Saturday, May 9, 2026 09:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ

ଶିଶୁ ମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା

by Our Correspondent
12 Nov, 2025- 06:13 PM
in Latest News, News
1 min read
0
ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ଓ କହିଛନ୍ତି ଯେ ସୁରଭି କେବଳ ଶିଶୁ ପ୍ରତିଭାର ବିକାଶ ପାଇଁ ଏକ ଉତ୍ସବ ନୁହେଁ — ଏହା ପ୍ରତ୍ୟେକ ଶିଶୁମାନଙ୍କ ସ୍ୱପ୍ନ, ସୃଜନଶୀଳତା, ଚିନ୍ତାଧାରା ଓ ପ୍ରତିଭା ବିକାଶର ମଂଚ। ବିଦ୍ୟାର୍ଥୀମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ‘ସୁରଭି’ ଏକ ଅଦ୍ବିତୀୟ ପ୍ଲାଟଫର୍ମ ସାଜିଛି।

ସୂଚନା ଯୋଗ୍ୟଯେ ଏହି ରାଜ୍ୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମରେ ୨୪୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଓ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ୧୦୦୦ରୁ ଉର୍ଦ୍ଧ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଛନ୍ତି । ଚଳିତ ବର୍ଷ ‘ସୁରଭି’ କାର୍ଯକ୍ରମରେ – “ନିପୁଣ ଓଡ଼ିଶା-ନିପୁଣ ଭାରତ” କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଥମ ରୁ ତୃତୀୟ ଶ୍ରେଣୀର ପିଲାମାନଙ୍କୁ ବିଦ୍ୟାଳୟ ଓ କ୍ଲଷ୍ଟର ସ୍ତରରେ ଭାଗନେବାର ସୁଯୋଗ ଦିଆଯାଇଛି ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ, ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ବିଭିନ୍ନ କାର୍ଯ୍ୟକ୍ରମର ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ଓ ଅତିଥି ମାନେ ବୁଲି ଦେଖିଥିଲେ। ଏଥି ସହିତ ଯୁକ୍ତ ଦୁଇ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା କଳାରେ ଦେବେନ୍ଦ୍ର ଖମାରିଆ, ବିଜ୍ଞାନରେ ସୁଶିଲ କୁମାର ନାୟକ, ବାଣିଜ୍ୟରେ ସ୍ବର୍ଣ୍ଣ ରେଖା ମନ୍ତ୍ରୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ସୁପ୍ରିୟା ସୁତାରଙ୍କୁ ମୁଖ୍ୟମନ୍ତ୍ରୀ ୨୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଏବଂ ମୁଖ୍ୟମନ୍ତ୍ରୀ ଭାଷା ବୃତ୍ତି ପାଇଁ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିବା ସହିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁ ମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା। ବିଗତ ମାସେ ହେଲା ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ରାଜ୍ୟର ବିଭିନ୍ନ ଜିଲ୍ଲା ଓ ବ୍ଲକସ୍ତରର ପ୍ରତିଯୋଗିତାରୁ ବିଜୟୀ ହୋଇ ଆଜି ଆପଣମାନେ ଏହି ସ୍ଥାନରେ ପହଞ୍ଚିପାରିଛନ୍ତି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକାୟିତ ପ୍ରତିଭାର ଉନ୍ମେଷ କରାଇବାରେ ‘ସୁରଭି’ର ଯୋଗଦାନ ଅତ୍ୟନ୍ତ ଉଲ୍ଲେଖନୀୟ ।

ଆମ ସରକାର ପ୍ରାକ୍ ପ୍ରାଥମିକ ଶିକ୍ଷା ଠାରୁ ଆରମ୍ଭ କରି ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ଆମେ ପ୍ରୟାସ ଜାରି ରଖିଛନ୍ତି । ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟଠାରୁ ଆରମ୍ଭ କରି ପିଏମ-ଶ୍ରୀ ଯୋଜନା ପର୍ଯ୍ୟନ୍ତ ଆମେ କାର୍ଯ୍ୟକାରୀ କରିଛୁ । ରାଜ୍ୟରେ ଜାତୀୟ ଶିକ୍ଷା ନୀତି ୨୦୨୦ କୁ ବିଦ୍ୟାଳୟସ୍ତରରୁ ଆରମ୍ଭ କରି ବିଶ୍ଵବିଦ୍ୟାଳୟ ସ୍ତର ଯାଏଁ ସଫଳତାର ସହ କାର୍ଯ୍ୟକାରୀ କରିଛୁ। ଆମ ସରକାର ରାଜ୍ୟର ୪୫ହଜାର ବିଦ୍ୟାଳୟରେ ଶିଶୁ ବାଟିକା ଆରମ୍ଭ କରିଛନ୍ତି । ଛୋଟ ପିଲାମାନଙ୍କର ଯତ୍ନ ଏବଂ ପ୍ରାରମ୍ଭିକ ଶିକ୍ଷା ପାଇଁ ଶିଶୁ ସେବିକାଙ୍କୁ ନିଯୁକ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଥିଲେ ଯେ ରାଜ୍ୟ ସରକାର ଶିକ୍ଷାକୁ ଅତ୍ୟନ୍ତ ଗୁରୁତର ସହିତ ନେଇଛନ୍ତି। ଚଳିତ ବଜେଟରେ ଆମ ସରକାର ରେକର୍ଡ ୪୧ ହଜାର ୨୭୩ କୋଟି ଟଙ୍କା ପ୍ରାବଧାନ କରିଛନ୍ତି । ଆପଣ ଜାଣି ଖୁସି ହେବେ ଯେ ଚଳିତ ବଜେଟର ୧୪.୨ ପ୍ରତିଶତ ଅର୍ଥାତ୍ ରାଜ୍ୟ ଜିଡ଼ିପିର ୩.୯ ପ୍ରତିଶତ ଅର୍ଥ କେବଳ ଶିକ୍ଷା କ୍ଷେତ୍ରରେ ଖର୍ଚ୍ଚ ହେଉଛି, ଯାହାକି ଦେଶରେ ଅଳ୍ପ କିଛି ରାଜ୍ୟ କରିବାରେ ସମର୍ଥ ହୋଇଛନ୍ତି। ଓଡିଶାରେ ମଧ୍ୟ ସବୁ ବିଭାଗରୁ ଶିକ୍ଷା ବିଭାଗରେ ଖର୍ଚ୍ଚ ସବୁଠାରୁ ଅଧିକ, ଏଥିରୁ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଖର୍ଚ୍ଚ ହେଉଛି ସିଙ୍ଘଭାଗ। ଆପଣମାନେ ଜାଣିପାରୁଥିବେ ଶିକ୍ଷାପ୍ରତି ସରକାରଙ୍କ ଆନ୍ତରିକତା।

‘ସୁରଭି’ କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରତିବର୍ଷ ବିଦ୍ୟାର୍ଥୀମାନଙ୍କ ପ୍ରତିଭା ଲୋକଲୋଚନକୁ ଆଣିବାକୁ ପ୍ରୟାସ ଜାରି ରଖିଛି । ବିଦ୍ୟାର୍ଥୀମାନଙ୍କ ଭିତରେ ଅସଂଖ୍ୟ ସମ୍ଭାବନା ଏବଂ ଗୁଣାବଳୀ ଲୁଚି ରହିଛି । ସେମାନେ ନିଜ ଭିତର ଲୁକ୍କାୟିତ ଗୁଣାବଳୀ ଏବଂ ଦକ୍ଷତାକୁ ଚିହ୍ନଟ କରନ୍ତୁ । ବଡ଼ ସ୍ୱପ୍ନ ଦେଖିବା ପାଇଁ କେବେ ବି ଦ୍ୱିଧା ପ୍ରକାଶ କରନ୍ତୁ ନାହିଁ । କଠିନ ପରିଶ୍ରମ ଏବଂ ନିଷ୍ଠା ବଳରେ ସେମାନେ ପ୍ରତ୍ୟେକ ଲକ୍ଷ୍ୟକୁ ହାସଲ କରିପାରିବେ । ଦେଶ ନିର୍ମାଣରେ ବିଦ୍ୟାର୍ଥୀମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତେଣୁ ବିଦ୍ୟାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା ଏବଂ ଉତ୍ତମ ସ୍ବାସ୍ଥ୍ୟ ବ୍ୟବସ୍ଥା ଯୋଗାଇ ଦେବା ପାଇଁ ଆମ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ସୁରଭି ଏକ ସୁନ୍ଦର ଏବଂ ନିଆରା ମଞ୍ଚ, ଯାହା ମାଧ୍ୟମରେ ସେମାନଙ୍କୁ କଳା, ପ୍ରତିଭା ଏବଂ ସୃଜନଶୀଳତା ଉପସ୍ଥାପନ କରିବାର ସୁଯୋଗ ମିଳୁଛି। ଏହି ମହୋତ୍ସବ ମାଧ୍ୟମରେ ଆମେ ମଧ୍ୟ ସେମାନଙ୍କ ଲୁକ୍କାୟିତ ପ୍ରତିଭା ଦେଖିବାର ସୁଯୋଗ ପାଇଛୁ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ, ଉଚ୍ଚଶିକ୍ଷା ଭଳି ବିଭିନ୍ନ ସ୍ତର ରହିଛି ଏବଂ ଏହି ସମସ୍ତେ ପରସ୍ପରର ପରିପୂରକ । ତେଣୁ ସବୁ ସ୍ତରର ବିକାଶ ହୋଇପାରିଲେ ହିଁ ଆମ ରାଜ୍ୟର ଶିକ୍ଷା କ୍ଷେତ୍ରର ବିକାଶ ସମ୍ଭବ ହୋଇପାରିବ । । ଶିଶୁମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ସହ ସେସବୁ ସାମ୍ନାକୁ ଆସିବା ଉଚିତ । ଏହାଦ୍ୱାରା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି ହୋଇପାରିବ । ସୃଜନଶୀଳତା ଓ ବୌଦ୍ଧିକ ଗୁଣର ପରିପ୍ରକାଶ କ୍ଷେତ୍ରରେ ସୁରଭି ଭଳି ଶିଶୁ ମହୋତ୍ସବ ଭଳି କାର୍ଯ୍ୟକ୍ରମ ନିଶ୍ଚିତ ଭାବେ ସହାୟକ ହୋଇପାରିଛି ।

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, ମଡ଼େଲ ୟୁନାଇଟେଡ୍ ନେସନ୍ ପାଭିଲିୟନ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି।

କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ବିଶିଷ୍ଟ ଅତିଥି ଭାବେ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ଼ ଏନ୍. ତିରୁମାଲା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ଅନନ୍ୟା ଦାସ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ର ନିର୍ଦ୍ଦେଶକ ବୀରେନ୍ଦ୍ର କର୍କରା, ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀମତୀ ନିୟତୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନା ଯୋଗ୍ୟ ଯେ, ନଭେମ୍ବର ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ଅର୍ଜନ କରିଥିବା ପ୍ରାୟ ୨୦୦୦ ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀମାନେ ଏହି ମହୋତ୍ସବରେ ଅଂଶଗ୍ରହଣ କରିବେ। ସ୍କୁଲ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବୃଦ୍ଧିର ପାଇଁ ରାଜ୍ୟ ସରକାର ଶିଶୁ ମହୋତ୍ସବ ‘ସୁରଭି’ର ଆୟୋଜନ କରୁଛନ୍ତି। ଏହା ସ୍କୁଲ, ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରରେ ଆୟୋଜନ ହେଉଛି। ବ୍ଲକସ୍ତରରୁ ପର୍ଯ୍ୟାୟକ୍ରମେ କୃତୀ ପ୍ରତିଭାବାନ୍‌ ଛାତ୍ରଛାତ୍ରୀ ରାଜ୍ୟସ୍ତରରେ ପହଞ୍ଚୁଛନ୍ତି।

Previous Post

ଭାରତ-ଦକ୍ଷିଣ ଆଫ୍ରିକା T-20 ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା

Next Post

ଜମିଜମା ରେକର୍ଡର ସଂଶୋଧନ ପାଇଁ ତହସିଲଦାରଙ୍କୁ କ୍ଷମତା ପ୍ରଦାନ

Next Post
ଜମିଜମା ରେକର୍ଡର ସଂଶୋଧନ ପାଇଁ ତହସିଲଦାରଙ୍କୁ କ୍ଷମତା ପ୍ରଦାନ

ଜମିଜମା ରେକର୍ଡର ସଂଶୋଧନ ପାଇଁ ତହସିଲଦାରଙ୍କୁ କ୍ଷମତା ପ୍ରଦାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA