ଭୁୁବନେଶ୍ୱର): ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଚିନ୍ତାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରିସ୍ଥିତିରେ କିଭଳି ଉନ୍ନତି ଆସିବ ସେଥିଲାଗି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା ଏବଂ ଡିଜି ୱାଇ.ବି ଖୁରାନିଆଙ୍କ ସହିତ ପୁଣି ଥରେ ଆଲୋଚନା କରିଛନ୍ତି ।
ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ମୁଖ୍ୟମନ୍ତ୍ରୀ ଖାରବେଳ ଭବନରେ ଅଫିସ କାର୍ଯ୍ୟ କରିଥିଲେ । ଆଇନ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ବୈଠକରେ ପୁଲିସ ପ୍ରଶାସନକୁ କେତେକ ବାସ୍ତବବାଦୀ ପରାମର୍ଶ ଦେଇଥିଲେ । ସେହି ନିର୍ଦ୍ଦେଶ ଗୁଡ଼ିକର ଅନୁପାଳନ ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ଶର୍ମା ଏବଂ ଶ୍ରୀ ଖୁରାନିଆଙ୍କ ସହିତ ଆଲୋଚନା କରିଥିଲେ । ରାଜ୍ୟର ବିକାଶ ପାଇଁ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ହେବା ଦରକାର । ତେଣୁ ପୁଲିସ ପ୍ରଶାସନ ଦକ୍ଷତା ଓ ସତର୍କତାର ସହ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ରାଜ୍ୟ ସରକାର ଦୁଇବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ସରକାରଙ୍କ ପ୍ରତିଶ୍ରୁତି ପାଳନ, ଯୋଜନାର କ୍ରିୟାନ୍ୱୟନ, ଶିଳ୍ପାୟନ ପ୍ରକ୍ରିୟା, ନିଯୁକ୍ତି ସୁଯୋଗ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମଧ୍ୟ ଅନ୍ୟ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ।
ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ଉପସ୍ଥିତ ଥିଲେ ।