Friday, June 26, 2026 03:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଳାହାଣ୍ଡିକୁ ୧୫୫ କୋଟି, ନବରଙ୍ଗପୁରକୁ ୯୪ କୋଟି

ଆମ ଓଡ଼ିଶା ନବୀନ ଓଡ଼ିଶା

by Our Correspondent
03 Nov, 2023- 08:13 PM
in Latest News
1 min read
0
କଳାହାଣ୍ଡିକୁ ୧୫୫ କୋଟି, ନବରଙ୍ଗପୁରକୁ ୯୪ କୋଟି

ଭୁବନେଶ୍ୱର: କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ଜିଲ୍ଲାର ୫ ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୫ କୋଟି ମିଳିଥିବା ବେଳେ ନବରଙ୍ଗପୁର ଜିଲ୍ଲାର ଦୁଇଟି ନିର୍ବାଚନମଣ୍ଡଳୀ ପାଇଁ ମିଳିଛି ୯୪ କୋଟି ୫୦ ଲକ୍ଷ ଟଙ୍କା ।

ଏହି ଯୋଜନାରେ କଳାହାଣ୍ଡି ଜିଲ୍ଲାରେ ୧୩ ବ୍ଲକ୍ ର ୩୧୦ ଟି ଗ୍ରାମ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ । ସେହିଭଳି ନବରଙ୍ଗପୁର ଜିଲ୍ଲାରେ ୧୦ ଟି ବ୍ଲକ୍ ର ୧୮୯ ଗ୍ରାମ ପଞ୍ଚାୟତରେ ୨୯୪୨ ଟି ପ୍ରକଳ୍ପ କରାଯିବ । 

ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ସଂଯୋଜନା କରିଥିଲେ ।

କଳାହାଣ୍ଡି ଜିଲ୍ଲାର ଜୁନାଗଡ ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କଲମପୁର ଓ ଜୁନାଗଡ ବ୍ଲକରେ ହାତୀ ନଦୀର ବାମ ପାର୍ଶ୍ୱ ବନ୍ଧର ସୁଦୃଢିକରଣ ପାଇଁ ୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ଜୁନାଗଡ ମା’ ଲଙ୍କେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ଗୋଟିଏ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପାନ୍ତର ସାମିଲ।

ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬୦.୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ପ୍ରସିଦ୍ଧ ମା’ ମାଣିକେଶ୍ୱରୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ୧ କୋଟି ୭୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି।  ଥୁଆମୂଳ-ରାମପୁର ଜଗନ୍ନାଥ ମନ୍ଦିର, ପିପଳନଳାଠାରେ ପର୍ଯ୍ୟଟନ ବିକାଶ, ରାବଣଧାରା ଜଳପ୍ରପାତ ପର୍ଯ୍ୟଟନ ବିକାଶ ଆଦି ପ୍ରକଳ୍ପ ମଞ୍ଜୁର କରାଯାଇଛି। ଭଟଙ୍ଗପଦର ଓ କାଚଲେଖାଠାରେ ୧୨୦ ଆସନ ବିଶିଷ୍ଟ ୩ଟି ହଷ୍ଟେଲ ନିର୍ମାଣ କରାଯିବ। ଏଥିପାଇଁ ୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଇନ୍ଦ୍ରାବତୀ ଜଲଭଣ୍ଡାର ବିଚ୍ଛିନ୍ନାଞ୍ଚଳର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି।

ନର୍ଲା ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ବେଲଖଣ୍ଡି ମନ୍ଦିରର ଉନ୍ନତିକରଣ ସହିତ ତୁଳାପଡାଠାରେ ଏକ ଏସଟି ଗାର୍ଲସ୍ ହଷ୍ଟେଲ୍ ରହିଛି। ଉତେଇ ମୁଖ୍ୟ କେନାଲର ସର୍ଭିସ୍ ରୋଡ୍ ର ଉନ୍ନତିକରଣ ଏବଂ ରିଷିଡା ଦିଷ୍ଟି ୟୁପିଆଇର ସର୍ଭିସ୍ ରୋଡ୍ ର ଉନ୍ନତିକରଣ ପାଇଁ ୫.୩୧ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଧର୍ମଗଡ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଆମପାଣି ବୁଢାରାଜା ମନ୍ଦିର, ଧର୍ମଗଡ ମା’ ଭଣ୍ଡାରଘରଣୀ ମନ୍ଦିର ଓ କରକ ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ ସାମିଲ। ଧର୍ମଗଡ ଯଶୋଦା ଆଶ୍ରମ ହଷ୍ଟେଲ ପାଇଁ ୩.୨୧ କୋଟି ଟଙ୍କା, ଟାଉନ୍ ହଲ୍ ପାଇଁ ୨.୭୭ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଭବାନିପାଟଣା ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ୧.୨୫ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ଏହା ଡିସେମ୍ବର ସୁଦ୍ଧା ସରିବ । ସେହିପରି ଭବାନିପାଟଣା ମହିଳା କଲେଜ କାମ ମଧ୍ୟ ଡିସେମ୍ବର ସୁଦ୍ଧା ସରିବ। ଭବାନିପାଟଣା ଆଶାସାଗର ପୁଷ୍କରଣୀର ସୌନ୍ଦର୍ଯ୍ୟକରଣ ପାଇଁ ୬.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ କାର୍ଲାପଡାରେ ୧୨୦ ଆସନ ବିଶିଷ୍ଟ ଏସଟି ଗାର୍ଲସ୍ ହଷ୍ଟେଲ୍ ପାଇଁ ୩ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଏହି ପରି କଳାହାଣ୍ଡି ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩୬.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ନିର୍ବାଚନ ମଣ୍ଡଳୀରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୭.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଗୁଚ୍ଛାଗୁଡାଦେଇ ଏକୋରି ପର୍ଯ୍ୟନ୍ତ ରାସ୍ତା ଉପରେ ସେତୁ କରିବା ପାଇଁ ୮.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୩ ହଜାର ୫୦୦ ଲୋକ ଉପକାର ପାଇବେ। ସେହିପରି ନୂଆଗୁଡାଠାରେ ଏକ ସେତୁ ପାଇଁ ୫.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୪୩୧୮ ଲୋକ ଉପକାର ପାଇବେ। ପାପଡାହାଣ୍ଡି- ଉମରକୋଟ ରାସ୍ତା ତୁରିନାଳ ଉପରେ ସେତୁ ପାଇଁ ୭.୧୪ କୋଟି ଟଙ୍କା, ୫ ଲକ୍ଷ ଲୋକ ଉପକାର ପାଇବେ। ଏହା ସହିତ ଅନେକ ସେତୁ, ସଡକ ଓ ବିଦ୍ୟାଳୟ ପାଇଁ ଅର୍ଥ ମଞ୍ଜୁର କରାଯାଇଛି।

ଝରିଗାଁ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୧.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଚନ୍ଦାହାଣ୍ଡିରେ ଏକ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୬୧.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାରା ୧୧ ହଜାର ଚାଷୀ ଉପକାର ପାଇବେ। ସେହିପରି ଝରିଗାଁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୫ ହଜାର ଚାଷୀ ଉପକାର ପାଇବେ। ଚନ୍ଦନଧାରା ଓ ଭୈରଘୁମର ଜଳପ୍ରପାତରେ ୨ଟି ପର୍ଯ୍ୟଟନ ପ୍ରକଳ୍ପ ହେବ, ଏଥିରେ ପ୍ରାୟ ୮୦ ହଜାର ଲୋକ ଉପକୃତ ହେବେ। ଭାସ୍କେଲ ନଦୀ ଉପରେ ବନ୍ୟା ନିୟନ୍ତ୍ରଣ ପ୍ରକଳ୍ପ କରାଯିବ, ଏହା ଦ୍ୱାରା ୫୦ ହଜାର ଲୋକ ଉପକାର ପାଇବେ। ସେହିପରି ମା’ ବିଦ୍ରୀ ମନ୍ଦିରର ଉନ୍ନତିକରଣ ଓ ଅନେକ ସ୍କୁଲ କଲେଜ ରହିଛି।

ଉମରକୋଟ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଭାକେଲ ଡ୍ୟାମ ଉପରେ ପର୍ଯ୍ୟଟନ ପ୍ରକଳ୍ପ ପାଇଁ ୫.୬୭ କୋଟି, ପୋଡାଗଡ ପ୍ରସିଦ୍ଧ ଶୈବ ପୀଠ ଓ ଐତିହାସିକ କ୍ଷେତ୍ରରେ ପର୍ଯ୍ୟଟନ ଭିତ୍ତିଭୂମି ପାଇଁ ୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି ୨ଟି ପ୍ରକଳ୍ପ ଦ୍ୱାର ୧ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ନାୟକଗୁଡାରୁ ପିତିସିଲ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ୪ କୋଟି ଟଙ୍କା, ଭାସ୍କେଲ ଡ୍ୟାମର ତଳପଟେ ପିଲାଙ୍କ ପାର୍କ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ନବରଙ୍ଗପୁର ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩.୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନବରଙ୍ଗପୁର ପୌରାଞ୍ଚଳରେ ୪ଟି ବହୁମୂଖୀ କମ୍ୟୁନିଟି ହଲ୍‌ ପାଇଁ ୩.୮୩ କୋଟି, ମାଙ୍ଗରାଡୋରା ଜଳପ୍ରପାତ ପର୍ଯ୍ୟଟନ ଭିତ୍ତି ପାଇଁ ୩.୨୦ କୋଟି, ମାଣ୍ଡାଡୋଗରି ଶୈବକ୍ଷେତ୍ର ଉନ୍ନତି ପାଇଁ ୨.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏ ସବୁ ପ୍ରକଳ୍ପ ଦ୍ୱରା ୨ ଲକ୍ଷରୁ ଅଧିକ ଲୋକ ଉପକରା ପାଇବେ। ନବରଙ୍ଗପୁର କଲେଜ ଓ ମଡେଲ ଡିଗ୍ରୀ କଲେଜ ଉନ୍ନତିକରଣ ସହିତ ମା’ ଭଣ୍ଡାରଘରଣୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ମଧ୍ୟ ନିଆଯାଇଛି। ନବରଙ୍ଗପୁରର ଲାଖ କାରିଗରଙ୍କ ପାଇଁ ଏକ କଞ୍ଚାମାଲ ବ୍ୟାଙ୍କ ମଧ୍ୟ କରାଯିବ। ଏହା ଦ୍ୱାର ୨୦୦ କାରିଗର ପରିବାର ଉପକାର ପାଇବେ।

ଏହି ପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୮.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଏହିପରି ୨ଟି ଜିଲ୍ଲାରେ ସମୁଦାୟ ୭୫ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୦୫.୪୧ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବିଧାୟକ ଦିବ୍ୟଶଙ୍କର ମିଶ୍ର, ପ୍ରଦୀପ କୁମାର ଦିଶାରି, ଭୂପିନ୍ଦର ସିଂ, ମୌସଧି ବାଗ, ମନୋହର ରନ୍ଧାରି, ପ୍ରକାଶ ଚନ୍ଦ୍ର ମାଝୀ,  ସଦାଶିବ ପ୍ରଧାନୀଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

Previous Post

ମହିଳା ସାମ୍ବାଦିକଙ୍କୁ ପ୍ରଯୋଜକ ଟୁଟୁ ନାୟକଙ୍କ ମାଡ଼ ଅଭିଯୋଗ

Next Post

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ

Next Post
ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA