Monday, June 29, 2026 10:19 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୫ ହଜାର ଲୋକଙ୍କୁ ଶୁଣିଲେ ମୁଖ୍ୟମନ୍ତ୍ରୀ

କାର୍ଯ୍ୟକ୍ଷମ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

by Our Correspondent
01 Jul, 2024- 06:33 PM
in Latest News, News
1 min read
0
୫ ହଜାର ଲୋକଙ୍କୁ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବର୍ଷ ବର୍ଷ ଧରି ଅଚଳ ହୋଇ ପଡ଼ିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପୁଣି ଚଳଚଞ୍ଚଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି ନିଜର ଦୁଃଖ ଜଣାଇବାର ସୁଯୋଗକୁ ଲୋକେ ଫେରି ପାଇଛନ୍ତି । ମୋହନ ମାଝୀ ସରକାରଙ୍କ ଆଗ୍ରହକ୍ରମେ ପ୍ରତି ସୋମବାର ଏହି ବ୍ୟବସ୍ଥା ପୁଣି ଆରମ୍ଭ ହୋଇଛି । ଆଜି ଜୁଲାଇ ମାସର ପ୍ରଥମ ଦିନ ଓ ପ୍ରଥମ ସୋମବାରରେ ଲୋକସେବା ଭବନ ନିକଟ ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟମନ୍ତ୍ରୀମାନେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନର ରାସ୍ତା ଖୋଲିଛନ୍ତି । ଆଜି ଗୋଟିଏ ଦିନରେ ୧୫୪୦ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ୫ ହଜାରରୁ ଅଧିକ ଲୋକଙ୍କ ଗୁହାରି ଶୁଣିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ହେଉଥିବା ମୋହନ ମାଝୀ ନିଜର ଅଭିଯୋଗ ପ୍ରକୋଷ୍ଠରେ ସହଯୋଗୀଙ୍କ ଗହଣରେ ବସି ମନଧ୍ୟାନ ସହକାରେ ଲୋକଙ୍କ ସମସ୍ୟା ଶୁଣୁଥିଲେ ଏବଂ ସମାଧାନ ପାଇଁ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଉଥିଲେ । ବ୍ରହ୍ମପୁରରୁ ଆସିଥିବା ପ୍ରାୟ ୮୦ ବର୍ଷୀୟା ବୃଦ୍ଧା ସରସ୍ୱତୀ ତ୍ରିପାଠୀ ନିଜ ଦୁଃଖ କାହାଣୀ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ତାଙ୍କର ପିଲାମାନେ ସମ୍ପତ୍ତି ହଡ଼ପ କରି ମା’ଙ୍କୁ ଘରୁ ବାହାର କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ତୁରନ୍ତ ପୁଲିସ ବିଭାଗକୁ ନିର୍ଦ୍ଦେଶ ଦେଇ ଶୀଘ୍ର ନ୍ୟାୟ ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ ।

ସେହିପରି କେନ୍ଦୁଝରର ଗୋଟିଏ ସ୍କୁଲରେ କାମ କରୁଥିବା ଜଣେ ମହିଳା ଅନେକ ଦିନ ଧରି ଦରମା ପାଉନାହାନ୍ତି। ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଥାଲାସେମିଆରେ ପୀଡିତ ଗୋଟିଏ ଛୋଟ ଝିଅର ବାପା ଯାଜପୁରର ସତ୍ୟଜିତ୍ ଆସିଥିଲେ ଚିକିତ୍ସା ସହାୟତା ପାଇଁ। ତାଙ୍କ ଝିଅର ହେବ ବୋନ୍ ମ୍ୟାରୋ ଟ୍ରାନସପ୍ଲାଣ୍ଟେସନ୍। ସେଥିପାଇଁ ଯେତେ ଶୀଘ୍ର ସମ୍ଭବ ତାଙ୍କ ଚିକିତ୍ସାର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଆବଶ୍ୟକସ୍ଥଳେ ତାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ଏମିତି ଅନେକ ପୀଡ଼ିତ, ଦିବ୍ୟାଙ୍ଗ, ବୟୋବୃଦ୍ଧମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଦେଖାକରି, ତାଙ୍କ ସମସ୍ୟା ଶୁଣାଉଥାନ୍ତି ଓ ସମାଧାନର ଭରଷା ନେଇ ଯାଉଥାନ୍ତି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୂର୍ବ ସରକାରଙ୍କ ସମୟରେ ଜନତା ଓ ସରକାରଙ୍କ ମଧ୍ୟରେ ଏକ ଲୌହ ପ୍ରାଚୀର ଥିଲା। ସେ ପ୍ରାଚୀର ଆଜି ଦୂର ହୋଇଛି। ଲୋକ ଓ ସରକାରଙ୍କ ମଧ୍ୟରେ ସିଧା ସଳଖ ସମ୍ପର୍କ ପ୍ରତିଷ୍ଠା ପାଇଛି। ଗଣତନ୍ତ୍ରରେ ଲୋକଙ୍କ କଥା ଶୁଣିବା ଓ ସମାଧାନ ପାଇଁ ଚେଷ୍ଟା କରିବା ଏକ ପ୍ରାଥମିକତା। ଏଇ କଥାକୁ ଗୁରୁତ୍ୱ ଦେଇ ଆଜି ଠାରୁ ଜିଲ୍ଲା ସ୍ତରରେ ମଧ୍ୟ ଶୁଣାଣି ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ଏହି ପ୍ରକ୍ରିୟାକୁ ଆଗକୁ ଆହୁରି ସୁଦୃଢ଼ କରାଯିବ। ଏହା ଜାରି ରହିଲେ ଜିଲ୍ଲା ସ୍ତରରେ ଅଧିକାରୀ ମାନେ ଗୁରୁତ୍ଵ ଦେଇ ଲୋକଙ୍କ ସମସ୍ୟାର ସମାଧାନ କରିବେ। ଜିଲ୍ଲା ସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ ହୋଇ ପାରିଲେ ରାଜ୍ୟ ସ୍ତରରେ ଅଭିଯୋଗ କମ ରହିବ। ଆଜିର ଶୁଣାଣିରେ ପ୍ରାୟ ୯୯ ପ୍ରତିଶତ ଅଭିଯୋଗର ସମାଧାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Previous Post

ଦାୟିତ୍ୱ ନେଲେ ମନୋଜ ଆହୁଜା

Next Post

ରଥଯାତ୍ରା ପାଇଁ ଦୁଇଦିନ ଛୁଟି

Next Post
ରଥଯାତ୍ରା ପାଇଁ ଦୁଇଦିନ ଛୁଟି

ରଥଯାତ୍ରା ପାଇଁ ଦୁଇଦିନ ଛୁଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA