Friday, June 26, 2026 02:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏଥର ମାଣବସାରେ ମାଣ୍ଡିଆ ଭୋଗ

ଓଡ଼ିଶାକୁ ମିଲେଟ ହବ୍ କରାଯିବ: ମୁଖ୍ୟମନ୍ତ୍ରୀ

by Our Correspondent
10 Nov, 2024- 08:41 PM
in Latest News, News
1 min read
0
ଏଥର ମାଣବସାରେ ମାଣ୍ଡିଆ ଭୋଗ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ ସେଣ୍ଟର ଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍‌ଘାଟନ କରି ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡ଼ିଶାକୁ ଭାରତର ମିଲେଟ ହବ୍ ରେ ପରିଣତ କରାଯିବ । ଏଥିପାଇଁ ଚଳିତ ବର୍ଷ ବଜେଟରେ ୬୪୯ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ। ଏହା ସହିତ ମାଣବସା ଗୁରୁବାରରେ ମାଣ୍ଡିଆକୁ ଭୋଗ ଲାଗି କରିବା ପାଇଁ ମୁଖ୍ୟମନ୍ତ୍ରୀ ମା’ମାନଙ୍କୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ ଯେ, ବିସ୍ମୃତ ଖାଦ୍ୟଶସ୍ୟର ପୁନରୁଦ୍ଧାର ପାଇଁ ଆୟୋଜିତ ଏହି ସମ୍ମିଳନୀରେ ମିଳିତ ଜାତିସଂଘର ପ୍ରତିନିଧି, କୃଷି ବିଜ୍ଞାନୀ, ଗବେଷକ, ବିଶେଷଜ୍ଞ, ବୁଦ୍ଧିଜୀବୀ, ବିଭିନ୍ନ ଜିଲ୍ଲାର କୃଷକ ଓ ଅଗ୍ରଣୀ ମହିଳା ଚାଷୀମାନେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ପୁଷ୍ଟିଶସ୍ୟ ଓ ଚାଷ ପ୍ରଣାଳୀ ଆମ ଆଦିବାସୀ ଜନଜାତି ସମ୍ପ୍ରଦାୟଙ୍କ ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଛି। ପୁଷ୍ଟିଶସ୍ୟର ପ୍ରାଚୀନତା ଏବଂ ଆମ ସଂସ୍କୃତି ଓ ଐତିହ୍ୟ ସହିତ ଏହାର ନିବିଡତାକୁ ଦୃଷ୍ଟିରେ ରଖି ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ‘ଶ୍ରୀଅନ୍ନ’ ଭାବେ ନାମିତ କରିଛନ୍ତି। ପୁଷ୍ଟିଶସ୍ୟ ବା ଶ୍ରୀ ଅନ୍ନ ଜାତୀୟ ଫସଲ ଆମ ରାଜ୍ୟ କୃଷିର ଏକ ଅଭିନ୍ନ ଅଂଶବିଶେଷ। ଜଳବାୟୁ ସହିଷ୍ଣୁତା ଗୁଣ ସହ ମାଣ୍ଡିଆ ଏବଂ ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଗୁଡିକ ପୁଷ୍ଟି ଏବଂ ଖାଦ୍ୟ ସୁରକ୍ଷା ଦୃଷ୍ଟିକୋଣରୁ ଗରୁତ୍ୱପୂର୍ଣ୍ଣ ଅଟେ। ଅବିଭକ୍ତ କୋରାପୁଟ ଜିଲ୍ଲାରୁ ଆରମ୍ଭ ହୋଇଥିବା ଏହି ଶ୍ରୀଅନ୍ନ ଚାଷ ଆଜି ସାରା ଦେଶରେ ଏକ ବିପ୍ଳବର ରୂପ ନେଇଛି, ଏବଂ ଆଜି ସାରା ଓଡିଶାରେ ଶ୍ରୀଅନ୍ନ ଚାଷ ହେଉଛି। ପ୍ରାୟ ୧୭୭ ବ୍ଲକରେ ଏହି ଚାଷକୁ ସମ୍ପ୍ରସାରଣ କରାଯାଇଛି।

ପୁଷ୍ଟିଶସ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଭାରତରେ ପ୍ରାୟ ୧୪ ପ୍ରକାର ପୁଷ୍ଟିଶସ୍ୟ ଶ୍ରୀଅନ୍ନ ଭାବେ ମାନ୍ୟତା ପାଇଛି। ସେଥି ମଧ୍ୟରୁ ବାଜରା, ଜୱାର, ମାଣ୍ଡିଆ ସବୁଠାରୁ ଅଧିକ ଆଦୃତ। ଓଡିଶାରେ ମାଣ୍ଡିଆ ସବୁଠାରୁ ଅଧିକ ଉତ୍ପାଦନ ହେଉଥିବା ବେଳେ ସୁଆଁ, କାଙ୍ଗୁ, କୋଦ, ଜହ୍ନା ପରି ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଫସଲ ମଧ୍ୟ ବହୁଳ ଭାବେ ଚାଷ କରାଯାଉଛି। ଏହିସବୁ ପୁଷ୍ଟିଶସ୍ୟ ଗ୍ଲୁଟେନମୁକ୍ତ, ଅଧିକ ସ୍ନେହସାର, ଆଣ୍ଟି-ଅକ୍ସିଡାଣ୍ଟ ଏବଂ ବହୁତ କମ୍ ଗ୍ଲାଇସେମିକ୍ ସୂଚକାଙ୍କ ଧାରକ ହୋଇଥିବା ଯୋଗୁ ଏହା ମଧୁମେହ ରୋଗ ପ୍ରତିରୋଧ କରିବା ସହିତ ରକ୍ତ ଶର୍କରା ପରିଚାଳନାରେ ମଧ୍ୟ ସାହଯ୍ୟ କରିଥାଏ। ଶ୍ରୀଅନ୍ନ ଗୁଡିକ କର୍କଟ ରୋଗ, ରକ୍ତହୀନତା, ଭିଟାମିନ ‘ବି’ର ଅଭାବ ଦୂର କରିବା ଦିଗରେ ପ୍ରତିଷେଧକ ଭାବେ କାମ କରିଥାଏ। ଏହିସବୁ ଉତ୍କୃଷ୍ଟ ଗୁଣ ଯୋଗୁ ଶ୍ରୀଅନ୍ନ ଏକ ସୁପରଫୁଡର ମାନ୍ୟତା ପାଇଛି।

ବର୍ତ୍ତମାନ ଆମ ସରକାର ଶ୍ରୀଅନ୍ନ ର ଅଧିକ ଉତ୍ପାଦନ ପାଇଁ ଚାଷୀମାନଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେଉଛନ୍ତି। ଆମକୁ ଏହାକୁ ଲୋକଙ୍କ ଦୈନନ୍ଦିନ ଖାଦ୍ୟ ଶୃଙ୍ଖଳା ମଧ୍ୟରେ ଅନ୍ତର୍ଭୁକ୍ତ କରିବାକୁ ପଡିବ। ମାଣ୍ଡିଆକୁ ସ୍ୱାଦିଷ୍ଟ କରିବା ପାଇଁ ନୂଆ ନୂଆ ପ୍ରକାର ବ୍ୟଞ୍ଜନ ଓ ନୂଆ ପ୍ରକାର ବ୍ୟଞ୍ଜନ ଶୈଳୀକୁ ଘରେ ଘରେ ପହଞ୍ଚାଇବା ପାଇଁ ଫୁଡ୍ ବ୍ଲଗରମାନଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଓଡିଶାରେ ମାଣ୍ଡିଆ ଚାଷକୁ ଆମ ମହିଳା ଚାଷୀମାନେ ଏକ ଆନ୍ଦୋଳନରେ ପରିଣତ କରିଛନ୍ତି। ଓଡିଶା ମାଣ୍ଡିଆ ଆନ୍ଦୋଳନର ଦୁଇ ପ୍ରମୁଖ ମହିଳା ଚାଷୀ ହେଉଛନ୍ତି, କୋରାପୁଟ ଜିଲ୍ଲାର ରାଇମତୀ ଘୁରିଆ ଏବଂ ମୟୁରଭଞ୍ଜ ଜିଲ୍ଲାର ସୁବାଷା ମହନ୍ତ। ସେମାନେ ନିଜ ନିଜ ପ୍ରଚେଷ୍ଟାରେ ଏହାର ଅଭିବୃଦ୍ଧି କରିବା ସହିତ ମାଣ୍ଡିଆ କିପରି ଏକ ଚାଷୀର ଆର୍ଥିକ ଅବସ୍ଥାକୁ ବଦଳେଇ ଦେଇପାରେ ତାକୁ ପ୍ରମାଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଏହି ଦୁଇ ମହିଳାଙ୍କୁ ଜି-୨୦ ସମ୍ମିଳନୀରେ ଶ୍ରୀଅନ୍ନ ଚାଷର ବ୍ରାଣ୍ଡ ଆମ୍ବାସଡର କରିଥିଲେ। ପୋଷକତତ୍ତ୍ୱରେ ଭରପୁର ଏହି ବିଲୁପ୍ତପ୍ରାୟ ଖାଦ୍ୟର ପୁନରୁଦ୍ଧାର କରିବା ଦିଗରେ ଆମ ରାଜ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିସ୍ମୃତ ଖାଦ୍ୟର ପୁନରୁଦ୍ଧାର ସମ୍ପର୍କିତ ପୁସ୍ତକ ଉନ୍ମୋଚିତ ହେବା ସହିତ ମିଲେଟ ଉତ୍ପାଦନ କ୍ଷେତ୍ରରେ ଶ୍ରେଷ୍ଠତ୍ୱ ଅର୍ଜନ କରିଥିବା କୋରାପୁଟ, ସୁନ୍ଦରଗଡ ଏବଂ ରାୟଗଡା ଜିଲ୍ଲାପାଳଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହିତ Best Millet Farmer ଭାବେ କଳାହାଣ୍ଡିର ସିତାରାମ କରକର୍ଲା, ଗଜପତିର ସାରଙ୍ଗ ସବର, ବଲାଙ୍ଗୀରର ଗୋଲାପ ବିଶି, Best Custodian Farmer ଭାବେ ନୂଆପଡାର ଲିଳାମ୍ବର ମାଝୀ, ସୁନ୍ଦରଗଡର ଜାକ୍ରିଆସ କଣ୍ଡୁଲନା ଓ ସମ୍ବଲପୁରର ଦେବବ୍ରତ ପ୍ରଧାନ, Best Forgotten Food Champion ଭାବେ କଳାହାଣ୍ଡିର କୌଶଲ୍ୟା ଗୌଡ, ବରଗଡର ରେଣୁକା ଦଂଶନ, ମୟୁରଭଞ୍ଜର ମଞ୍ଜୁଲତା ମହନ୍ତ ଏବଂ Special Awardee ଭାବେ କୋରାପୁଟର ହର୍ଷିତା ପ୍ରିୟଦର୍ଶିନୀ ମହାନ୍ତିଙ୍କୁ ପୁରସ୍କୃତ କରାଯାଇଥିଲା।ମୁଖ୍ୟମନ୍ତ୍ରୀ ଏହି ଅବସର ରେ ବିଲୁପ୍ତ ପ୍ରାୟ ଖାଦ୍ୟ ଶସ୍ୟ ଓ ବିଭିନ୍ନ ପ୍ରକାର ପୁଷ୍ଟି ଶସ୍ୟ ଉପରେ ଆୟୋଜିତ ଏକ ପ୍ରଦର୍ଶନୀ ଉଦ୍ଘାଟନ କରିଥିଲେ।

କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ, ଆମ ଆଦିବାସୀ ଅଞ୍ଚଳରେ ବସବାସ କରୁଥିବା ଲୋକମାନେ ବିସ୍ମୃତ ଶସ୍ୟର ଉତ୍ପାଦନ କରି ଏହାକୁ ଖାଦ୍ୟ ରୂପେ ବ୍ୟବହାର କରୁଛନ୍ତି। ଆମେ ଖାଉଥିବା ଖାଦ୍ୟ ଠାରୁ ଏହା ଅଧିକ ପୋଷକ ଓ ଭିଟାମିନଯୁକ୍ତ। ପ୍ରଧାନମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ମିଲେଟ ଜାତୀୟ ଶସ୍ୟର ପୁନରୁଦ୍ଧାର ହୋଇଛି। ଆମ ସମସ୍ତଙ୍କୁ ଏହି ପୋଷକଯୁକ୍ତ ଖାଦ୍ୟକୁ ଆମ ଖାଦ୍ୟ ଶୃଙ୍ଖଳରେ ସାମିଲ କରିବାକୁ ପଡିବ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ଜଳବାୟୁ ପରିବର୍ତ୍ତନ ପରିପ୍ରେକ୍ଷୀରେ କୃଷି ବିବିଧକରଣର ଆବଶ୍ୟକତା ବଢିଛି। ଶ୍ରୀଅନ୍ନକୁ ଭବିଷ୍ୟତର ଖାଦ୍ୟ ରୂପେ ଉଲ୍ଲେଖ କରି ଆଗାମୀ ଦିନରେ ଏହାର ବହୁଳ ବ୍ୟବହାର ଦୃଷ୍ଟିରୁ ପାରମ୍ପରିକ ପଦ୍ଧତି ସହ ବୈଜ୍ଞାନିକ ଜ୍ଞାନକୈଶଳ ଉପଯୋଗ କରିବା ଆବଶ୍ୟକ ବୋଲି ସେ କହିଥିଲେ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ତଥା ଏମ୍‌ଏସ୍ ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡ. ସୌମ୍ୟା ସ୍ୱାମୀନାଥନ କହିଥିଲେ ଯେ, ବିସ୍ମୃତ ଏବଂ କ୍ଷୁଦ୍ର ଶସ୍ୟ ପୁନରୁଦ୍ଧାର ପାଇଁ ଏହି ସମ୍ମିଳନୀ ଏକ ସମୟପଯୋଗୀ ପଦକ୍ଷେପ। ଓଡିଶାରେ ବିବିଧ ଖାଦ୍ୟ ରୁଚି ରହିଛି। ଯାହାର ଉଦାହରଣ ହେଉଛି ଶ୍ରୀଜଗନ୍ନାଥ ମନ୍ଦିରର ଛପନଭୋଗ। ବିଶ୍ୱ ଖାଦ୍ୟ ଏବଂ କୃଷି ସଂଗଠନ ଦ୍ୱାରା ସ୍ୱୀକୃତିପ୍ରାପ୍ତ ହୋଇଥିବା ଦେଶର ଦୁଇଟି କୃଷି ଐତିହ୍ୟସ୍ଥଳ ମଧ୍ୟରେ ଓଡିଶାର କୋରାପୁଟ ସ୍ଥାନିତ ହୋଇଛି। ଅନ୍ୟଟି କେରଳ। ଓଡିଶାରେ ଶ୍ରୀଅନ୍ନର ଚାଷ ଓ ସଂରକ୍ଷଣ ପାଇଁ ମହିଳା ଚାଷୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବହୁ ଖାଦ୍ୟଗୁଣ, ଭିଟାମିନଯୁକ୍ତ ଏହି କ୍ଷୁଦ୍ର ଶସ୍ୟ ଗୁଡିକର ପ୍ରଚାର ପ୍ରସାର ଏବଂ ବହୁଳ ବ୍ୟବହାର ପାଇଁ ସମସ୍ତେ ଶ୍ରୀଅନ୍ନ ଅଭିଯାନରେ ଏକାଠି ହେବାକୁ ସେ ଆହ୍ୱାନ ଦେଇଥିଲେ।

ନୀତି ଆୟୋଗର ସଦସ୍ୟ ପ୍ରଫେସର ରମେଶ ଚାନ୍ଦ କହିଥିଲେ ଯେ, ଗ୍ରିନ ରିଭୋଲ୍ୟୁସନ ଆସିବା ଦ୍ୱାରା ସାରା ବିଶ୍ୱରେ ଖାଦ୍ୟ ପଦାର୍ଥ ଉପରେ ବ୍ୟାପକ ପରିବର୍ତ୍ତନ ଘଟିଛି। ଜୈବିକ କୃଷିକୁ ପ୍ରାଧାନ୍ୟ ଦିଆଯାଉଛି। ସମଗ୍ର ବିଶ୍ୱ ଆଜି ପୋଷଣକୁ ନେଇ ଚିନ୍ତିତ ଅଛି। ମିଲେଟ ଜାତୀୟ ଫସଲ ପ୍ରତି ଲୋକଙ୍କ ଆଗ୍ରହ ବଢିଛି। ମିଲେଟ ଉଭୟ ଭାରତ ଓ ଆଫ୍ରିକାରେ ଚାଷ ହୋଇଥାଏ। ଓଡିଶାରେ ମାଇନର ମିଲେଟର ଅଭିବୃଦ୍ଧି ପାଇଁ ଯାହାସବୁ ଆବଶ୍ୟକ ତାହା ରହିଛି। ଆମକୁ ଏହି ଚାଷକୁ ଆଗେଇ ନେବାକୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ପଡିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ଧନ୍ୟବାଦ ଦେଇଥିଲେ।

Previous Post

କିମ୍ସ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

Next Post

ଗଣଦୁଷ୍କର୍ମ ଘଟଣାରେ ଡିସିପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ

Next Post
ଗଣଦୁଷ୍କର୍ମ ଘଟଣାରେ ଡିସିପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ

ଗଣଦୁଷ୍କର୍ମ ଘଟଣାରେ ଡିସିପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA