟାୟକ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ୟୁପି ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରମୁଖ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ, ନଡ୍ଡା, ଯୋଗୀ ବାରମ୍ବାର ଓଡ଼ିଶା ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ସେ କହିଛନ୍ତି ।

ସେହିଭଳି କଂଗ୍ରେସର ଶୀର୍ଷ ନେତା ରାହୁଲ ଗାନ୍ଧୀ ଆସନ୍ତା ୨୮ ତାରିଖରେ ଓଡ଼ିଶାକୁ ପ୍ରଚାର କାର୍ଯ୍ୟକ୍ରମରେ ଆସିବେ । ସେଦିନ କଟକ ଜିଲ୍ଲା ସାଲେପୁରଠାରେ ସେ ଓଡ଼ିଶାରେ ତାଙ୍କ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିବେ । ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଆଜି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଆଗକୁ ପ୍ରିୟଙ୍କା ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ଼ଗେ ପ୍ରମୁଖଙ୍କୁ ଓଡ଼ିଶାକୁ ନିର୍ବାଚନ ପ୍ରଚାରରେ ଆସିବାକୁ ଅନୁରୋଧ କରାଯାଇଛି । ତେବେ ତାରିଖ ଚୂଡ଼ାନ୍ତ ହୋଇନାହିଁ ।

ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ସୂଚନା ଅନୁଯାୟୀ, ମେ ୩ ଓ ୪ ତାରିଖରେ ରାହୁଲ ଗାନ୍ଧୀ ଓଡ଼ିଶାକୁ ଦ୍ୱିତୀୟ ଗସ୍ତ କରିବେ । ରାୟଗଡ଼ା ସମେତ ଅନ୍ୟ କିଛି ଜାଗାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ମେ ୮ ତାରିଖରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ କୋରାପୁଟରେ ନିର୍ବାଚନ ପ୍ରଚାର କରିବେ । ଆଗକୁ ଅଧିକରୁ ଅଧିକ କେନ୍ଦ୍ରୀୟ ନେତାମାନେ ଓଡ଼ିଶା ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ବୋଲି ସେ ସୂଚନା ଦେଇଛନ୍ତି ।

Previous Post

୬ ରୁ ୫ ଆସନରେ ନୂଆ ମୁହଁ

Next Post

ରତନ ଟାଟାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

Next Post
ରତନ ଟାଟାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

ରତନ ଟାଟାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA