Saturday, July 11, 2026 01:42 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରଥଯାତ୍ରା ପ୍ରସ୍ତୁତିର ପୁଣି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

୧୯ ବରିଷ୍ଠ ଆଇପିଏସ୍ ଙ୍କୁ ତଦାରଖ ଦାୟିତ୍ୱ

by Our Correspondent
10 Jul, 2026- 06:41 PM
in Latest News, News
1 min read
0
ରଥଯାତ୍ରା ପ୍ରସ୍ତୁତିର ପୁଣି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର: ଗତବର୍ଷ ରଥଯାତ୍ରାରେ ଯାବତୀୟ ବିଭ୍ରାଟ ଘଟିଥିବାରୁ ଏଥର ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବରେ ସଜାଗ ହୋଇଛନ୍ତି । ବିଭ୍ରାଟର ପୁନରାବୃତ୍ତି ନ ହେବା ପାଇଁ ଜୋରଦାର ଚେଷ୍ଟା ଚଳାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ୬ ତାରିଖରେ ପୁରୀରେ ସମୀକ୍ଷା ବୈଠକ କରିଥିଲେ । ଆଜି ଆଉ ଥରେ ଲୋକସେବା ଭବନରେ ଆୟୋଜିତ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ସହଯୋଗ, ସମନ୍ୱୟ ଓ ନିରନ୍ତର ଯୋଗାଯୋଗ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ନୀତିକାନ୍ତିରେ ସମୟାନୁବର୍ତ୍ତିତା, ରଥ ଓ ଯାତ୍ରୀଙ୍କ ସୁରକ୍ଷା ତଥା ଭିଡ଼ ନିୟନ୍ତ୍ରଣ ଉପରେ ବିଶେଷ ଦୃଷ୍ଟି ଦେଇଛନ୍ତି ।

କର୍ଡନ ପରିଚାଳନା, ମହିଳାମାନଙ୍କ ସୁରକ୍ଷା, ସନ୍ଦିଗ୍ଧ ଓ ନିଶା ସେବନକାରୀଙ୍କ ଉପରେ ନଜର, ଟ୍ରାଫିକ ବ୍ୟବସ୍ଥା, ଖାଦ୍ୟ ଓ ପାନୀୟ ଜଳର ମାନ ଯାଞ୍ଚ, ଜରୁରୀକାଳୀନ ଇଭାକ୍ୟୁସନ, ପାଣିପାଗକୁ ଦେଖି ଉପଯୁକ୍ତ ପଦକ୍ଷେପ ଆଦି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରି ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ଫୁଲ୍-ପ୍ରୁଫ୍ କରିବା ପାଇଁ ପରାମର୍ଶ ଦେଇଥିଲେ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ସୁରକ୍ଷା ବ୍ୟବସ୍ଥା ପାଇଁ ୧୨ ହଜାର ପୋଲିସ ତଥା ସିଏପିଏଫ୍ କର୍ମଚାରୀ ମୁତୟନ କରାଯାଇଛି। ଏହାସହିତ କୋଷ୍ଟ ଗାର୍ଡ ଓ ଇଣ୍ଡିଆନ୍ ନେଭି ମଧ୍ୟ ସଜାଗ ଅଛନ୍ତି। ରଥଯାତ୍ରା ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନିୟୋଜନ କରାଯାଇଛି। ସେହିପରି ୪୭୩ ସିସିଟିଭି କ୍ୟାମେରା ସହିତ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ଜରୁରୀ ସୂଚନା ପ୍ରଦାନ କରିବା ପାଇଁ ୬୫ଟି ବଡ ଏଲଇଡି ସ୍କ୍ରିନ୍ ର ବ୍ୟବସ୍ଥା କରାଯାଇଛି। ଓଡିଆ, ହିନ୍ଦୀ ଓ ଇଂରାଜୀରେ ଏଥିରେ ସୂଚନା ଦିଆଯିବ। ମୋବାଇଲ ନେଟୱାର୍କ ପାଇଁ ୧୬ଟି ସ୍ଥାୟୀ ଓ ଅନେକ ଅସ୍ଥାୟୀ ଟାୱାରର ବ୍ୟବସ୍ଥା କରାଯାଇଛି। ସୂଚନା ପ୍ରଦାନ ପାଇଁ ଏଥରକ ବଲକ୍ ମେସେଜିଂର ବ୍ୟବସ୍ଥା ମଧ୍ୟ କରାଯାଇଛି।

ଦିବ୍ୟାଙ୍ଗ ଓ ବୟୋଜ୍ୟେଷ୍ଠ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଗୁଣ୍ଡିଚା ମନ୍ଦିରରେ ଦର୍ଶନର ସୁବ୍ୟବସ୍ଥା ପାଇଁ ହେଲପ୍ ଡେସ୍କର ବ୍ୟବସ୍ଥା କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଭିଡ ନିୟନ୍ତ୍ରଣ ପାଇଁ ଅନେକ ଇଭାକୁସେନ୍ କରିଡରର ବ୍ୟବସ୍ଥା କରାଯାଇଛି। ସମସ୍ତ ସୁରକ୍ଷା କାର୍ଯ୍ୟର ନିୟନ୍ତ୍ରଣ ପାଇଁ ସମନ୍ୱିତ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର କରାଯାଇଛି।

ରଥଯାତ୍ରାର ପ୍ରତ୍ୟେକ ଟିକ୍‌ନିଖି କାର୍ଯ୍ୟ ପାଇଁ ଜଣେ ଜଣେ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ପାର୍କିଙ୍ଗ୍, ବଡଦାଣ୍ଡରେ ହାଇମାକ୍ସ ଲାଇଟର ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରା ପାଇଁ ସ୍ୱତନ୍ତ୍ର ଭାବେ ୧୭୦୦ଟି ବାୟୋ-ଟଏଲେଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ୫ଟି ଟଏଲେଟକୁ ପରିସ୍କାର ପରିଚ୍ଛନ୍ନ କରିବା ପାଇଁ ଜଣେ ଜଣେ ସ୍ୱେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ୮ଟି ଅସ୍ଥାୟୀ ହସ୍ପିଟାଲ ମଧ୍ୟ କରାଯାଇଛି।

ଚଳିତ ବର୍ଷ ରଥଯାତ୍ରାରେ ପୁରୀକୁ ପ୍ରାୟ ୩୦୦ରୁ ଅଧିକ ଟ୍ରେନ ଚଳାଚଳ କରିବ। ତେଣୁ ଟ୍ରେନର ସମୟ ଅନୁଯାୟୀ ଭକ୍ତ ମାନଙ୍କ ଆଗମନକୁ ଦେଖି ଯାତ୍ରୀମାନଙ୍କୁ ଉପଯୁକ୍ତ ସୂଚନା ପ୍ରଦାନ କରିବା, ଭିଡ ନିୟନ୍ତ୍ରଣ ସହିତ ଅନ୍ୟାନ୍ୟ ବ୍ୟବସ୍ଥାକୁ ସଠିକ ରୂପେ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ସମସ୍ତ ବ୍ୟବସ୍ଥାର ସମ୍ପୂର୍ଣ୍ଣ ବିବରଣୀ ଉପସ୍ଥାପନ କରିଥିଲେ।

ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂହ, ଗୃହ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଡ. ସୁଧାଂଶୁ ଷଡଙ୍ଗୀ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଶୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଏବଂ ବିଭିନ୍ନ ବିଭାଗର ସଚିବ ଓ ପୋଲିସ ଉଚ୍ଚ ପଦାଧିକାରୀ ଏବଂ ପୁରୀ ଜିଲ୍ଲାପାଳ ଓ ଏସ୍.ପି ଉପସ୍ଥିତ ଥିଲେ।

Previous Post

ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣେନ୍ଦୁ ପଟ୍ଟନାୟକଙ୍କ ପରଲୋକ

Next Post

ଏତଲା ଦେଲା ବିଜେଡି

Next Post
ଏତଲା ଦେଲା ବିଜେଡି

ଏତଲା ଦେଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA