Thursday, June 25, 2026 05:09 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୯ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ସ୍ଥାୟୀ କୁଳପତି

ବିଧାନସଭାରେ ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର

by Our Correspondent
21 Mar, 2025- 11:52 PM
in Latest News, News
1 min read
0
୯ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ସ୍ଥାୟୀ କୁଳପତି

ଭୁୁବନେଶ୍ୱର: ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରୁ ୮ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି କାର୍ଯ୍ୟରତ ଅଛନ୍ତି । ଅବଶିଷ୍ଟ ୯ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନାହାନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ଓଡ଼ିଶାରେ କେତୋଟି ବିଶ୍ୱିଦ୍ୟାଳୟରେ କୁଳପତି ପଦବୀ ଖାଲି ରହିଛି? କେଉଁ ବିଶ୍ୱବିଦ୍ୟାଳୟରେ କୁଳପତିମାନେ ନିର୍ଦ୍ଧାରିତ ସମୟଠାରୁ ଅଧିକ ଦିନ ରହିଛନ୍ତି? ତାହାର କାରଣ କ’ଣ? ଖାଲିଥିବା କୁଳପତି ପଦବୀ ଗୁଡ଼ିକ ପାଇଁ ଶୀଘ୍ର ପଦକ୍ଷେପ ଗ୍ରହଣ କରିବେ କି? ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ବିଧାନସଭାରେ ଏହି ପ୍ରଶ୍ନ ପଚାରିଥିଲେ ଉପାସନା । ଏହାର ଉତ୍ତରରେ ମନ୍ତ୍ରୀ ଶ୍ରୀ ସୂରଜ ଏହାର ସମସ୍ତ ତଥ୍ୟ ପ୍ରଦାନ କରିଥିଲେ ।

ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ଅଛି । ୮ଟି ବିଶ୍ୱବିଦ୍ୟାଳୟ ଯଥା ଓଡ଼ିଆ ବିଶ୍ୱବିଦ୍ୟାଳୟ, ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ କୁଳପତିମାନେ ନିୟମିତ ଭାବେ ନିଯୁକ୍ତି ପାଇ କାର୍ଯ୍ୟାରତ ଅଛନ୍ତି ।

ଦୁଇଟି ବିଶ୍ୱବିଦ୍ୟାଳୟ ଯଥା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟ ଏବଂ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଅତିରିକ୍ତ ଭାବେ ଦାୟିତ୍ୱରେ ଅଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକୁ ୬ ମାସ ପର୍ଯ୍ୟନ୍ତ ବା ନୂତନ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ବର୍ଦ୍ଧିତ କରାଯାଇଛି । ସେହିପରି ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅତିରିକ୍ତ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ପର୍ଯ୍ୟନ୍ତ ବା ନୂତନ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ବର୍ଦ୍ଧିତ କରାଯାଇଛି ।

ଗଙ୍ଗାଧର ବିଶ୍ୱବିଦ୍ୟାଳୟ ଏବଂ ରମାଦେବୀ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ କାର୍ଯ୍ୟ ୨୭.୧୧.୨୦୨୪ରେ ଶେଷ ହେଉଥିବା ଦେଖି କାର୍ଯ୍ୟକାଳ ଆଉ ୬ ମାସକୁ ବୃଦ୍ଧି କରାଯାଇଥିଲା । ମାତ୍ର ଉଭୟ ସେମାନଙ୍କର ପଦବୀ ପରିତ୍ୟାଗ କରିଥିବାରୁ ବିଶ୍ୱବିଦ୍ୟାଳୟର ବରିଷ୍ଠତମ ପ୍ରାଧ୍ୟାପକଙ୍କୁ କୁଳପତି ଭାବେ ଭାରପ୍ରାପ୍ତ ଦାୟିତ୍ୱ ଦିଆଯାଇଛି ।

ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କର କାର୍ଯ୍ୟକାଳ ସମାପ୍ତ ହେବା ପୂର୍ବରୁ ତାଙ୍କର ଦେହାନ୍ତ ହେବାରୁ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱରେ ଅଛନ୍ତି ।
ନୂତନ ବିଶ୍ୱବିଦ୍ୟାଳୟ ଭାବେ ଅପଗ୍ରେଡ୍ ପାଇଥିବା ଧରୀଣୀଧର ବିଶ୍ୱବିଦ୍ୟାଳୟ ଓ ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ଓଏସଡି କାର୍ଯ୍ୟରତ ଅଛନ୍ତି ।

ବିଧାନସଭାରେ ଉପସ୍ଥାପିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ ବିଧେୟକ, ୨୦୨୪ ଆଇନରେ ପରିଣତ ହେଲେ ବିଶ୍ୱବିଦ୍ୟାଳୟମାନଙ୍କରେ ନିୟମିତ ଭାବେ କୁଳପତି ପଦବୀ ପୂରଣ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି ।

Previous Post

ବନ୍ଧା ହେବା ଲୋକଙ୍କ ସହ ବନ୍ଧୁ ହୋଇଗଲେ ବିଧାୟକ

Next Post

ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ

Next Post
ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA