Tuesday, November 10, 2026 12:24 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୬ରେ ଆସିବେ ଉପରାଷ୍ଟ୍ରପତି

by Our Correspondent
09 Nov, 2026- 09:16 PM
in Latest News
1 min read
0
୧୬ରେ ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ନଭେମ୍ବର ୧୬ରେ ଓଡ଼ିଶା ଗସ୍ତରେ ଆସିବେ । ଏହି ଅବସରରେ ସେ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଏକ ଦିବସୀୟ କାର୍ଯ୍ୟକ୍ରମରେ ତିନୋଟି ଅଧିବେଶନ ରହିବ । ଉଦଘାଟନୀ ଅଧିବେଶନରେ ରାଜ୍ୟପାଳ ବ୍ରଜମୋହନ ରାମ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।

ଏହି ଗସ୍ତ ଓ କାର୍ଯ୍ୟକ୍ରମ ସମ୍ପର୍କରେ ଆଜି ବିଧାନସଭା ସମ୍ମିଳନୀ କକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଓଡ଼ିଶା ବିଧାନସଭାରେ ମୋଟ ୩୫ଟି ସଂସଦୀୟ କମିଟି ରହିଛି । ସଂସଦୀୟ କମିଟି ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ କେରଳ ଓ ଓଡ଼ିଶା ଉଲ୍ଲେଖନୀୟ ଭାବେ କାର୍ଯ୍ୟ କରୁଛନ୍ତି । ଏହି ବ୍ୟବସ୍ଥାକୁ ଆହୁରି ସକ୍ରିୟ ଓ ଫଳପ୍ରଦ କରିବା ସହ ବିଧାୟକମାନଙ୍କ ଦକ୍ଷତା ବିକାଶ କରିବା ଏହି ଓରିଏଣ୍ଟେସନ୍ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

ବିଭିନ୍ନ ବିଭାଗର କାର୍ଯ୍ୟକାରିତା, ସରକାରୀ ଯୋଜନା ଓ ନିଷ୍ପତ୍ତିର ରୂପାୟନ ଏବଂ କାର୍ଯ୍ୟନିର୍ବାହୀ ବିଭାଗଗୁଡ଼ିକର କାର୍ଯ୍ୟଧାରା ଉପରେ ବିଧାୟକମାନେ କିପରି ପ୍ରଭାବଶାଳୀ ଭାବେ ନଜର ରଖିପାରିବେ, ସେ ସମ୍ପର୍କରେ ଆବଶ୍ୟକ ତାଲିମ ପ୍ରଦାନ କରାଯିବ ।

ବିଶେଷକରି ଆଗାମୀ ବଜେଟ୍ ଅଧିବେଶନକୁ ଦୃଷ୍ଟିରେ ରଖି ବଜେଟ୍ ଆଲୋଚନା, ବିଭିନ୍ନ ବିଭାଗକୁ ଆବଣ୍ଟିତ ଅର୍ଥର ପରିମାଣ, ବ୍ୟୟ ଓ ଅନୁଦାନର ଅନୁପାତ, ବଜେଟ୍ ଆକଳନ ଏବଂ କାର୍ଯ୍ୟନିର୍ବାହୀ ବିଭାଗର କାର୍ଯ୍ୟର ସମୀକ୍ଷା ଆଦି ବିଷୟରେ ବିଧାୟକମାନଙ୍କୁ ତାଲିମ ଦିଆଯିବ । ଏଥିସହ ବଜେଟ୍ ଉପସ୍ଥାପନାର ବିଭିନ୍ନ ଦିଗ ଏବଂ ବିଧାନସଭାରେ କିପରି ଅଧିକ ଫଳପ୍ରଦ, ତଥ୍ୟଭିତ୍ତିକ ଓ ଗଠନମୂଳକ ଆଲୋଚନା କରାଯାଇପାରିବ, ସେ ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ।

ଉପରାଷ୍ଟ୍ରପତିଙ୍କ ଏହି ଗସ୍ତ ଓ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ଅତ୍ୟନ୍ତ ଫଳପ୍ରଦ ହେବ ବୋଲି ଆଶା ପ୍ରକାଶ କରି ମନ୍ତ୍ରୀ କହିଛନ୍ତି ଯେ, ଏହା ଦ୍ୱାରା ବିଧାୟକମାନଙ୍କ ମଧ୍ୟରେ ଅଭିଜ୍ଞତା ଓ ଭାବର ଆଦାନପ୍ରଦାନ ହେବା ସହ ବିଧାନସଭାର କାର୍ଯ୍ୟଧାରା ଅଧିକ ସୁଦୃଢ଼ ଓ ଗୁଣାତ୍ମକ ହୋଇପାରିବ ।

Previous Post

ନବୀନଙ୍କ କ୍ରେଜ୍, ବିରୋଧୀ ଫିକା!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA