Thursday, May 21, 2026 10:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଖର୍ଚ୍ଚକାଟ; ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ

by Our Correspondent
21 May, 2026- 10:53 PM
in Latest News, News
1 min read
0
ଖର୍ଚ୍ଚକାଟ; ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ

ଭୁବନେଶ୍ୱର: ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ତାଙ୍କ କାର୍‌କେଡ୍‌’ର ଗାଡ଼ିସଂଖ୍ୟା ଅଧା କରିଥିବା ବେଳେ ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ କମ୍ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ବିହିତ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି ।

୧- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ସରକାରୀ ସ୍ତରର ବିଭିନ୍ନ ବୈଠକ, ସମୀକ୍ଷା, ପ୍ରଶିକ୍ଷଣ, କର୍ମଶାଳା ଆଦି ଅତି ଆବଶ୍ୟକ ନ ହେଲେ ଭର୍ଚୁଆଲ ମୋଡ୍‌ରେ କରାଯିବ । ଯେଉଁଠି ପ୍ରତ୍ୟକ୍ଷ ଉପସ୍ଥିତିର ଆବଶ୍ୟକତା ଥିବ, ସେ ସ୍ଥଳରେ ଯେଉଁ ଅଧିକାରୀ ଓ କର୍ମଚାରୀମାନଙ୍କ ପ୍ରତ୍ୟକ୍ଷ ଉପସ୍ଥିତି ଆବଶ୍ୟକ ଥିବ, ସେମାନେ ପ୍ରତ୍ୟକ୍ଷ ଭାବେ ବୈଠକରେ ଯୋଗ ଦେଇପାରିବେ ଏବଂ ଅନ୍ୟମାନେ ଭର୍ଚୁଆଲ ମୋଡ୍‌ରେ ଯୋଗ ଦେବେ ।

୨- ସେହିଭଳି, ୧ ଜୁନ୍ ୨୦୨୬ ଠାରୁ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଯେତେ ନୂଆ ଦୁଇ ଚକିଆ ଓ ଚାରି ଚକିଆ ଯାନ କିଣାଯିବ, ସେଗୁଡ଼ିକ ବୈଦ୍ୟୁତିକ ଯାନ (EV) ହୋଇଥିବା ବାଧ୍ୟତାମୂଳକ । ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ କିମ୍ୱା ଡିଜେଲ ଯାନ କିଣିବାକୁ ଅନୁମତି ଦିଆଯିବ । ସେହିଭଳି, ଜୁନ୍ ପହିଲାରୁ ସରକାରୀ କାର୍ଯ୍ୟାଳୟରେ ଭଡ଼ା ସୂତ୍ରରେ ନିଆଯାଉଥିବା ସରକାରୀ ଚାରିଚକିଆ ଯାନ EV ହେବା ବାଧ୍ୟତାମୂଳକ କରାଯିବ ।

୩- ବ୍ୟକ୍ତିଗତ ସରକାରୀ ବ୍ୟବହାର ପାଇଁ ସରକାରୀ ଯାନ ପାଇଥିବା ବରିଷ୍ଠ ଅଧିକାରୀମାନେ ନିଜ ନିଜ ମଧ୍ୟରେ କାରପୁଲିଂ କରିବେ, ଅର୍ଥାତ୍ ଯିବା ଆସିବା ପାଇଁ କେବଳ ଗୋଟିଏ ଗାଡ଼ି ବ୍ୟବହାର କରିବେ । ସରକାରୀ ଯାନ ବ୍ୟବହାର ପାଇଁ ରାଶିର ପରିମାଣ ମଧ୍ୟ ତଦନୁଯାୟୀ ଅଧା କରାଯିବ ।

୪- କେଉଁ ପାହ୍ୟାର ବରିଷ୍ଠ ଅଧିକାରୀମାନେ ବ୍ୟକ୍ତିଗତ ଭାବେ ସରକାରୀ ଗାଡ଼ି ବ୍ୟବହାର କରିପାରିବେ, ସେଥିପାଇଁ ଅର୍ଥବିଭାଗ ୧୫ ଦିନ ମଧ୍ୟରେ ଏକ ମାର୍ଗଦର୍ଶିକା ଜାରୀ କରିବ ।

୫- ଦୂରସ୍ଥାନକୁ ପରିଦର୍ଶନରେ ଗଲାବେଳେ ଅଧିକାରୀ ଓ କର୍ମଚାରୀମାନେ ବସ୍ କିମ୍ୱା ରେଳଯାତ୍ରା କରିବେ ।

୬- ଯେଉଁ ଅଧିକାରୀମାନଙ୍କ ନିଜସ୍ୱ ବୈଦ୍ୟୁତିକ ଗାଡ଼ି ରହିଛି, ସେମାନେ ସରକାରୀ କାର୍ଯ୍ୟରେ କିଭଳି ଏହାକୁ ବ୍ୟବହାର କରିପାରିବେ, ସେ ସମ୍ପର୍କରେ ଅର୍ଥବିଭାଗ ପକ୍ଷରୁ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି ।

୭- ବହୁଳମାତ୍ରାରେ ସରକାରୀ କର୍ମଚାରୀ ରହୁଥିବା ସ୍ଥାନରୁ କର୍ମଚାରୀମାନଙ୍କ ଯିବା ଆସିବା ପାଇଁ ବୈଦ୍ୟୁତିକ ବସ୍ କିମ୍ୱା ମିନିବସ୍ ସେବା ଯୋଗାଇ ଦିଆଯିବ ।

୮- ସରକାରୀ ଯାନ’ର ଚଳପ୍ରଚଳ ବାବଦକୁ ମାସିକ ପେଟ୍ରୋଲ ଓ ଡିଜେଲ ବ୍ୟବହାର ପରିମାଣ ଯେପରି ଅତିକମ୍‌ରେ ୧୦ ପ୍ରତିଶତ କମିବ, ସେ ଦିଗରେ ସମସ୍ତ କାର୍ଯ୍ୟାଳୟ ସୁଚିନ୍ତିତ ପଦକ୍ଷେପ ନେବେ ।

ଏହି ନିର୍ଦ୍ଦେଶାବଳୀ, ରାଜ୍ୟ ସଚିବାଳୟ ଠାରୁ ଆରମ୍ଭ କରି ସମସ୍ତ ସରକାରୀ ବିଭାଗର ଉପଖଣ୍ଡ, ତହସିଲ, ବ୍ଲକ୍‌ସ୍ତର ସହିତ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଉଦ୍ୟୋଗ, ସଂସ୍ଥା, ବିଶ୍ୱବିଦ୍ୟାଳୟ, ସମିତି ମାନଙ୍କରେ କଡ଼ାକଡ଼ି ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

ଅମିତାଭ: ଫସିଲେ ନା ଫସାଗଲା??

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA