Tuesday, May 26, 2026 02:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆସନ୍ତାକାଲିଠାରୁ ସ୍କୁଲ ପିଲାଙ୍କ ଖରା ଛୁଟି

by Our Correspondent
22 Apr, 2025- 10:00 PM
in Latest News, News
1 min read
0
ଆସନ୍ତାକାଲିଠାରୁ ସ୍କୁଲ ପିଲାଙ୍କ ଖରା ଛୁଟି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ହଷ୍ଟେଲ ପିଲାମାନେ ଚାହିଁଲେ, ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ ।

ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

କିଟ୍‍ ରେ ପଢ଼ୁଥିବା କିସ୍‍ର ଶହେ ଛାତ୍ରଛାତ୍ରୀ ପାଇଲେ କ୍ୟାମ୍ପସ ପ୍ଲେସମେଣ୍ଟ

Next Post

ପୁଣି ପାଣ୍ଡିଆନ୍-ବବି ଖେଳ!

Next Post
ପୁଣି ପାଣ୍ଡିଆନ୍-ବବି ଖେଳ!

ପୁଣି ପାଣ୍ଡିଆନ୍-ବବି ଖେଳ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA