Friday, June 26, 2026 03:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ହାତ ପାହାନ୍ତାରେ ପହଞ୍ଚିଲା ବ୍ୟାଙ୍କ ସୁବିଧା

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ

by Our Correspondent
28 Nov, 2023- 09:03 PM
in Latest News, News
1 min read
0
ହାତ ପାହାନ୍ତାରେ ପହଞ୍ଚିଲା ବ୍ୟାଙ୍କ ସୁବିଧା

ଭୁବନେଶ୍ୱର: ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘ଆମ ବ୍ୟାଙ୍କ’ ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ୍ ସୁବିଧା ପାଇବେ । ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ ପଞ୍ଚାୟତକୁ ବ୍ୟାଙ୍କ ସୁବିଧା ପହଞ୍ଚିବ । ଆଜି ପ୍ରଥମ ପର୍ଯ୍ୟାୟରେ ୭୫୪ ଟି ପଞ୍ଚାୟତରେ ଆମ ବ୍ୟାଙ୍କ ସୁବିଧା ଆରମ୍ଭ ହେଲା । ଏହି ବ୍ୟାଙ୍କିଙ୍ଗ ମଡେଲ ସାରା ଦେଶ ପାଇଁ ରୋଲ୍ ମଡେଲ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି । ସେଗୁଡ଼ିକ ହେଲା- ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆ, ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ, ୟୁନିୟନ୍ ବ୍ୟାଙ୍କ ଅଫ ଇଣ୍ଡିଆ, ୟୁକୋ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦା । ଆମ ବ୍ୟାଙ୍କ ଯୋଜନାରେ ଏହି ବ୍ୟାଙ୍କଗୁଡ଼ିକ ଲୋକଙ୍କୁ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇଦେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟର ସମୁଦାୟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ୬୫ ପ୍ରତିଶତ ବା ୪୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ନାହିଁ । ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ବ୍ୟାଙ୍କ ସୁବିଧା ଏକ ଜରୁରୀ ଆବଶ୍ୟକତା ହୋଇଥିବାରୁ, ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ସମସ୍ତ ସୁବିଧା ପ୍ରଦାନ କରି ୬ ମାସ ମଧ୍ୟରେ ସବୁ ବ୍ୟାଙ୍କ ନ ଥିବା ପଞ୍ଚାୟତରେ Customer Service Point Plus ଯୋଜନା ଆରମ୍ଭ କରିଛନ୍ତି । ଏହା ‘ଆମ ବ୍ୟାଙ୍କ’ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ । ଏଥିପାଇଁ ରାଜ୍ୟ ସରକାର ଏହିସବୁ ପଞ୍ଚାୟତରେ ବ୍ୟାଙ୍କ ମାନଙ୍କୁ ଆସନ୍ତା ୫ ବର୍ଷ ପାଇଁ ଘର (Banking space), ବିଦ୍ୟୁତ ବ୍ୟବସ୍ଥା, ଇଣ୍ଟରନେଟ ଯୋଗାଯୋଗ ଏବଂ ଅନ୍ୟାନ୍ୟ ଆନୁସଂଗିକ ସୁବିଧା ଯୋଗାଇ ଦେବେ ।

ଏହି କାର୍ଯ୍ୟକ୍ରମକୁ ଅନ୍‌ଲାଇନ ଜରିଆରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଁ ଚାହେଁ ରାଜ୍ୟର ସବୁ ଲୋକ ଆର୍ଥିକ ଅନ୍ତର୍ଭୁକ୍ତିକରଣର ସୁବିଧା ପାଆନ୍ତୁ । ଜମିପଟ୍ଟା, ଆଧାର କାର୍ଡ, ଭୋଟର ଆଇଡି କାର୍ଡ ପରି ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଖୁବ ଜରୁରୀ । ଘର ପାଖରେ ବ୍ୟାଙ୍କ ସୁବିଧା ମିଳିଲେ, ଆମର କାଳିଆ, ମମତା, ମଧୁବାବୁ ପେନ୍‌ସନ ପରି ବିଭିନ୍ନ direct benefit transfer ତଥା ଛୋଟ ଛୋଟ ବ୍ୟବସାୟୀଙ୍କ ପାଇଁ ଋଣ ଆଦି ସୁବିଧା ଲୋକଙ୍କ ପାଖରେ ସିଧାସଳଖ ଓ ସୁବିଧାରେ ଉପଲବ୍‌ଧ ହୋଇପାରିବ । ଏହା ହିଁ ଆମ 5T ନୀତିର ମୁଖ୍ୟ ଲକ୍ଷ୍ୟ । ତେଣୁ ଆମ ବ୍ୟାଙ୍କ ଲୋକଙ୍କ ଅର୍ଥନୈତିକ ସଶକ୍ତିକରଣ ଦିଗରେ ଆଉ ଏକ ମାଇଲଷ୍ଟୋନ ହେବ ବୋଲି ଦୃଢୋକ୍ତି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଗାଁ ରେ ରହୁଥିବା ଲକ୍ଷ ଲକ୍ଷ ଲୋକ ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇପାରିବେ ।

ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହା ଆରମ୍ଭ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଭଳି ଯୋଜନା ଆରମ୍ଭ କରିବାରେ ଓଡିଶା ସାରା ଦେଶରେ ପ୍ରଥମ । ଏଥିପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଏହାସହିତ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମ ମାନଙ୍କୁ ବ୍ୟାଙ୍କ ସେବା ସେମାନଙ୍କ ଘରେ ହିଁ ଯୋଗାଇ ଦିଆଯିବ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲୋକଙ୍କ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବିନା କୌଣସି ଦେଶ ବା ରାଜ୍ୟ ସବୁ ବର୍ଗର ଲୋକଙ୍କ ପାଇଁ ବିକାଶ ଆଣିପାରିବ ନାହିଁ । ଆଜି ଆର୍ଥିକ କ୍ଷେତ୍ରରେ ଉନ୍ନତି, ସାମାଜିକ ବିକାଶ, ଡିଜିଟାଲ ରୂପାନ୍ତର, ଉତ୍ତମ ପ୍ରଶାସନିକ ବ୍ୟବସ୍ଥା ସବୁ କ୍ଷେତ୍ରରେ ଓଡିଶା ଏକ ରୋଲ ମଡେଲ ହୋଇପାରିଛି ।

ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଯୋଗୁ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ରୂପାନ୍ତର ଆଣିପାରିଛି । ଆଜି ଆମ ବ୍ୟାଙ୍କ ସେବା ଏହି ଆର୍ଥିକ ପ୍ରଗତିକୁ ଆହୁରି ଆଗକୁ ନେବ ବୋଲି ଅର୍ଥମନ୍ତ୍ରୀ  ବିକ୍ରମ କେଶରୀ ଆରୁଖ କହିଥିଲେ ।

ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଏହି ଅବସରରେ ସେ କହିଥିଲେ ଯେ ବ୍ୟାଙ୍କ ସୁବିଧା ନ ଥିବା ପଞ୍ଚାୟତ ଗୁଡିକୁ ବ୍ୟାଙ୍କ ସେବା ଆଣିବା ପାଇଁ ଯେଉଁ ଗତିରେ କାମ ଚାଲିଛି, ସେହି ଗତିରେ କାମ ଚାଲିଲେ, ସବୁ ପଞ୍ଚାୟତରେ ପହଞ୍ଚିବା ପାଇଁ ୩୦ ବର୍ଷ ଲାଗିଥାନ୍ତା । କିନ୍ତୁ ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଏହା ମାତ୍ର ୬ ମାସ ମଧ୍ୟରେ ସମ୍ଭବ ହୋଇପାରୁଛି । ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ ।

ଷ୍ଟେଟ ବ୍ୟାଙ୍କ ଅଧ୍ୟକ୍ଷ ଦିନେଶ କୁମାର ଖାରା ଅନ୍‌ଲାଇନ ଜରିଆରେ ଯୋଗ ଦେଇ କହିଲେ ଯେ ଓଡିଶା ସରକାରଙ୍କର ଏହା ଏକ ଆକାଂକ୍ଷୀ କାର୍ଯ୍ୟକ୍ରମ। ଏହାଦ୍ୱାରା ରାଜ୍ୟର ଲୋକମାନଙ୍କ ପାଇଁ ଆର୍ଥିକ କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ।

ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଅଶ୍ୱିନୀ କୁମାର କହିଲେ ଯେ ଲୋକଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏହି ଛୋଟ ପଦକ୍ଷେପଟି ଏକ ବିରାଟ ପରିବର୍ତ୍ତନ ଆଣିବ। ସାଂସ୍କୃତିକ ଐତିହ୍ୟ ପାଇଁ ପରିଚିତ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ଏକ ବଳିଷ୍ଠ ରାଜ୍ୟ ହୋଇପାରିବ ବୋଲି ସେ କହିଥିଲେ ।

ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ସ୍ୱାଗତ ଭାଷଣ ଦେଇଥିଲେ ।

Previous Post

ଅପରେସନ ସଫଳ: ସୁରକ୍ଷିତ ଉଦ୍ଧାର ହେଲେ ୪୧ ଶ୍ରମିକ

Next Post

ଆଇଆଇସି ସୁଶାନ୍ତଙ୍କୁ କେମିତି ମିଳିଲା ପଦୋନ୍ନତି?

Next Post
ଆଇଆଇସି ସୁଶାନ୍ତଙ୍କୁ କେମିତି ମିଳିଲା ପଦୋନ୍ନତି?

ଆଇଆଇସି ସୁଶାନ୍ତଙ୍କୁ କେମିତି ମିଳିଲା ପଦୋନ୍ନତି?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA