Tuesday, November 3, 2026 11:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି

ସୋଆରେ ଶୋକସଭା

by Our Correspondent
03 Nov, 2026- 07:09 PM
in Latest News, News
1 min read
0
ପଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପଦ୍ମଶ୍ରୀ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ମଙ୍ଗଳବାର ଦିନ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ପରିସରରେ ଆୟୋଜିତ ଦୁଇଟି ପୃଥକ୍ ଶୋକସଭାରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସୋମବାର ନୂଆଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା ।

ପ୍ରଫେସର (ଡାକ୍ତର) ମହାପାତ୍ର ୨୦୨୦ରୁ ୨୦୨୨ ପର୍ଯ୍ୟନ୍ତ ଦୁଇ ବର୍ଷ ଧରି ସୋଆର କୁଳପତି ଭାବେ କାର୍ଯ୍ୟ କରିଥିଲେ । ଏହାପରେ ସେ ବିଶ୍ୱବିଦ୍ୟାଳୟର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ଭାବେ ମାଗଦର୍ଶର୍ନ ଜାରି ରଖିଥିଲେ । ସେ କିଛି ଦିନ ହେବ ମସ୍ତିଷ୍କ କର୍କଟ ରୋଗରେ ପୀଡ଼ିତ ଥିଲେ ।

ସ୍ନାୟୁଶଲ୍ୟ ଚିକିତ୍ସା କ୍ଷେତ୍ରରେ ଜଣେ ପ୍ରଖ୍ୟାତ ବିଶେଷଜ୍ଞ ଭାବେ ସେ ଦୀର୍ଘବର୍ଷ ଧରି ନୂଆଦିଲ୍ଲୀ ଏମ୍ସର ସ୍ନାୟୁଶଲ୍ୟ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ । ଏଥିସହ ସେ ଭୁବନେଶ୍ୱର ଏମ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଏବଂ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ସ୍ନାତକୋତର ଚିକିତ୍ସା ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ।

ସୋଆରେ ଆୟୋଜିତ ଶୋକସଭାରେ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ପ୍ରଫେସର ମହାପାତ୍ରଙ୍କ ସହ ବିଶ୍ୱବିଦ୍ୟାଳୟର ଦୀର୍ଘଦିନର ସଂପର୍କ ଏବଂ ଚିକିତ୍ସା ବିଜ୍ଞାନ ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ତାଙ୍କର ଅମୂଲ୍ୟ ଅବଦାନକୁ ସ୍ମରଣ କରିଥିଲେ । ସୋଆର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ତାଙ୍କର ଉଦ୍ୟମ ଓ ଉତ୍କର୍ଷ ପ୍ରତି ନିଷ୍ଠାକୁ ସେ ଉଲ୍ଲେଖ କରିଥିଲେ ।

ଏହି ଶୋକସଭାରେ ସୋଆର ଆନ୍ତର୍ଜାତିକ ପରାମର୍ଶଦାତା ବୋର୍ଡର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ, ଉପକୁଳପତି ପ୍ରଫେସର (ଡାକ୍ତର) ନୀତା ମହାନ୍ତି, ପ୍ରଫେସର (ଡାକ୍ତର) ପ୍ରସେନଜିତ ମହାନ୍ତି, ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର ଓ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଓ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ମଞ୍ଜୁଳା ଦାସଙ୍କ ସମେତ ବିଭିନ୍ନ ଅନୁଷ୍ଠାନର ଡିନ୍‌, ନିର୍ଦ୍ଦେଶକ, ଅଧ୍ୟାପକ, ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଦିବଂଗତ ଆତ୍ମାଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ସେହିପରି ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ମଧ୍ୟ ଏକ ପୃଥକ୍ ଶୋକସଭା ଆୟୋଜନ କରାଯାଇଥିଲା । ଅବସର ଗ୍ରହଣ ପରେ ମଧ୍ୟ ପ୍ରଫେସର ମହାପାତ୍ରଙ୍କର ଏହି ହସ୍ପିଟାଲ ସହ ଗଭୀର ସଂପର୍କ ରହିଥିଲା । ଏହି ଶୋକସଭାରେ ଉପସ୍ଥିତ ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ତାଙ୍କ ସହ ଥିବା ସ୍ମୃତିଚାରଣ କରିବା ସହ ହସ୍ପିଟାଲର ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ତାଙ୍କର ଅବଦାନକୁ ସ୍ମରଣ କରିଥିଲେ ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଏବଂ ମେଡିକାଲ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଶୋକସଭାରେ ଉପସ୍ଥିତ ସମସ୍ତଙ୍କ ସହ ଦିବଂଗତ ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ଶୋକସଭାରେ ଉପସ୍ଥିତ ବ୍ୟକ୍ତିବିଶେଷମାନେ ପ୍ରଫେସର ମହାପାତ୍ରଙ୍କ ସମୟାନୁବର୍ତିତା, ଆଧ୍ୟାତ୍ମିକ ଚିନ୍ତାଧାରା ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରାଚୀନ ଭାରତୀୟ ଜ୍ଞାନ ପରଂପରାର ଉପଯୋଗିତା ପ୍ରତି ତାଙ୍କର ଗଭୀର ଆଗ୍ରହକୁ ସ୍ମରଣ କରିଥିଲେ । ଜଣେ ବିଶିଷ୍ଟ ଚିକିତ୍ସକ, ଶିକ୍ଷାବିତ୍ ଓ ମାର୍ଗଦର୍ଶକ ଭାବେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ ।

Previous Post

ବଜାର ଦର ନିଆଁ ଧୂଆଁ – ହାଣ୍ଡିଶାଳରେ ହା..ହା..କାର!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA