Tuesday, June 30, 2026 02:38 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ଜିରୋ କାଜୁଆଲିଟି ନୁହେଁ, ଚାରି କାଜୁଆଲିଟି’

ବାତ୍ୟା ପରିଚାଳନାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ:ବିଜେଡି

by Our Correspondent
26 Oct, 2024- 05:45 PM
in Latest News, News
1 min read
0
‘ଜିରୋ କାଜୁଆଲିଟି ନୁହେଁ, ଚାରି କାଜୁଆଲିଟି’

ଭୁବନେଶ୍ୱର: ବାତ୍ୟା ‘ଦାନା’ ମୁକାବିଲାରେ ରାଜ୍ୟ ସରକାର ସଫଳ ହୋଇଥିବା ଏବଂ ଜିରୋ କାଜୁଆଲିଟି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତକାଲି ଏକ ସାମ୍ବାଦିକ ସମ୍ମିଳନୀରେ ଦାବି କରିଥିଲେ । ମାତ୍ର ମୁଖ୍ୟମନ୍ତ୍ରୀଙ୍କର ଏହି ଦାବିକୁ ମୁଖ୍ୟ ବିରୋଧୀ ଦଳ ବିଜେଡି ଗ୍ରହଣ କରିନାହିଁ । ଆଜି ଦଳ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ପାଲଟା ଦାବି କରାଯାଇଛି । ବାତ୍ୟାରେ ଜିରୋ କାଜୁଆଲିଟି ହୋଇଥିବା ଯାହା କୁହାଯାଉଛି ତାହା ଠିକ୍ ନୁହେଁ । ୪ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ଦଳ ପକ୍ଷରୁ କୁହାଯାଇଛି ।

ଦଳର ମୁଖପାତ୍ର ଡ. ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ରାଜ୍ୟ ବିଜେପି ସରକାରଙ୍କ ଫୋକସ, ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନୁହେଁ ବରଂ କେବଳ ପ୍ରଶଂସା ସାଉଁଟିବା ପାଇଁ ବ୍ୟଗ୍ର ଥିବା ପରି ମନେ ହେଉଥିଲା । ଅତି କମ୍ ରେ ଚାରି ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ, ରାଜ୍ୟ ସରକାର ଶୂନ୍ୟ ମୃତ୍ୟୁ ଦାବି କରିବା ହାସ୍ୟାସ୍ପଦ । ରାଜନଗରରେ ତିନିଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି, ପ୍ରାୟ ଛଅ ଲକ୍ଷ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ସରକାର ଦାବି କରୁଥିଲା ବେଳେ ଏହି ତଥ୍ୟର ସତ୍ୟତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବାତ୍ୟାର ପୂର୍ବ ମୁହୂର୍ତ୍ତ, ଏପରିକି ବାତ୍ୟା ପରେ ମଧ୍ୟ କିଛି ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଥିବା ଦୃଶ୍ୟ ନଜରକୁ ଆସିଛି । ତାଛଡ଼ା ବାତ୍ୟା ଆଶ୍ରୟସ୍ଥଳକୁ ଅଣାଯାଇଥିବା ଲୋକମାନଙ୍କୁ ମଧ୍ୟ ଖାଦ୍ୟ ପାନୀୟ ଯୋଗାଇବା ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ଯୋଗାଇବାରେ ସରକାର ବିଫଳ ହୋଇଛନ୍ତି ବୋଲି ଜନସାଧାରଣ ଅଭିଯୋଗ କରିଛନ୍ତି, ଯାହା ଗଣମାଧ୍ୟମରେ ପ୍ରକାଶ ପାଇଛି ।

ବାତ୍ୟା ଦାନାର ସୂଚନା ପ୍ରାୟ ଦୁଇ ସପ୍ତାହ ପୂର୍ବରୁ ମିଳିଥିଲା ଏବଂ ସରକାରଙ୍କ ପାଖରେ ମୁକାବିଲାର ପ୍ରସ୍ତୁତି ପାଇଁ ପର୍ଯ୍ୟାପ୍ତ ସୂଚନା ଥିଲେ ମଧ୍ୟ ସରକାର ପ୍ରସ୍ତୁତି କରିବାରେ ବିଫଳ ହୋଇଥିଲେ । ବାତ୍ୟାରେ ପବନର ଗତି ୧୦୦ରୁ ୧୨୦ କିମି ହେବ ବୋଲି ସୂଚନା ଦିଆଯାଉଥିଲା, କିନ୍ତୁ ବାତ୍ୟା ସମୟରେ ୬୦ରୁ ୮୦ କିଲୋମିଟର ଥିଲା, ଯାହା ବିଶେଷଜ୍ଞଙ୍କ ମତରେ ବହୁତ ଅଧିକ ଓ ଚିନ୍ତାଜନକ ନୁହେଁ । ଏସବୁ ସତ୍ତ୍ୱେ ସରକାର ନିଜ ପିଠି ଥାପୁଡ଼େଇବାରେ ବ୍ୟସ୍ତ ଅଛନ୍ତି । ଲୋକଙ୍କଠାରୁ ନୁହେଁ, ଏ ସରକାର ପ୍ରଧାନମନ୍ତ୍ରୀଙ୍କଠାରୁ ସାର୍ଟିଫିକେଟ ପାଇଁ ବ୍ୟଗ୍ର ଅଛନ୍ତି ବୋଲି ଡଃ ସାମନ୍ତସିଂହାର ଅଭିଯୋଗ କରିଛନ୍ତି । ବିଜୁଜନତା ଦଳ ଦାବି କରୁଛି ଯେ, ବାତ୍ୟା ଦାନା ଉପରେ ରାଜ୍ୟ ସରକାର ଏକ ଶ୍ୱେତପତ୍ର ପ୍ରକାଶ କରନ୍ତୁ, ଯେଉଁଥିରେ କେତେଲୋକଙ୍କ ମୃତ୍ୟୁ ହୋଇଛି ଓ କେତେ ଲୋକଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରାଯାଇଛି ଏବଂ କେଉଁ ଆଶ୍ରୟସ୍ଥଳରେ କେତେ ଲୋକଙ୍କୁ ରଖାଯାଇଥିଲା ଇତ୍ୟାଦିର ତଥ୍ୟ ପ୍ରଦାନ କରନ୍ତୁ ବୋଲି ଡଃ ସାମନ୍ତସିଂହାର କହିଥିଲେ ।

ସେ ଆହୁରି ମଧ୍ୟ କହିଥିଲେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ ସମୟରେ, ରାଜ୍ୟରେ ଏକ ସୁଦୃଢ଼ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ହୋଇଥିଲା । ରାଜ୍ୟରେ ଓଡ୍ରାଫ ଗଠନ ସହିତ ଅତ୍ୟାଧୁନିକ ଯନ୍ତ୍ରପାତି ଉପଲବ୍ଧ କରାଯାଇଥିଲା । ୨୦୦୦ ମସିହାରେ, ରାଜ୍ୟରେ ମାତ୍ର ୨୩ଟି ବାତ୍ୟା ଆଶ୍ରୟସ୍ଥଳ ଥିଲା, ଯାହା ମଧ୍ୟରୁ ଅଧିକାଂଶ ବ୍ୟବହାର ଉପଯୋଗୀ ନ ଥିଲା । ଏହି  ଆଶ୍ରୟସ୍ଥଳଗୁଡିକର ପୁନଃରୁଦ୍ଧାର ସହିତ ନୂତନ ଓ ଅତ୍ୟାଧୁନିକ ଆଶ୍ରୟସ୍ଥଳମାନ ବାତ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ନିର୍ମାଣ କରାଯାଇଥିଲା ।

୨୦୨୪ ମସିହା ବେଳକୁ ରାଜ୍ୟରେ ୯୦୦ରୁ ଅଧିକ ଆଶ୍ରୟସ୍ଥଳ ଥିଲା, ଯାହା ମଧ୍ୟରୁ ଅନୂନ୍ୟ ୪୫୦ଟି ଆଶ୍ରୟସ୍ଥଳରେ ଅତ୍ୟାଧୁନିକ ବ୍ୟବସ୍ଥା ରହିଥିଲା । ସେହିପରି, ବାତ୍ୟା ଆସିବାର ଯଥେଷ୍ଟ ପୂର୍ବରୁ ବାତ୍ୟାର ପୂର୍ବାନୁମାନ ପାଇଁ ମଧ୍ୟ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଥିଲା । ତାଛଡା, ବାତ୍ୟା ପରିଚାଳନା ପାଇଁ ଆବଶ୍ୟକ କୌଶଳ ଓ ଅତ୍ୟାଧୁନିକ ଯନ୍ତ୍ରପାତିର ସଠିକ ବ୍ୟବହାର ପାଇଁ କର୍ମଚାରୀମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ବାତ୍ୟାର ସଠିକ ମୁକାବିଲା ଓ ପରିଚାଳନା ପାଇଁ ଏକ ଏସଓପି ସ୍ଥିର କରାଯାଇଥିଲା । ନବୀନଙ୍କ ସମୟରେ ପ୍ରତିଷ୍ଠା ହୋଇଥିବା ଏହି ବ୍ୟବସ୍ଥା ଯେ କୌଣସି ବଡ଼ ବାତ୍ୟାକୁ ମୁକାବିଲା କରିବା ପାଇଁ ସକ୍ଷମ, ଯାହା ଅତୀତରେ ଅନେକ ବାତ୍ୟା ସମୟରେ ପ୍ରମାଣିତ ହୋଇଛି । ଏହି ବ୍ୟବସ୍ଥା ମାଧ୍ୟମରେ ସଫଳ ବାତ୍ୟା ପରିଚାଳନା ପାଇଁ ଓଡିଶା ରାଜ୍ୟ ତଥା ଦେଶ ବାହାରେ, ଏପରିକି ମିଳିତ ଜାତିସଙ୍ଘ ଦ୍ୱାରା ପ୍ରଶଂସିତ ହୋଇଛି । ଏଭଳି ଏକ ସୁଦୃଢ଼ ବ୍ୟବସ୍ଥା ଥିବା ସତ୍ତ୍ୱେ ରାଜ୍ୟ ବିଜେପି ସରକାରଙ୍କ ଖାମଖିଆଲି ନୀତି ଯୋଗୁଁ ବାତ୍ୟା ଦାନାର ପରିଚାଳନାରେ ଫଳହେବା ଦୁଃଖଦାୟକ ବୋଲି ଡଃ ସାମନ୍ତସିଂହାର କହିଥିଲେ ।

ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ରିଭ୍ୟୁ କରିବା ପାଇଁ ବିଭିନ୍ନ ଅଞ୍ଚଳ ଗସ୍ତ କରିଥିଲେ, କିନ୍ତୁ ଏହି ରିଭ୍ୟୁ ସମୟରେ ସ୍ଥାନୀୟ ବିଧାୟକମାନଙ୍କୁ ସାମିଲ ନ କରି କେବଳ ଦଳୀୟ ଲୋକଙ୍କୁ ଧରି ରିଭ୍ୟୁ କରୁଥିବା ଦେଖାଯାଇଥିଲା ।ବାଲେଶ୍ୱରର ଭୋଗରାଇ ଓ କେନ୍ଦ୍ରାପଡ଼ାରେ ରିଭ୍ୟୁ ସମୟରେ ଏପରି ହୋଇଥିବା ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି ବୋଲି ଡଃ ସାମନ୍ତସିଂହାର କହିଥିଲେ ।

Previous Post

ସାବାସ୍ ଆଶା ଦିଦି ଶିବାନୀ

Next Post

‘ଦାନା’ ଗଲା ପରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

Next Post
‘ଦାନା’ ଗଲା ପରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

'ଦାନା' ଗଲା ପରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA