Monday, May 25, 2026 05:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧ କୋଟି ମହିଳାଙ୍କୁ ସୁଭଦ୍ରା ତୃତୀୟ କିସ୍ତି

ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ସମୁଦାୟ ୭୬୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ

by Our Correspondent
09 Aug, 2025- 07:31 PM
in Latest News, News
1 min read
0
୧ କୋଟି ମହିଳାଙ୍କୁ ସୁଭଦ୍ରା ତୃତୀୟ କିସ୍ତି

ଭୁବନେଶ୍ୱର/ଜୟପୁର: “ସୁଭଦ୍ରା ଯୋଜନା” ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି ଆଜି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ୪୩୬ ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହିତ ୩୦୯.୪୨ କୋଟି ଟଙ୍କା ମୂଲ୍ୟର ୧୨୬ ଟି ନୂତନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ।

ସୂଚନା ଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ସେତୁ, ସଡକ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନୟନମୂଳକ ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ହେଲେ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଖୁବ ଶୀଘ୍ର ଜୟପୁର ରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। 

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଆର୍ଥିକ ଅଭାବରୁ ଯେଉଁ ମା’ ମାନେ ନିଜ ସ୍ୱପ୍ନକୁ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି, ସେମାନଙ୍କ ପାଇଁ ଆଶାର କିରଣ ସାଜିଛି ‘ସୁଭଦ୍ରା’। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା ଓ ଆତ୍ମନିର୍ଭର ଭାରତ ଗଢିବାରେ ସାମିଲ ହେବା। ଏହି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ମା’ ମାନେ ନିଜ ନିଜ ଛୋଟ ବଡ ବ୍ୟବସାୟ ଆରମ୍ଭ କରିପାରିଛନ୍ତି, ଆଉ କିଛି ଅଧିକ ପୁଞ୍ଜି ବିନିଯୋଗ କରି ନିଜ ନିଜର କ୍ଷୁଦ୍ର ବ୍ୟବସାୟକୁ ବୃଦ୍ଧି କରିଛନ୍ତି।  

ଆମ ସରକାର ନିଜର ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତ ରେ ବସବାସ କରୁଥିବା ମହିଳା ମାନଙ୍କୁ ସଫଳ ଭାବେ ‘ସୁଭଦ୍ରା’ ଯୋଜନା ସହ ଯୋଡି ପାରିଛନ୍ତି । କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୁଭଦ୍ରା ମାଧ୍ୟମରେ ଆମେ କେବଳ ଆର୍ଥିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁନାହୁଁ ବରଂ ଶିକ୍ଷା, ଦକ୍ଷତା, ଏବଂ ରୋଜଗାରର ସୁଯୋଗ ମଧ୍ୟରେ ଥିବା ବ୍ୟବଧାନକୁ ମଧ୍ୟ ଦୂର କରୁଛୁ । ସୁଭଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ସହାୟତାକୁ ପୁଞ୍ଜି ଭାବେ ବ୍ୟବହାର କରି ଆଜି ରାଜ୍ୟର ଲକ୍ଷ ଲକ୍ଷ ମା’ ଓ ଭଉଣୀମାନେ ଛୋଟ ବଡ ବ୍ୟବସାୟ ଆରମ୍ଭ କରି ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇ ପାରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ନିଜ ଅଭିଭାଷଣରେ କହିଛନ୍ତି।

ଗୋଟିଏ ବର୍ଷ ତଳେ ମହିଳାଙ୍କ ଆଖିରେ ଯେଉଁ ବିଶ୍ୱାସ ଆମେ ଦେଖିଥିଲୁ, ସେ ବିଶ୍ୱାସ ଆଜି ଫଳପ୍ରଦ। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା । ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କ ଜୀବନର ଏକାଧିକ ଦିଗରୁ ଉନ୍ନତ କରିବାର ଲକ୍ଷ୍ୟ ରଖିଛନ୍ତି ଏବଂ  ଏହା ସେମାନଙ୍କ ସାମାଜିକ ଅବସ୍ଥାକୁ ମଜବୁତ କରିବା, ସଫଳତା ପାଇଁ ସାଧନ ଓ ସୁଯୋଗ ଆଦି ଯୋଗାଇବା ଦିଗରେ ସରକାରଙ୍କ ଦୃଢ ସଂକଳ୍ପକୁ  ପ୍ରତିପାଦନ କରୁଅଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏହି ଅବସରରେ କହିଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟମନ୍ତ୍ରୀଙ୍କ ହାତରେ ସୁଭଦ୍ରା ରାକ୍ଷୀ ବାନ୍ଧିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଷ୍ଟିଲ ମନ୍ତ୍ରୀ ବିଭୂତି ଭୂଷଣ ନାୟକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି, ବିଧାୟକ ରଘୁରାମ ମାଛ, ନରସିଂହ ମାଡକାମୀ, ଗୌରୀ ଶଙ୍କର ମାଝୀ, ମହିଳା ଓ ଶିଶୁ ବିକାଶ ବିଭାଗ, ପ୍ରମୁଖ ଶାସନ ସଚିବ, ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଓ ଜିଲ୍ଲାପାଳ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିଲେ।

କାର୍ଯ୍ୟକ୍ରମରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଟପାଡ଼ ବିଧାୟକ ରୁପୁ ଭତ୍ରା ଧନ୍ୟବାଦ ଦେଇଥିଲେ।

Previous Post

ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

Next Post

ମୋ ଝିଅକୁ ମାରିଦେଲେ: ନର୍ସ ଶୁଭସ୍ମିତାଙ୍କ ମା

Next Post
ମୋ ଝିଅକୁ ମାରିଦେଲେ: ନର୍ସ ଶୁଭସ୍ମିତାଙ୍କ ମା

ମୋ ଝିଅକୁ ମାରିଦେଲେ: ନର୍ସ ଶୁଭସ୍ମିତାଙ୍କ ମା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA