ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ । ସ୍ୱତନ୍ତ୍ର ରିଲିଫ କମିସନର ଦେଓରଂଜନ କୁମାର ସିଂ ଆଜି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି ।
ସ୍କୁଲ ଛୁଟି ଘୋଷଣା ହୋଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକ । ସମ୍ଭାବ୍ୟ ବାତ୍ୟାରେ ଏହି ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ସତର୍କତାମୂଳକ ପଦକ୍ଷେପସ୍ୱରୂପ ଏହି ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ସବୁ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ ।
ସେପଟେ ବାତ୍ୟା ମୁକାବିଲା ଲାଗି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଜିରୋ କାଜୁଆଲିଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ ସେଇ ଅନୁଯାୟୀ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।