Thursday, June 25, 2026 11:04 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମାଲକାନଗିରି ବନ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ

୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

by Our Correspondent
12 Sep, 2024- 08:58 PM
in Latest News, News
1 min read
0
ମାଲକାନଗିରି ବନ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚା ଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନ ଉପରେ ଗୁରୁତ୍ୱ ଆରୋପ କରିଛନ୍ତି। ବିଜୁଳି ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗର ସମ୍ଭାବନାକୁ ରୋକିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ ଜିରୋ କାଜୁଆଲିଟି ସମ୍ଭବ ହୋଇପାରିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ପାଣିପାଗ ବିଭାଗଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା । ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହିପରି ଜରୁରୀ ସମୟରେ ଓଡରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ୱ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ଓଡ଼ିଶା ରିଲିଫ୍ କୋଡ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ବୋଲି କହିଛନ୍ତି।

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ ସିଂ, ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଉପସ୍ଥିତ ଥିଲେ।

ବୈଠକ ଆରମ୍ଭରେ ଜିଲ୍ଲାପାଳ ପ୍ରବଳ ବର୍ଷାକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ନେଇ ବିସ୍ତୃତ ସୂଚନା ଉପସ୍ଥାପନ କରିଥିଲେ।

ସୂଚନା ଥାଉ କି ସେପ୍ଟେମ୍ବର ୫ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହା କ୍ରମେ ଘନୀଭୂତ ହୋଇ ୮ ତାରିଖରେ ଗଭୀର ଅବପାତରେ ପରିଣତ ହୋଇଥିଲା । ଏହାର ପ୍ରଭାବରେ ୯ ଏବଂ ୧୦ ତାରିଖରେ ମାଲକାନାଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଥିଲା ।

Previous Post

ମୋହନଙ୍କ ତଣ୍ଟିରେ ରେଭେନସା କଣ୍ଟା!

Next Post

ପୋର୍ଟ ବ୍ଲେୟାର ନାଁ ବଦଳିଲା, ଆଗକୁ ରେଭେନସା?

Next Post
ପୋର୍ଟ ବ୍ଲେୟାର ନାଁ ବଦଳିଲା, ଆଗକୁ ରେଭେନସା?

ପୋର୍ଟ ବ୍ଲେୟାର ନାଁ ବଦଳିଲା, ଆଗକୁ ରେଭେନସା?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA