Sunday, May 31, 2026 02:34 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମ୍ବଲପୁରରେ ଅଭିଯୋଗ ଶୁଣାଣି କଲେ ମୁଖ୍ୟମନ୍ତ୍ରୀ

୧୦ ଜଣ ମନ୍ତ୍ରୀ, ବିଭାଗୀୟ ସଚିବ ଓ ପଦାଧିକାରୀ ଉପସ୍ଥିତ

by Our Correspondent
21 Apr, 2025- 06:56 PM
in Latest News, News
1 min read
0
ସମ୍ବଲପୁରରେ ଅଭିଯୋଗ ଶୁଣାଣି କଲେ ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ପୁରା ରାଜ୍ୟ ପ୍ରଶାସନ ସମ୍ବଲପୁରରେ। ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର । କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ସହଯୋଗୀ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀଗଣ । ସମ୍ପୂର୍ଣ୍ଣ ରାଜ୍ୟ ପ୍ରଶାସନ ସ୍ଥାନାନ୍ତରିତ ହୋଇଥିଲା ସମ୍ବଲପୁରକୁ । ଲୋକଙ୍କ ଅଭିଯୋଗ ଶୁଣି ଏହାର ସମାଧାନ କରିବାକୁ । ବାସ୍ତବିକ ଏଇ ହେଉଛି ଲୋକଙ୍କ ସରକାର ।

ଆଜିଥିଲା ଅଭିଯୋଗ ଶୁଣାଣିର ୧୦ମ ପାଳି। ଏହା ଥିଲା ଅନ୍ୟ ନଅ’ଟି ପାଳି ଠାରୁ ଭିନ୍ନ, କାରଣ ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି, ସରକାର ଆସିଛନ୍ତି ଲୋକଙ୍କ ଅଭିଯୋଗ ଶୁଣିବାକୁ।

ଗତ କାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର । ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓଡ଼ିଶା ରାଜ୍ୟ ପାଇଁ ଓ ସର୍ବୋପରି ଗଣତନ୍ତ୍ର ପାଇଁ ଏକ ସକରାତ୍ମକ ବାର୍ତ୍ତା ଦେଉଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆମର ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନ ଆମକୁ ଲୋକଙ୍କ ଆହୁରି ନିକଟତର ହେବାକୁ ପ୍ରେରଣା ଦେଇଛି ବୋଲି ସେ କହିଛନ୍ତି।

ସେ ପୁଣି କହିଥିଲେ ଯେ, ଆମର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବୃହତ୍ତର ବିକାଶର ଲକ୍ଷ୍ୟ ପୂରଣ ଭିତରେ ଗରିବ, ଅସହାୟ ଲୋକଙ୍କ ଦୁଃଖକୁ ଆମେ ଯେପରି ନଜର ଅନ୍ଦାଜ୍ ନ କରୁ। ସେମାନେ ଯେପରି ଅନୁଭବ ନ କରନ୍ତି ଯେ, ସେମାନଙ୍କ ଦୁଃଖ ଶୁଣିବା ପାଇଁ କେହି ନାହାନ୍ତି। ପୂର୍ବ ସରକାର ଏଥିପ୍ରତି ଉଦାସୀନ ମନୋଭାବ ପୋଷଣ କରୁଥିଲେ। ଆମେ କିନ୍ତୁ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନ ଶୁଣାଣି କରିବା ପାଇଁ ନିଷ୍ପତ୍ତି ନେଇଛୁ। ଆଜି ସମ୍ବଲପୁରରେ ହେଲା, ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନରେ ହେବ।

ସେ ଆହୁରି କହିଥିଲେ ଯେ, ଏହି କ୍ଷେତ୍ରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଦ୍ୱାରା ଅଧିକାରୀ ମାନେ ସେମାନଙ୍କ ସ୍ତରରେ ହିଁ, ଯେତେଦୂର ସମ୍ଭବ, ଲୋକଙ୍କ ସମସ୍ୟା ସମାଧାନ କରିବାକୁ ତତ୍ପର ହେବେ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ଦିଗରେ ଅଧିକ ସଚେତନ ହେବେ ବୋଲି ସେ କହିଛନ୍ତି।

ସମସ୍ତ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଅଧିକାରୀ ମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆ ଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ପୂର୍ବ ଜନଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗରୁ ଭୁବନେଶ୍ୱରରେ ଆମର ନଅ’ଟି ଜନ ଶୁଣାଣି ହୋଇଛି। ପୂର୍ବ ନଅ’ଟି ପାଳିରେ ୯,୩୭୭ ଲୋକଙ୍କ ଅଭିଯୋଗ ଗ୍ରହଣ କରିଛୁ ଏବଂ ପ୍ରାୟ ୮୮ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ଅବଶିଷ୍ଟ ଗୁଡିକ ପ୍ରକ୍ରିୟା ଭିତରେ ଅଛି ।

ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୦ମ ପାଳି। ଏହି ପାଳିରେ ପ୍ରାୟ ୧୦୦୦ ଜଣ ଅନଲାଇନ ଜରିଆରେ ପଂଜିକୃତ ଓ ଅଫ ଲାଇନରେ ପ୍ରାୟ ୧୪୦୦ ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି ।

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ୧୮ ଜଣଙ୍କୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି ।

ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ ।

ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।

ଅଭିଯୋଗକାରୀଙ୍କ ମଧ୍ୟରେ ଥିଲେ ସମ୍ବଲପୁରର ଦୀପ୍ତିରାଣୀ ପାଢ଼ୀ । ସେ ତାଙ୍କ ପେନ୍ସନ ସଂକ୍ରାନ୍ତୀୟ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ସମସ୍ୟା ଶୁଣିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀମତୀ ପାଢ଼ୀ ଗଭୀର ଆତ୍ମସନ୍ତୋଷର ସହ ଘରକୁ ଫେରିଥିଲେ ।

ସେହିପରି ବରଗଡ଼ ଜିଲ୍ଲା ଡୁଙ୍ଗୁରିବାହାଲ ର କିଛି ବାସିନ୍ଦା ଆସିଥିଲେ ଡୁଙ୍ଗୁରିବାହାଲ ଜଳସେଚନ ପ୍ରକଳ୍ପରୁ ଜଳସେଚନ ସୁବିଧା କରାଇବା ପାଇଁ । ମୁଖ୍ୟମନ୍ତ୍ରୀ ତୁରନ୍ତ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏହାର ସମାଧାନ ପାଇଁ । ମୁଖ୍ୟମନ୍ତ୍ରୀଙ୍କ ଠୁ ଆଶ୍ୱାସନା ପାଇ ସେମାନେ ଖୁସି ମନରେ ଫେରିଥିଲେ ।

ଏହିପରି ଜଣେ ପରେ ଜଣେ ଅଭିଯୋକାରୀ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ମାନଙ୍କୁ ଭେଟି ଭରସା ଓ ସନ୍ତୋଷ ନେଇ ଫେରୁଥିଲେ । ସମସ୍ତଙ୍କ ମୁହଁରେ ଥିଲା ଖୁସିର ଲହରୀ କାରଣ ମୁଖ୍ୟମନ୍ତ୍ରୀ ନିଜେ ତାଙ୍କ ସମସ୍ୟା ଶୁଣିଛନ୍ତି ଓ ସମାଧାନର ବ୍ୟବସ୍ଥା ମଧ୍ୟ କରିଛନ୍ତି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ  ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

Previous Post

ଜେଇଇ ମେନରେ କିସର ୧୨ ଛାତ୍ରଛାତ୍ରୀ କୃତକାର୍ଯ୍ୟ

Next Post

ରାଜ୍ୟ ବିଜେପି ହାଲଚାଲ: କିଛି ତ ହଉନି!!

Next Post
ରାଜ୍ୟ ବିଜେପି ହାଲଚାଲ: କିଛି ତ ହଉନି!!

ରାଜ୍ୟ ବିଜେପି ହାଲଚାଲ: କିଛି ତ ହଉନି!!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA