Tuesday, May 19, 2026 11:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡିଶାରେ ଜଳ ପରିଚାଳନାରେ ନୂତନ ଅଧ୍ୟାୟ

ଜଳ ଜୀବନ ମିଶନ ୨.୦ ପାଇଁ ଏମଓୟୁ

by Our Correspondent
24 Mar, 2026- 09:08 PM
in Latest News, News
1 min read
0
ଓଡିଶାରେ ଜଳ ପରିଚାଳନାରେ ନୂତନ ଅଧ୍ୟାୟ

ଭୁବନେଶ୍ୱର: ଓଡିଶାରେ ଜଳ ଜୀବନ ମିଶନ ୨.୦ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ ଏମଓୟୁ ସ୍ଵାକ୍ଷର ହୋଇଛି । ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନୂଆଦିଲ୍ଲୀରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର୍ ପାଟିଲ ଏବଂ ରାଷ୍ଟ୍ରମନ୍ତ୍ରୀ ବି. ସୋମନ୍ନା ଉପସ୍ଥିତ ଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ପାଇଁ ଜଳ ଜୀବନ ମିଶନ ଆରମ୍ଭ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ, ଜଳ ଜୀବନ ମିଶନ ୨.୦ ଅନୁଯାୟୀ ରାଜ୍ୟ ସରକାର ଏକ ସ୍ପଷ୍ଟ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଜନସାଧାରଣଙ୍କ ଭାଗୀଦାରି, ଆର୍ଥିକ ସ୍ଥିରତା ଓ ସଠିକ୍ ରକ୍ଷଣାବେକ୍ଷଣ ଉପରେ ଜୋର ଦିଆଯାଉଛି। ସୁଜଳମ୍ ଭାରତ ପ୍ଲାଟଫର୍ମ ମାଧ୍ୟମରେ ପ୍ରାୟ ୫,୦୦୦ ଗ୍ରାମୀଣ ପାଇପ୍ ଜଳ ଯୋଜନାର ଓଊ ପ୍ରସ୍ତୁତ କରାଯାଇଛି ଓ ସମସ୍ତ ଯୋଜନାର ବିତ୍ତୀୟ ସମନ୍ୱୟ ସମ୍ପନ୍ନ ହୋଇଛି। ଓଡିଶାରେ ପ୍ରତ୍ୟେକ ବ୍ୟକ୍ତି ପାଇଁ ଦିନକୁ ୭୦ ଲିଟର ପାନୀୟ ଜଳ ବ୍ୟବସ୍ଥା କରାଯାଇଥିବା ବେଳେ, ଏହି ମିଶନରେ ରାଜ୍ୟ ସରକାର ପ୍ରାୟ ୪୦ ପ୍ରତିଶତ ଅର୍ଥ ଖର୍ଚ୍ଚ କରୁଛନ୍ତି। ବସୁଧା ହେଲ୍ପଲାଇନ୍, ହ୍ୱାଟ୍ସଆପ୍ ସେବା ଓ ଡିଜିଟାଲ୍ ଗ୍ରୀଭାନ୍ସ ପ୍ଲାଟଫର୍ମ ମାଧ୍ୟମରେ ସିଟିଜେନ୍-ସେଣ୍ଟ୍ରିକ୍ ସେବାକୁ ଶକ୍ତିଶାଳୀ କରାଯାଇଛି।

ଏହି ଅବସରରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ପାଟିଲ କହିଥିଲେ ଯେ ୨୦୨୪ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନା ୨୦୨୬-୨୦୨୮ ପର୍ଯ୍ୟନ୍ତ ଜଳ ଜୀବନ ମିଶନ ୨.୦ ମାଧ୍ୟମରେ ସମ୍ପ୍ରସାରିତ କରାଗଲା। ଏହି ମିଶନ ମହିଳାଙ୍କ ଜୀବନରେ ସୁଧାର ଆଣିବ। ଓଡ଼ିଶାରେ ଯେଉଁଠାରେ ପାଣିର ଅଭାବ ରହିଛି ସେଠାରେ ପାଣିର ଉପଲବ୍ଧତାକୁ ସୁନିଶ୍ଚିତ କରିବା ଏହି ମିଶନ ।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, କେନ୍ଦ୍ର ପାନୀୟ ଜଳ ଓ ସ୍ୱଚ୍ଛତା ବିଭାଗ ସଚିବ ଅଶୋକ ମୀନା ,ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର-ତଥା -ସଚିବ ଗିରିଶ ଏସ୍.ଏନ୍ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ଶତପଥୀଙ୍କ ସୁରକ୍ଷା ପାଇଁ ଚାଲ୍!

Next Post

ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ ୨.୦ ର ଶହେ ଦିନିଆ କ୍ୟାମ୍ପେନ୍‌ର ଶୁଭାରମ୍ଭ

Next Post
ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ ୨.୦ ର ଶହେ ଦିନିଆ କ୍ୟାମ୍ପେନ୍‌ର ଶୁଭାରମ୍ଭ

ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ ୨.୦ ର ଶହେ ଦିନିଆ କ୍ୟାମ୍ପେନ୍‌ର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA