Friday, May 8, 2026 06:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭୁବନେଶ୍ୱରର ଟ୍ରାଫିକ୍ ଭିଡ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟି ଟଙ୍କାର ଯୋଜନା

ନୂତନ ଯୋଜନା ଗୁଡିକର DPR ଶୀଘ୍ର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by Our Correspondent
31 Jan, 2025- 10:03 PM
in Latest News, News
1 min read
0
ଭୁବନେଶ୍ୱରର ଟ୍ରାଫିକ୍ ଭିଡ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟି ଟଙ୍କାର ଯୋଜନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର ୭୨ ପ୍ରତିଶତ ଖର୍ଚ୍ଚ ହୋଇଥିବା ବେଳେ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଶତ ପ୍ରତିଶତ ଖର୍ଚ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion Plan) ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା । ଆଲୋଚନାରୁ ଜଣା ଯାଇଛି ଯେ, ଏଥିପାଇଁ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ, ଏବଂ କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି । ସେହିପରି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍ ରୁ ପଥର ଗାଡିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି । ଏହା ସହିତ ଡମଣାରୁ ପ୍ରେସ୍ ଛକ, କଳା ରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି । ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ । ସମ୍ପୂର୍ଣ୍ଣ Decongestion Plan ପାଇଁ ପ୍ରାୟ ୭ ହଜାର କୋଟି ଟଙ୍କା ବିନିଯୋଗ କରାଯିବ ।

ଏଥି ମଧ୍ୟରୁ ଡମଣା ଛକରୁ ପ୍ରେସ୍ ଛକ ରାସ୍ତା କାମ ସରିଥିବା ବେଳେ ସୁନ୍ଦରପଦା-ଜଟଣୀ ରୋଡ୍ ଓ ଲେଫ୍ଟ ପାରାଲେଲ୍ ରୋଡ୍ କାମ ଜାରି ରହିଛି । ବାକି ସବୁ କାମର ତୁରନ୍ତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣା ଯାଇଛି ଯେ, ଭୁବନେଶ୍ୱର ପାଇଁ ୬୪ କିଲୋମିଟର ବିଶିଷ୍ଟ ଏକ ଇନର୍ ରିଙ୍ଗ୍ ରୋଡ୍ କରାଯିବ । ଏଥିରେ ତମାଣ୍ଡୋରୁ ପାଇକରାପୁର ଏବଂ ଧଉଳିରୁ ତମାଣ୍ଡୋ ପର୍ଯ୍ୟନ୍ତ ୬ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ ।

ଏହା ସହିତ ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି । ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ । ଏଥିପାଇଁ ସମୁଦାୟ ୬,୧୫୨ କୋଟି ଟଙ୍କା ବିନିଯୋଗ କରାଯିବ । ଏହା ଦ୍ୱାରା ସହରର ସଂପ୍ରସାରଣ ହେବା ସହିତ ଯୋଗାଯୋଗର ସୁବିଧା ବଢିବ । ଅର୍ଥନୈତିକ ଅଭିବୃଦ୍ଧି ସହିତ ପର୍ଯ୍ୟଟନ ବୃଦ୍ଧି ହେବ ଓ ଉତ୍ତମ ପରିବେଶ ମଧ୍ୟ ସୃଷ୍ଟି ହେବ ।

ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ, ରାଜ୍ୟର ଚାରିପାର୍ଶ୍ୱକୁ ଏକ ଗ୍ରାଣ୍ଡ ରିଙ୍ଗ୍ ରୋଡ୍ ମାଧ୍ୟମରେ ଯୋଡିବା ପାଇଁ ଯେଉଁ ଲକ୍ଷ୍ୟ ରଖା ଯାଇଛି, ତାହାର ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଜୟପୁର ପର୍ଯ୍ୟନ୍ତ ୨୮୭ କିଲୋମିଟର ଏକ ସଡକ ନିର୍ମାଣ କରାଯିବ । ଏଥିରେ ୪ଟି ଟନେଲ୍ ରହିବ ।

କେନ୍ଦୁଝର ମା’ ତାରିଣୀଙ୍କ ମନ୍ଦିରର ବିକାଶ ଓ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣା ଯାଇଛି । ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରି ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ବ୍ୟତୀତ ବଡବିଲ୍ ରିଙ୍ଗ୍ ରୋଡ୍, ଭୁବନେଶ୍ୱର ୟୁନିଟ୍-୨ ଅଞ୍ଚଳର ବିକାଶ ଓ ଅନ୍ୟାନ୍ୟ ପ୍ରକଳ୍ପ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Previous Post

ଉତ୍କଳରେ ଖ୍ୟାତିସମ୍ପନ୍ନ ପଦାର୍ଥ ବିଜ୍ଞାନୀ ଡକ୍ଟର ବେଦାଙ୍ଗ ଦାସ ମହାନ୍ତି

Next Post

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

Next Post
୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA