Monday, November 23, 2026 09:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ବନ୍ୟାଞ୍ଚଳ ପରିଦର୍ଶନ

ଚଳିତ ମାସ ଶେଷ ସୁଦ୍ଧା ସମସ୍ତ କ୍ଷତିଗ୍ରସ୍ତ ପାଇବେ ସହାୟତା

by Our Correspondent
23 Nov, 2026- 08:39 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ବନ୍ୟାଞ୍ଚଳ ପରିଦର୍ଶନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶମାର୍ଗରୁ ଗଞ୍ଜାମ ଜିଲ୍ଲାର ବାତ୍ୟା ଅକୱାନ ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମଧ୍ୟ ଗଞ୍ଜାମରେ ଉପସ୍ଥିତ ଥିଲେ।

ସେମାନେ ସଡକ ପଥରେ ପୁରୁଷୋତ୍ତମପୁର ବ୍ଲକ ଓ ଛତ୍ରପୁର ବ୍ଲକ ଅଞ୍ଚଳର କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବା ସହିତ କ୍ଷତିଗ୍ରସ୍ତ ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ। ପୁରୁଷୋତ୍ତମପୁର ବ୍ଲକର ହାଣ୍ଡିଘର ଏବଂ ଛତ୍ରପୁର ବ୍ଲକର ବଉଳ ଗାଁରେ କ୍ଷତିଗ୍ରସ୍ତ ଚାଷଜମି ଅନୁଧ୍ୟାନ କରିଥିଲେ ଏବଂ ଗ୍ରାମବାସୀଙ୍କ ସହିତ ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତି ଓ ସହାୟତା ବାବଦରେ ପଚାରି ବୁଝିଥିଲେ।

ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି, ପୁନରୁଦ୍ଧାର ଓ ସହାୟତା ସମ୍ପର୍କରେ ଜିଲ୍ଲା ପ୍ରଶାସନ ସହିତ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଥିଲେ। ଜିଲ୍ଲା ପ୍ରଶାସନକୁ କ୍ଷୟକ୍ଷତିର ଆକଳନ ତୁରନ୍ତ ସାରି ଚଳିତ ମାସ ଶେଷ ସୁଦ୍ଧା ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଞ୍ଜାମ ଜିଲ୍ଲାରେ ବାତ୍ୟା ଅର୍ଣ୍ଣବ ଓ ଅକୱାନ ଦ୍ୱାରା ଚାଷ ଜମି ଗୁଡିକ ବହୁଳ ଭାବେ କ୍ଷତିଗ୍ରସ୍ତ ହୋଇଛି। ଗଞ୍ଜାମ ଜିଲ୍ଲାରେ ଅର୍ଣ୍ଣବ ସମୟରେ ୨.୧୧ ଲକ୍ଷ ଏବଂ ଅକୱାନ ସମୟରେ ୧.୫୪ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଥିଲା। ରାଜ୍ୟ ସରକାର ଗଞ୍ଜାମ ଜିଲ୍ଲାର ସ୍ଥିତିକୁ ଗମ୍ଭୀରତାର ସହ ନେଇଛନ୍ତି। ପ୍ରଭାବିତ ପରିବାର ଗୁଡିକୁ ୫୦ କିଲୋଗ୍ରାମ ଚାଉଳ ସହିତ ୨୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଉଛି। ଜିଲ୍ଲାରେ ପ୍ରାୟ ୮୦ ପ୍ରତିଶତ ପରିବାରକୁ ଚାଉଳ ଏବଂ ୬୦ ପ୍ରତିଶତ ପରିବାରଙ୍କୁ ସହାୟତା ରାଶି ବଣ୍ଟନ କରାଯାଇ ସାରିଲାଣି।

ଏଥିସହିତ ୨୫୦୦ ପରିବାରଙ୍କୁ ଘରଭଙ୍ଗା ସହାୟତା ପ୍ରଦାନ କରାଯାଇସାରିଛି ଏବଂ ଏହି ପ୍ରକ୍ରିୟା ଜାରି ରହିଛି। ଏହା ସହିତ କ୍ଷତିଗ୍ରସ୍ତ ଚାଷୀଙ୍କୁ କୃଷି ଇନପୁଟ ସବସିଡି ପ୍ରଦାନ କରାଯାଉଛି। ଯେଉଁ ମାନଙ୍କର ରାସନ କାର୍ଡ ନାହିଁ, ସେମାନଙ୍କୁ ତୁରନ୍ତ ବ୍ଲକ ଅଫିସ ସହ ଯୋଗାଯୋଗ କରି ରାସନ କାର୍ଡ ପାଇଁ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଯେପରି ଜଣେ ବି କେହି କ୍ଷତିଗ୍ରସ୍ତ ଲୋକ ସହାୟତା ପାଇବାରୁ ବଞ୍ଚିତ ନହେବେ, ସେଥିପାଇଁ ଘରକୁ ଘର ବୁଲି ସର୍ଭେ କରିବା ପାଇଁ ମଧ୍ୟ ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପନିପରିବା ଚାଷୀ, ଛୋଟ ବ୍ୟବସାୟୀ, ଉଠା ଦୋକାନୀ, ସମସ୍ତଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ।

Previous Post

ତଦନ୍ତ ନିର୍ଦ୍ଦେଶ, ଫସିଗଲେ ମୁଖ୍ୟମନ୍ତ୍ରୀ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA