Tuesday, June 23, 2026 03:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୫୪୨ ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ

ପ୍ରଥମ ପର୍ଯ୍ୟାୟରେ 77ଟି ଆଦର୍ଶ ପ୍ୟାକ୍ସ ପ୍ରତିଷ୍ଠା କରାଯିବ

by Our Correspondent
25 Dec, 2024- 08:47 PM
in Latest News, News
1 min read
0
୧୫୪୨ ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକସେବା ଭବନର କନଭେନସନ ହଲଠାରେ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି । ରାଜ୍ୟରେ ସମୁଦାୟ ୨୭୧୧ଟି ପ୍ୟାକ୍ସ (PACS)ଥିବା ବେଳେ, ରାଜ୍ୟ ସରକାର ଆଉ ୧୫୪୨ଟି ନୂଆ ବହୁମୁଖୀ ପ୍ୟାକ୍ସ ( MPACS) ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା ୪୨୫୩ରେ ପହଞ୍ଚିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ଆନ୍ଦୋଳନକୁ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାରଙ୍କ ସମବାୟ ବିଭାଗ ଆନୁକୂଲ୍ୟରେ ବିଭିନ୍ନ ନୂତନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏଥିରେ ସମୁଦାୟ ୫୪ ଟି କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି। ଏଗୁଡିକ ମଧ୍ୟରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ହେଉଛି, PACS ଓ LAMPCS ଗୁଡିକୁ ବହୁମୁଖି କରିବା ପାଇଁ ମଡେଲ ବାଇ-ଲ ପ୍ରଚଳନ; କମ୍ପ୍ୟୁଟରିକରଣ ମାଧ୍ୟମରେ PACS ଗୁଡିକୁ ସ୍ୱଚ୍ଛ ଓ ମଜଭୁତ କରିବା, ସାର ଓ ବିହନ ଯୋଗାଣ, ଜନ ଔଷଧୀ କେନ୍ଦ୍ର ଓ କମନ୍ ସର୍ଭିସ ସେଣ୍ଟର ସ୍ଥାପନ, କୃଷି ସେବା କେନ୍ଦ୍ର ସ୍ଥାପନ, Consumer Store ସ୍ଥାପନ, ବୈଜ୍ଞାନିକ ପଦ୍ଧତିରେ ଶସ୍ୟ ସଂରକ୍ଷଣ କେନ୍ଦ୍ର ସ୍ଥାପନ ଇତ୍ୟାଦି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୭୭ଟି ପ୍ୟାକ୍ସକୁ ମଡେଲ୍ ପ୍ୟାକ୍ସ ଭାବରେ ବିକଶିତ କରିବା ପାଇଁ ନିଷ୍ପତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ମଡେଲ ପ୍ୟାକ୍ସ ଗୁଡିକ ଗୋଟିଏ ଗୋଟିଏ One-Stop Shop ଭଳି କାର୍ଯ୍ୟ କରିବ, ଅର୍ଥାତ ଗୋଟିଏ ଛାତ ତଳେ କୃଷି ସମ୍ବନ୍ଧୀୟ ସବୁ ପ୍ରକାର ସୁବିଧା ମିଳିବ ବୋଲି ସେ କହିଥିଲେ । Model PACS ଓ LAMPCS ଗୁଡିକ ସମବାୟ ସମିତି ମାନଙ୍କୁ ସଶକ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ୨୦୧୫ ମସିହାରୁ ବନ୍ଦ ହୋଇ ପଡିଥିବା ଭୁବନେଶ୍ୱର ସହରାଞ୍ଚଳ ସମବାୟ ବ୍ୟାଙ୍କର ସମସ୍ତ ଜମାକାରୀମାନଙ୍କୁ ଜମାରାଶି ଫେରସ୍ତ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହା ଦ୍ୱାରା ସମବାୟ ବ୍ୟାଙ୍କ ଉପରେ ଲୋକମାନଙ୍କ ଆସ୍ଥା ପୁନଃ ପ୍ରତିଷ୍ଠାରେ ସହାୟକ ହେବ ବୋଲି ସେ କହିଥିଲେ ।

ନୂଆ ସରକାର ସମବାୟ କ୍ଷେତ୍ରକୁ କ୍ରିୟାଶୀଳ ଓ ଚଳଚଞ୍ଚଳ କରିବା ପାଇଁ ପ୍ରତିଶୃତିବଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ସଂସ୍ଥା ଉପରେ ଲୋକଙ୍କ ଆସ୍ଥା ଫେରାଇ ଆଣିବା ସହିତ ଏହାକୁ ଗ୍ରାମ୍ୟ ଅର୍ଥନୀତି ବିକାଶର ଏକ ପ୍ରମୁଖ ଇଞ୍ଜିନ ଭାବରେ ପରିଣତ କରିବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ସଂସ୍ଥା ଗୁଡିକ ଚାଷୀ ମାନଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେଇ ସେମାନଙ୍କ ସମସ୍ୟାର ରିଅଲ୍ ଟାଇମ୍ ସେଟଲମେଣ୍ଟ କରିବା ଆବଶ୍ୟକ । ନହେଲେ କମ୍ପ୍ୟୁଟରୀକରଣର କୌଣସି ଅର୍ଥ ନାହିଁ । ଅନେକ ସଂସ୍ଥା ଏବେ ବି ଏକ୍ସେଲ ସିଟ ରେ ହିସାବ କିତାବ କରି ଅପଲୋଡ୍ କରୁଛନ୍ତି। ଏହା ଦ୍ଵାରା ଦୁର୍ନୀତି ପ୍ରଶ୍ରୟ ପାଇବ। ତେଣୁ, ସବୁ ପ୍ରାଥମିକ ସମବାୟ ସମିତିର ଖାତାପତ୍ର ଅଡିଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୃଷକଙ୍କ ସହିତ ପଶୁପାଳନ, ମତ୍ସ୍ୟଚାଷ, ବାସଗୃହ, ବୟନ ଶିଳ୍ପ ତଥା ମହିଳାଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି । ଏହି ଯୋଜନାକୁ ହିତାଧିକାରୀଙ୍କ ପହଞ୍ଚାଇବା କାମ ହେଉଛି ପ୍ରାଥମିକ କୃଷି ସମବାୟ ସମିତି, କିମ୍ବା LAMPCS ପରି ସଂସ୍ଥା ଗୁଡିକର ।

ଗୁଜରାଟ ପରି ମୋଦୀଜୀଙ୍କ ମାର୍ଗ ଦର୍ଶନରେ ଓଡିଶାରେ ସମବାୟ ଆନ୍ଦୋଳନକୁ ଏକ ଗଣ ଆନ୍ଦୋଳନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସମବାୟ କ୍ଷେତ୍ରର ଉନ୍ନତି ପାଇଁ ବିଭାଗ ପକ୍ଷରୁ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ କହିଲେ ଯେ ଅଦିନିଆ ବର୍ଷାର ସମ୍ମୁଖୀନ ହୋଇ ଚାଷୀ ମାନଙ୍କୁ ବୀମାଭୁକ୍ତ କରାଯାଇଛି। ସେମାନେ କ୍ଷତି ସହିବେ ନାହିଁ। ଯେଉଁ ଚାଷୀ ମାନେ ବିମା କରି ନାହାନ୍ତି ସେମାନଙ୍କୁ ବୀମା କରିବା ପାଇଁ ସମବାୟ ସଂସ୍ଥା ମାନେ ଉଦ୍ୟମ କରିବାକୁ ସେ ଅନୁରୋଧ କରିଥିଲେ ।

ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ସ୍ବାଗତ ଭାଷଣ ଦେଇଥିଲେ। ସମବାୟ ନିବନ୍ଧକ ସନ୍ତୋଷ କୁମାର ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Previous Post

ଭୋଟ ଅସଂଗତି କେମିତି ହେଲା?

Next Post

ନବୀନଙ୍କୁ ଭାରତରତ୍ନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରସ୍ତାବ

Next Post
ନବୀନଙ୍କୁ ଭାରତରତ୍ନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରସ୍ତାବ

ନବୀନଙ୍କୁ ଭାରତରତ୍ନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରସ୍ତାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA