Friday, June 26, 2026 03:16 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୁନ୍ଦରଗଡ଼କୁ ୧୩୯, ଢ଼େଙ୍କାନାଳକୁ ୧୦୬, ବୌଦ୍ଧକୁ ୩୪ କୋଟି

ଆମ ଓଡ଼ିଶା ନବୀନ ଓଡ଼ିଶା

by Our Correspondent
08 Nov, 2023- 06:09 PM
in Latest News, News
1 min read
0
ସୁନ୍ଦରଗଡ଼କୁ ୧୩୯, ଢ଼େଙ୍କାନାଳକୁ ୧୦୬, ବୌଦ୍ଧକୁ ୩୪ କୋଟି

ଭୁବନେଶ୍ୱର: ସୁନ୍ଦରଗଡ଼, ଢ଼େଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସୁନ୍ଦରଗଡ଼ର ୬ଟି ନିର୍ବାଚନମଣ୍ଡଳୀ ପାଇଁ ୧୩୯ କୋଟି ୫୦ ଲକ୍ଷ , ଢ଼େଙ୍କାନାଳର ୪ଟିି ନିର୍ବାଚନମଣ୍ଡଳୀ ପାଇଁ ୧୦୬ କୋଟି ଏବଂ ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୪ କୋଟି ୫୦ ଲକ୍ଷ ଦିଆଯାଇଛି ।

ଏହି ଯୋଜନାରେ ସୁନ୍ଦରଗଡ଼ ଜିଲ୍ଲାର ୧୭ଟି ବ୍ଲକ୍ ର ୨୭୯ଟି ଗ୍ରାମ ପଞ୍ଚାୟତରେ ୩୦୧୬ ପ୍ରକଳ୍ପ, ଢ଼େଙ୍କାନାଳ ଜିଲ୍ଲାର ୮ଟି ବ୍ଲକ୍ ର ୨୧୨ ଟି ଗ୍ରାମ ପଞ୍ଚାୟତରେ ୩୦୫୩ ପ୍ରକଳ୍ପ ଏବଂ ବୌଦ୍ଧ ଜିଲ୍ଲାର ୩ ଟି ବ୍ଲକ୍ ର ୬୯ଟି ଗ୍ରାମ ପଞ୍ଚାୟତରେ ୧୧୫୯ ପ୍ରକଳ୍ପ ହେବ ।

ଏହି କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ସଂଯୋଜନା କରିଥିଲେ ।

ସୁନ୍ଦରଗଡ ଜିଲ୍ଲାର ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୭୯.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଭଷ୍ମାଠାରେ ଇବ ନଦୀ ରେ Istream Storage Structure ନିର୍ମାଣ ପାଇଁ ୨୬୨.୫୦ କୋଟି ଟଙ୍କାର ମଞ୍ଜୁରି, ପାରିଜାତ ଓ ଥିମ୍ ପାର୍କ ଏବଂ ନଗର ବନ ପ୍ରକଳ୍ପ ପାଇଁ ସମୁଦାୟ ୭.୭୮ କୋଟି ଟଙ୍କା, ଗୁରୁଲିଜୋରଠାରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୧.୩୪ କୋଟି ଟଙ୍କା ଓ ଅନ୍ୟାନ୍ୟ ପ୍ରକଳ୍ପ ସାମିଲ। ଏହା ସହିତ ୫ଟି ମନ୍ଦିର, ୨ଟି ସମଜିଦ୍ କମ୍ପ୍ଲେକ୍ସ, ୧ଟି କ୍ୟାଥଲିକ୍ ଚର୍ଚ୍ଚ ଆଦି ରହିଛି।

ତଳସରା ନିର୍ବାଚନ ମଣ୍ଡଳୀରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୦.୫୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଲେଫ୍ରିପଡା ବ୍ଲକରେ ରାସ୍ତା ପାଇଁ ୨୪ କୋଟି ଟଙ୍କା, ଲେଫ୍ରିପଡା ବ୍ଲକରେ ବିଜୁ ସେତୁ ପାଇଁ ୫.୨୬ କୋଟି ଏବଂ ଫୁଲବାରୀ ସପେଇ ନଦୀରେ Istream Storage Structure ନିର୍ମାଣ ପାଇଁ ୧୨୩.୭୫ କୋଟି। ଏଥିରେ ୫ଟି ମନ୍ଦିର ଓ ୨ଟି ଚର୍ଚ୍ଚ ମଧ୍ୟ ସାମିଲ ।

ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନୂଆଗାଁ ଓ କୁଆଁରମୁଣ୍ଡାରେ ୨ଟି ନୂଆ ଡିଗ୍ରୀ କଲେଜ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ଓ ଏହା ସହିତ ଅନେକ ସ୍କୁଲ, କଲେଜ, ୱାଟର ପାର୍କ ମଧ୍ୟ ରହିଛି ।

ରଘୁନାଥପାଲି ନିର୍ବାଚନ ମଣ୍ଡଳୀରେ ୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଜଲ୍‌ଦାଠାରେ ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟ ଉନ୍ନତିକରଣ।

ବଣାଇ ନିର୍ବାଚନ ମଣ୍ଡଳୀରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୩୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବଣେଇ ଉପଖଣ୍ଡ ଡାକ୍ତରଖାନାର ଉନ୍ନତିକରଣ ଓ ଡାୟଲିସିସ୍ କେନ୍ଦ୍ର ପାଇଁ ୧.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ବାଣେଶ୍ୱରୀ ମନ୍ଦିର ଓ ୨ଟି ଚର୍ଚ୍ଚ ପାଇଁ ୧.୪୫ କୋଟି ଟଙ୍କା । ଏହା ସହିତ ୨ଟି ଡିଗ୍ରୀ କଲେଜ, ୩ଟି ହାୟର ସେକେଣ୍ଡାରୀ ସ୍କୁଲ ଏଥିରେ ସାମିଲ ହୋଇଛି ।

ରାଉରକେଲା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦.୦୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ମ୍ୟୁନିସପାଲିଟି ଡିଗ୍ରୀ କଲେଜ, ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ଇସ୍ପାତ ସ୍ୱୟଂଶାସିତ ମହାବିଦ୍ୟାଳୟ, ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟ ଓ ଅନ୍ୟ ୪ଟି ମହାବିଦ୍ୟାଳୟ। ଏଥି ସହିତ ୨ଟି ମନ୍ଦିର ୧ଟି ଗୁରୁଦ୍ୱାର ସାମିଲ ହୋଇଛି।

ଏହିପରି ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୬୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୩.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୭.୭୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଜୋରନ୍ଦା ମହିମା ଗାଦୀ ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଶପ୍ତଶଯ୍ୟା ପର୍ଯ୍ୟଟନ କ୍ଷେତ୍ର ବିକାଶ ପାଇ ୪.୬୧ କୋଟି ଟଙ୍କା, ବଳରାମ ମନ୍ଦିର ଓ ଜାଉଳି ପୋଖରୀ ମଠ ପାଇଁ ୫.୮୫ କୋଟି ଟଙ୍କାର ମଞ୍ଜୁର କରାଯାଇଛି। ଏଥି ସହିତ ୪ଟି ମହାବିଦ୍ୟାଳୟ ଓ ୧ଟି ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟ ସାମିଲ ହୋଇଛି।

କାମକ୍ଷାନଗର ନିର୍ବାଚନ ମଣ୍ଡଳୀରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ୬ଟି ସେତୁ ପାଇଁ ୨୪ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ଏକତାଳିଠାରେ ମିନି ଷ୍ଟାଡିୟମ ଓ ପାଠାଗାର ପାଇଁ ୪.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ୪ଟି କଲେଜ ଏବଂ ୨ଟି ହାୟର ସେକେଣ୍ଡାରୀ ସ୍କୁଲ, ୨ଟି ଭିତ୍ତିଭୂମି ପ୍ରକଳ୍ପ ରହିଛି ।

ପରଜଙ୍ଗ ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଅଷ୍ଟଶମ୍ଭୁ ମନ୍ଦିରର ଉନ୍ନତିକରଣ, ୩ଟି କଲେଜ ଓ ୨ଟି ହାୟର ସେକେଣ୍ଡାରୀ ସ୍କୁଲ ଅନ୍ତର୍ଭୁକ୍ତ।

ହିନ୍ଦୋଳ ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬.୯୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ସାପୁଆ ଡ୍ୟାମର ସୌନ୍ଦର୍ଯ୍ୟକରଣ ପାଇଁ ୭.୪୪ କୋଟି ଟଙ୍କା, ସାପୁଆ- ବଡଜୋର ଜଳସେଚନ ପ୍ରକଳ୍ପର ସର୍ଭିସ ରାସ୍ତା ପାଇଁ ୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ୩ଟି କଲେଜ ୨ଟି ହାୟର ସେକେଣ୍ଡାରି ସ୍କୁଲ ଅନ୍ତର୍ଭୁକ୍ତ। ।

ଏହି ପରି ଢେଙ୍କାନାଳ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୫୯.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ବୌଦ୍ଧ ଜିଲ୍ଲାର କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଖଡଙ୍ଗ ନଦୀ ଓ ଖଇରମାଲଠାରେ ୨ଟି Instream Storage Structure । ଖଡଙ୍ଗ ନଦୀ I.S.S. ପାଇଁ ୨୦୦ କୋଟି ଟଙ୍କା ମଞ୍ଜୁର ହୋଇଥିବେ ବେଳେ, ଏଥିରେ ୧୨ ହଜାର ଲୋକ ଉପକୃତ ହେବେ। ସେହିପରି ଖଇରମାଳ I.S.S. ପାଇଁ ୯୨୫.୬୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ୧.୭୦ ଲକ୍ଷ ଲୋକ ଉପକୃତ ହେବେ। କଣ୍ଟାମାଳ ହାୟର ସେକେଣ୍ଡାରୀ ସ୍କୁଲ ଓ ଡିଗ୍ରୀ କଲେଜ, ପଳସାଗୁଡା ପଞ୍ଚାୟତ ହାୟର ସେକେଣ୍ଡାରୀ ସ୍କୁଲ, ପର୍ଯ୍ୟଟନ କ୍ଷେତ୍ର, କଣ୍ଟାମାଳର ବିର ମୁଣ୍ଡା ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ସାମିଲ ।

ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ପୁରୁଣାକଟକଠାରେ ମା ଭୈରବୀ ମନ୍ଦିର ର ଉନ୍ନତିକରଣ ପାଇଁ ୩. ୬୭ କୋଟି ଏବଂ ବୌଦ୍ଧଠାରେ ମା ଚନ୍ଦ୍ରଚୂଡା ମନ୍ଦିର ଓ ଆରତି ଘାଟର ଉନ୍ନତିକରଣ ପାଇଁ ୩.୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାରା ବର୍ଷକୁ ମା ଭୈରବୀ ମନ୍ଦିରକୁ ୬୦ ହଜାର ଭକ୍ତ ଓ ମା ଚନ୍ଦ୍ରଚୂଡା ମନ୍ଦିରକୁ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ । ଏହା ସହିତ ୩ଟି ଡିଗ୍ରୀ କଲେଜ, ୧ଟି ମହାବିଦ୍ୟାଳୟ, ୩ଟି ପର୍ଯ୍ୟଟନ କ୍ଷେତ୍ର, ୧ଟି ଛାତ୍ରୀନିବାସ ସାମିଲ ଅଛି।

ଏହିପରି ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୪୧.୮୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

୩ଟି ଜିଲ୍ଲାରେ ସମୁଦାୟ ୧୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୬୫.୦୩ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶାରଦା ପ୍ରସାଦ ନାୟକ, ପ୍ରଫୁଲ କୁମାର ମଲ୍ଲିକ, ପ୍ରୀତିରଞ୍ଜନ ଘଡାଇ, ପ୍ରଦୀପ କୁମାର ଅମାତ, ବିଧାୟକ ସୁବ୍ରତ ତରାଇ, ସୁଧିର କୁମାର ସାମଲ, ଡ. ନୃସିଂହ ଚରଣ ସାହୁ, ମହେଶ ସାହୁ, ମହିଧର ରଣା, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

 

Previous Post

ଟୁଟୁ ନାୟକଙ୍କୁ ଜାମିନ ମିଳିଲା

Next Post

ପୁର୍ନବାସ ସହାୟତା ଯୋଗାଉଛି ବ୍ଲକ୍‌ସ୍ତରୀୟ ଫିଜିଓଥେରାପି କେନ୍ଦ୍ର

Next Post
ପୁର୍ନବାସ ସହାୟତା ଯୋଗାଉଛି ବ୍ଲକ୍‌ସ୍ତରୀୟ ଫିଜିଓଥେରାପି କେନ୍ଦ୍ର

ପୁର୍ନବାସ ସହାୟତା ଯୋଗାଉଛି ବ୍ଲକ୍‌ସ୍ତରୀୟ ଫିଜିଓଥେରାପି କେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA