ଭୁବନେଶ୍ୱର: କଣ୍ଟାବାଞ୍ଜି ଓ ହିଞ୍ଜିଳିରୁ ନିର୍ବାଚନ ଲଢ଼ିବା ନେଇ ତାଙ୍କ ବିରୋଧରେ ସୋସିଆଲ୍ ମିଡିଆରେ ହେଉଥିବା ଗୁଜବ ଓ ମିଥ୍ୟା ପ୍ରଚାରକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ସୋସିଆଲ୍ ମିଡିଆରେ ସେ ତାଙ୍କର ମତ ରଖିଛନ୍ତି ।
ନବୀନ ଲେଖିଛନ୍ତି- ମୋର କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢ଼ିବା ନେଇ କିଛି ନ୍ୟସ୍ତ ସ୍ୱାର୍ଥ ଥିବା ବ୍ୟକ୍ତିଙ୍କ ଦ୍ଵାରା ସାମାଜିକ ଗଣମାଧ୍ୟମରେ କରାଯାଉଥିବା ଗୁଜବ ଓ ମିଥ୍ୟା ପ୍ରଚାରର ଦୃଢ଼ ନିନ୍ଦା କରୁଛି। ଏମାନେ ହେଉଛନ୍ତି ସେହି ନ୍ୟସ୍ତ ସ୍ୱାର୍ଥ ବ୍ୟକ୍ତି ଯେଉଁମାନେ ଗତ ନିର୍ବାଚନ ସମୟରେ ବିଭିନ୍ନ ବିଷୟରେ ମିଛ କାହାଣୀ ଶୁଣାଇ ଥିଲେ। ଏପରି କି ରାଜନୈତିକ ଫାଇଦା ପାଇଁ ବିଭିନ୍ନ ବିଷୟକୁ ନେଇ ଗୁଜବ କରିବାକୁ ପଛାଇ ନଥିଲେ। ଏପରି ବିଭ୍ରାନ୍ତି ସୃଷ୍ଟି କରୁଥିବା ବ୍ୟକ୍ତିମାନେ ସମସ୍ତେ କିଏ ଓଡ଼ିଶାବାସୀ ଏବେ ଠିକ୍ ବୁଝିଲେଣି। ପ୍ରଭୁ ଜଗନ୍ନାଥ ଏପରି ଗୁଜବ ତଥା ଅପପ୍ରଚାରରୁ ଦୂରେଇ ରହିବା ପାଇଁ ସେମାନଙ୍କୁ ସଦବୁଦ୍ଧି ଦିଅନ୍ତୁ।