Sunday, June 28, 2026 04:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୟୂରଭଂଜ, ବରଗଡ ଓ ଦେବଗଡକୁ ୨୭୨ କୋଟି

ଜିଲ୍ଲାରେ 'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Our Correspondent
17 Oct, 2023- 05:02 PM
in Latest News, News
1 min read
0
ମୟୂରଭଂଜ, ବରଗଡ ଓ ଦେବଗଡକୁ ୨୭୨ କୋଟି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମୟୁରଭଞ୍ଜ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂ ଯୋଗେ ଏହାର ଶୁଭାରମ୍ଭ କରିଛନ୍ତି ।

ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା। ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି ଯୋଜନାରେ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।  ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ନୂଆ ଓଡିଶା ନବୀନ ଓଡିଶା ଗଢ଼ିବା ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।

୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସ୍ରୁଷ୍ଟି କରିଛି ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ, ବିଧାୟକ ରାଜକିଶୋର ଦାସ, ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ଦେବେଶ ଆଚାର୍ଯ୍ୟ, ଶ୍ରୀମତୀ ବର୍ଷା ସିଂ ବରିହା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ୱରାନ୍ୱିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ମୟୂରଭଂଜ ଜିଲ୍ଲାରେ ବାରିପଦା ସହରର ରିଂଗ ରୋଡ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା ଏମପିସି କଲେଜର ଉନ୍ନତିକରଣ ପାଇଁ ୧.୫୦ କୋଟି ଟଙ୍କା, ମାଣତ୍ରୀଠାରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡସାହି ଦେଇ ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି – ଏହିପରି ଜିଲ୍ଲାର ୫ଟି ପ୍ରକଳ୍ପ ପାଇଁ ୨୧୩.୧୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।

ବରଗଡ ଜିଲ୍ଲାରେ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ପାଇଁ ୧.୩୬ କୋଟି, ବରଗଡ ମହିଳା କଲେଜ ପାଇଁ ୧.୨୫ କୋଟି, ବରଗଡ ପଞ୍ଚାୟତ କଲେଜ ପାଇଁ ୧.୨୫ କୋଟି, ସରଣ୍ଡା ବିଶେଷ୍ବର ମନ୍ଦିର ପାଇଁ ୨.୬୦ କୋଟି, ପପଙ୍ଗା ପାହାଡ ପର୍ଯ୍ୟଟନ କେନ୍ଦ୍ର ପାଇଁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିର ପାଇଁ ୧.୪୦ କୋଟି, ଲରମ୍ଭା କଲେଜ ପାଇଁ ୧.୨୫ କୋଟି – ଏହିପରି ୭ଟି ପ୍ରକଳ୍ପ ପାଇଁ ୧୦.୯୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଦେବଗଡ ଜିଲ୍ଲାରେ ଗୋହିରା ଡ୍ୟାମ୍‌ର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି ଟଙ୍କା, ଝାଡେଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ ମଡେଲ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦେବଗଡ କଲେଜ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡକୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୦.୬୨ କୋଟି, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୦.୬ କୋଟି ଏବଂ ରିଆମାଳ ଭିତରପଡା ଠାରେ ଡୋକ୍ରା କାରିଗର ମାନଙ୍କ ପାଇଁ Common Facility Centreର ବିକାଶ ପାଇଁ ୦.୪୦ କୋଟି ଟଙ୍କା – ଏହିପରି ୧୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।

କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

Pandian Reviews Progress in EKAMRA Project

Next Post

କିଶୋରଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Next Post
କିଶୋରଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

କିଶୋରଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA