ଭୁବନେଶ୍ୱର: ବଡ଼ଠାକୁରଙ୍କ ପହଣ୍ଡି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ଏକ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ଲେଖିଛନ୍ତି ଯେ ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ୱାସର କେନ୍ଦ୍ରବିନ୍ଦୁ । ମୁଁ ଅନୁରୋଧ କରିବାକୁ ଚାହେଁ ଯେ ଆପଣ ନିଜେ ଦାୟିତ୍ୱ ନେଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ । ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ୱସ୍ତ କରିବାରେ ସହାୟକ ହେବ ବୋଲି ନବୀନ ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହାର ଉତ୍ତର ରଖିଛନ୍ତି ।
ମୋହନଙ୍କୁ ନବୀନ ଲେଖିଥିବା ଚିଠି, ନବୀନଙ୍କ ଉତ୍ତର








