Monday, May 25, 2026 07:49 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

3 ବର୍ଷରେ 5 ଲକ୍ଷ ଘର ଦିଆଯିବ, ଖର୍ଚ୍ଚ ହେବ 7,550 କୋଟି ଟଙ୍କା

by Our Correspondent
30 Mar, 2025- 11:33 PM
in Latest News, News
1 min read
0
ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: 70 ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ । ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ 2018 ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ । ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯ୍ୟକାରୀ ହେଉଛି । ଏହାକୁ ଆହୁରି ଜୋରଦାର କରାଯାଇ ଓଡିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା । ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ ।

ଆଜି ପ୍ରଥମ ଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି । ଆଗାମୀ 3 ବର୍ଷରେ 5 ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି । ଚଳିତ ବର୍ଷ ଏହି ଯୋଜନା ପାଇଁ 2,600 କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଥିବା ବେଳେ ଆଗାମୀ 3 ବର୍ଷରେ ଏଥିପାଇଁ 7,550 କୋଟି ଟଙ୍କା ବିନିଯୋଗ କରାଯିବ । ସୂଚନାଯୋଗ୍ୟ ଯେ, ବିଜୁ ପକ୍କା ଘର ଯୋଜନାରେ 10 ବର୍ଷରେ ବହୁତ କମ ଘର ନିର୍ମାଣ ହୋଇଛି।

ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ 1 ଲକ୍ଷ 20 ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ । ସ୍ୱଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ, ଜଳ ଜୀବନ ମିଶନରୁ ସ୍ୱଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ । ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ ।

କେବଳ ସେତିକି ନୁହେଁ, ଏହି ଯୋଜନାରେ ହିତାଧିକାରୀମାନଙ୍କୁ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ 90ରୁ 95 ଦିନ ପର୍ଯ୍ୟନ୍ତ ଅଣକୁଶଳୀ ଶ୍ରମିକ ଭାବରେ ପାରିଶ୍ରମିକ ସହ କାମ ଯୋଗାଇ ଦିଆଯିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ସମାଜରେ ସବୁଠାରୁ ଅଧିକ ଗରିବ ଓ ଅସହାୟ ଲୋକମାନେ ଉପକୃତ ହେବେ । ଭିନ୍ନକ୍ଷମ, ବିଧବା, କର୍କଟ ଭଳି ଅନ୍ୟାନ୍ୟ ଗୁରୁତର ରୋଗରେ ପୀଡ଼ିତ ପରିବାର, ଶହୀଦ ପରିବାର, ଘରପୋଡ଼ି, ହାତୀ ଉପଦ୍ରବ ତଥା ବନ୍ୟା ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟରେ ଭୀଷଣ ଭାବେ ପ୍ରଭାବିତ ହୋଇଥିବା ପରିବାରଙ୍କୁ ଅଗ୍ରାଧିକାର ଭିତ୍ତିରେ ଗୃହ ମଞ୍ଜୁର କରାଯିବ । ଏହା ସହିତ କର୍କଟ, କୁଷ୍ଠ, କିଡ଼ନୀ ରୋଗ, ଲିଭର ସିରୋସିସ, ଥାଲାସେମିଆ ଅଥବା HIV ପରି ଦୁରାବ୍ୟାଧିରେ ପୀଡ଼ିତ ପରିବାର ଏବଂ ଅନାଥ, ନିରାଶ୍ରୟଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ତୁରନ୍ତ ଗୃହ ଯୋଗାଇ ଦିଆଯିବା ସହ ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ, ମୁକ୍ତ ଗୋତି ଶ୍ରମିକ, ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରର କ୍ରୀଡାବିତ୍ ମାନେ ମଧ୍ୟ ଏହି ଯୋଜନାରେ ଉପକୃତ ହୋଇପାରିବେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଧିକ ଲୋକଙ୍କୁ ଘର ଦେବା ପାଇଁ ଏହି ଯୋଜନାରେ ‘ପରିବାର’ ଓ ‘ପକ୍କା ଘର’ର ସଂଜ୍ଞାକୁ ମଧ୍ୟ ସରଳ କରାଯାଇଛି । ଆଜବେସଟସ୍, ଟିଣ ଓ ଟାଇଲ ଛାତଘରକୁ କଚ୍ଚାଘର ରୂପେ ବିବେଚନା କରାଯାଇଛି । କେବଳ ସିମେଣ୍ଟ ଯୋଡେଇ କାନ୍ଥ ସହିତ ଆର.ସି.ସି. ଛାତକୁ ପକ୍କାଘରର ମାନ୍ୟତା ପ୍ରଦାନ କରାଯାଉଛି । ପରିବାରର ସଂଜ୍ଞାକୁ ମଧ୍ୟ ସରଳ କରାଯାଇ ଯୋଜନାରେ ପରିବାରର ଅର୍ଥ ସ୍ଵାମୀ, ସ୍ତ୍ରୀ, ନିର୍ଭରଶୀଳ ପିତାମାତା ଓ ସନ୍ତାନଙ୍କୁ ବୁଝାଉଛି ବୋଲି ସେ କହିଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ହୋଇଥିବା ଅଗ୍ରଗତି ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା 23 ଲକ୍ଷରୁ ଅଧିକ ଘର ନିର୍ମାଣ ହୋଇସାରିଥିବା ବେଳେ 4 ଲକ୍ଷ ଘର ନିର୍ମାଣାଧିନ ଅଛି । ଏହା ସହିତ ଜାନୁଆରୀ 24 ତାରିଖରୁ ସର୍ଭେ ଆରମ୍ଭ ହେଇ ଏଥିରେ ଆହୁରି 26 ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ ଘର ଯୋଗାଇଦେବା ପାଇଁ ତାଲିକାଭୁକ୍ତ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଭିନ୍ନ କେନ୍ଦ୍ରୀୟ ଯୋଜନା ଓ ରାଜ୍ୟ ଯୋଜନାରେ ସମସ୍ତଙ୍କୁ ଘର ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଛି । ଅନ୍ତ୍ୟୋଦୟ ଗୃହ ଯୋଜନା ସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ), ପି.ଏମ୍. ଜନମନ ଓ ଅନ୍ୟାନ୍ୟ ସରକାରୀ ଗ୍ରାମୀଣ ଗୃହ ଯୋଜନାରେ ଯେଉଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇବାର 4 ମାସ ମଧ୍ୟରେ ଘର ନିର୍ମାଣ ସମ୍ପୂର୍ଣ୍ଣ କରୁଛନ୍ତି ସେମାନଙ୍କୁ 20 ହଜାର ଟଙ୍କା ଏବଂ 6 ମାସରେ ଘର ସମ୍ପୂର୍ଣ୍ଣ କଲେ 10 ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମଧ୍ୟ ଦିଆଯାଉଛି ।

କଳାହାଣ୍ଡିର ସମୃଦ୍ଧ ଇତିହାସ, ସଂସ୍କୃତି ଓ ଉନ୍ନତ କୃଷି ପ୍ରଣାଳୀ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉତ୍କୃଷ୍ଟ କଳା ଓ ସ୍ୱଚ୍ଛ ହୃଦୟର ଅଞ୍ଚଳ ହେଉଛି କଳାହାଣ୍ଡି। କଳାହାଣ୍ଡି ଅଞ୍ଚଳବାସୀଙ୍କ ଦାବୀ ଅନୁଯାୟୀ ଇନ୍ଦ୍ରାବତୀ ବହୁମୁଖୀ ଜଳ ପ୍ରକଳ୍ପର ବାମ ପାର୍ଶ୍ୱ କେନାଲର କଂକ୍ରିଟ୍ ଲାଇନିଂ କାର୍ଯ୍ୟ ଖୁବ୍ ଶୀଘ୍ର ଶେଷ ହେବ । ଭବିଷ୍ୟତରେ ଆଉ ଯେପରି କେହି ଦାନ ମାଝୀ ପରି ଅବହେଳାର ଶିକାର ନ ହୁଅନ୍ତି, ସେଥିପାଇଁ ଆମ ସରକାର ୧୦୯ ଆମ୍ବୁଲାନ୍ସ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ଆମ ସରକାର ହେଉଛି ଲୋକଙ୍କ ସରକାର। ଆଗାମୀ ଦିନରେ ସରକାର ଯିବେ ଲୋକଙ୍କ ପାଖକୁ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ଭବାନୀପାଟଣାରେ ହେବ ଓ ସମ୍ବଲପୁରରେ ମଧ୍ୟ ହେବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର ୧୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାରେ 617.51 କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । 223.66 କୋଟି ଟଙ୍କାର ପ୍ରକଳ୍ପ ଉଦ୍‍ଘାଟିତ ହୋଇଥିବା ବେଳେ 393.85 କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି ।
ଉଦ୍‍ଘାଟିତ ହୋଇଥିବା ପ୍ରକଳ୍ପ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଜୁଲ୍‌କୋ ଇନ୍‍ଷ୍ଟ୍ରିମ ଷ୍ଟୋରେଜ୍‍ ଷ୍ଟ୍ରକ୍ଚର ଅନ୍ତର୍ଭୁକ୍ତ। ଭବାନୀପାଟଣା ନିର୍ବାଚନ ମଣ୍ଡଳୀର କେସିଙ୍ଗା ବ୍ଲକରେ ୬୮ କୋଟି ୩୫ ଲକ୍ଷ ଟଙ୍କାରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହାଦ୍ୱାରା କେସିଙ୍ଗା ବ୍ଲକର ପ୍ରାୟ ୯ ହଜାର ଲୋକଙ୍କୁ ପିଇବା ପାଣି ମିଳିବା ସହିତ ରବି ଫସଲ ପାଇଁ ମଧ୍ୟ ଜଳସେଚନରେ ସୁବିଧା ହେବ।

ଏହା ସହିତ ବୃନ୍ଦାବାହାଲ ଠାରେ ୫୨ କୋଟିରୁ ଅଧିକ ଟଙ୍କାରେ ଏକ ଗ୍ରୀଡ୍‍ ସବ୍‍ଷ୍ଟେସନ୍‍ ଓ କେ.ଭି. ଲାଇନର ବିକାଶ କରାଯାଇଛି। ଆହୁରି ମଧ୍ୟ ଅନେକ ପାନୀୟ ଜଳ ପ୍ରକଳ୍ପ, ଶିକ୍ଷା, କଲ୍ୟାଣ ମଣ୍ଡପ, ସ୍ୱାସ୍ଥ୍ୟକେନ୍ଦ୍ର, ରାସ୍ତା ଆଦି ଅନେକ ଭିତ୍ତିଭୂମି ପ୍ରକଳ୍ପ ମଧ୍ୟ ଆରମ୍ଭ କରାଯାଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ଜିଲ୍ଲାର ବିକାଶକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ କହିଥିଲେ ଯେ, ଗାଁରେ ରହୁଥିବା ଲୋକଙ୍କର ଦୀର୍ଘ ଦିନର ସମସ୍ୟା ସବୁ ରହିଥିଲା । ସେମାନଙ୍କ ସମସ୍ୟା ଦୂର କରିବା ପାଇଁ ଆମେ ସମସ୍ତେ କାର୍ଯ୍ୟରତ ଅଛୁ । ଆମ ସରକାର ହେଉଛି ଲୋକଙ୍କ ସରକାର । ଅନ୍ତ୍ୟୋଦୟ ଗୃହ ଯୋଜନା ହେଉ, କିମ୍ବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହେଉ ଆମର କୌଣସି ଥିରେ ପାତର ଅନ୍ତର ରହିବ ନାହିଁ, କିମ୍ବା କୌଣସି ବ୍ୟତିକ୍ରମ ଘଟିବ ନାହିଁ । ଗ୍ରାମାଞ୍ଚଳବାସୀଙ୍କ ଯାହା ବି ମୌଳିକ ଆବଶ୍ୟକତା ରହିଛି, ତାହା ନିଶ୍ଚୟ ପୂରଣ ହେବ । ଗରିବ ଲୋକଙ୍କ ପ୍ରତି ଅବହେଳା କଲେ ସରକାରୀ କର୍ମଚାରୀମାନଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଚେତାବନୀ ଦେଇଥିଲେ ।

କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ଶ୍ରୀମତୀ ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଜୋଶୀ ଓ କଳାହାଣ୍ଡି ଜିଲ୍ଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।

ଆଭାଷୀ ଜରିଆରେ ସମସ୍ତ ୩୦ ଜିଲ୍ଲାର ସଦର ମହକୁମାରୁ ସାଂସଦ, ମନ୍ତ୍ରୀ, ବିଧାୟକଗଣ, ଏବଂ ସମସ୍ତ ୩୧୪ ବ୍ଲକରୁ ପଞ୍ଚାୟତିରାଜ ସଦସ୍ୟଗଣ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଗିରୀଶ ଏସ୍. ଏନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ କଳାହାଣ୍ଡି ଜିଲ୍ଲାପାଳ ସଚ୍ଚିନ ପାୱାର ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

କିଟ୍‍ ରେ ଇଫ୍‍ତାର ପାଳିତ

Next Post

କିଏ ଠିକ ମୁଖ୍ୟମନ୍ତ୍ରୀ ନା ପ୍ରଧାନମନ୍ତ୍ରୀ ?

Next Post
କିଏ ଠିକ ମୁଖ୍ୟମନ୍ତ୍ରୀ ନା ପ୍ରଧାନମନ୍ତ୍ରୀ ?

କିଏ ଠିକ ମୁଖ୍ୟମନ୍ତ୍ରୀ ନା ପ୍ରଧାନମନ୍ତ୍ରୀ ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA